ରାଉଲକେଲା ସହରାଞ୍ଚଳ ରୂପାନ୍ତରଣ ସହିତ ବାସିନ୍ଦାଙ୍କ ଜୀବନଧାରଣର ଗୁଣବତ୍ତାରେ ଉନ୍ନତି ଆଣିବା  ଉପରେ ଗୁରୁତ୍ଵ

ଭୁବନେଶ୍ବର : ରାଉଲକେଲା ସ୍ମାର୍ଟ ସିଟି ଲିମିଟେଡର ୩୧ ତମ ବୋର୍ଡ ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ସୁନ୍ଦରଗଡ ଜିଲାପାଳ ଡା ଶୁଭଙ୍କର ମହାପାତ୍ର , ରାଉଲକେଲା ସ୍ମାର୍ଟ ସିଟି ଲିମିଟେଡର ସିଇଓ  ଧୀନା ଦସ୍ତାଗୀର ପ୍ରମୁଖ ଉପସ୍ଥିତ ଥିଲେ। ବୈଠକରେ କାର୍ଯ୍ୟକାରୀ ହେଉଥିବା ପ୍ରକଳ୍ପ ଗୁଡିକର ଅଗ୍ରଗତିର ସମୀକ୍ଷା…

ଜିଲ୍ଲାପାଳମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ: କାର୍ଯ୍ୟକ୍ରମ ଓ ଯୋଜନା ବାବଦ ଖର୍ଚ୍ଚ ଓ ଅଗ୍ରଗତି ସମ୍ପର୍କରେ ପ୍ରତି ତିନି ଚାରି ମାସରେ ଥରେ ସମୀକ୍ଷା କର

ଭୁବନେଶ୍ୱର: ଆମ୍ଭେମାନେ ଯିଏ ଯେଉଁ ପଦବୀରେ ଥାଉ ନା କାହିଁକି, ଆମେ ସମସ୍ତେ ଜନସେବା ପାଇଁ ଉତ୍ସର୍ଗୀକୃତ ଏବଂ ଆମର କାର୍ଯ୍ୟକଳାପ ପାଇଁ ଆମେ ଜନସାଧାରଣଙ୍କ ପାଖରେ ଉତ୍ତରଦାୟୀ। ସେଥିପାଇଁ ଆପଣମାନେ ଲୋକଙ୍କ ସହିତ ମିଶନ୍ତୁ, ସାଧାରଣ ଲୋକଟିର କଥା ଧୈର୍ଯ୍ୟର ସହ ଶୁଣନ୍ତୁ ଓ ତାଙ୍କ ସମସ୍ୟାର ସମାଧାନ ପାଇଁ ଚେଷ୍ଟା କରନ୍ତୁ, ଏହା ହିଁ ହେଉଛି ସୁଶାସନର ମୂଳଦୁଆ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ…

ଦେଶ ବିଦେଶର ଦୃଷ୍ଟି ଆକର୍ଷଣ କରୁଛି ଓଡିଶା ପାଭିଲିୟନ

ନୂଆଦିଲ୍ଲୀ/ଭୁବନେଶ୍ଵର: ଚଳିତ ନଭେମ୍ବର ୧୪ ରୁ ୨୭ ତାରିଖ ପର୍ଯ୍ୟନ୍ତ ନୂଆଦିଲ୍ଲୀସ୍ଥିତ ଭାରତ ମଣ୍ଡପମ୍ ପରିସରରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ଖୋଲାଯାଇଥିବା ଓଡିଶା ପାଭିଲିୟନ ଦେଶ ବିଦେଶର ବୃହତ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକ ସହିତ ବାଣିଜ୍ୟିକ ସମ୍ପର୍କ ସ୍ଥାପନ କରିବାରେ ସଫଳ ହୋଇଛି। ଚଳିତ ବର୍ଷର ବିଷୟବସ୍ତୁ ‘ଏକ ଭାରତ, ଶ୍ରେଷ୍ଠ ଭାରତ’ର ସାର୍ଥକତାକୁ ପ୍ରତିପାଦନ କରିବାକୁ ଯାଇ, ସ୍ଵଦେଶୀ ଜ୍ଞାନକୌଶଳରେ ଉତ୍ପାଦିତ ଓଡିଶାର କୃଷିଜାତ ସାମଗ୍ରୀ ଠାରୁ ଆରମ୍ଭ କରି ବୟନ ଓ…

ଓଡିଶା ବିଧାନସଭା ପରିଦର୍ଶନ କଲେ 12ଟି ଦେଶର ପ୍ରତିନିଧି

​ଭୁବନେଶ୍ଵର: ​ନୂଆଦିଲ୍ଲୀସ୍ଥିତ ଲୋକ ସଭା ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ 12ଟି ଦେଶର 40 ଜଣ ବିଦେଶୀ ପ୍ରତିନିଧି ପରିଦର୍ଶନ କରିବା ସହ ସଚିବାଳୟ ସମ୍ମିଳନୀ କକ୍ଷରେ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଓଡିଶା ସଚିବାଳୟର ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ ଏହି ବୈଠକକୁ ଉଦଘାଟନ କରିଥିଲେ। ସେ ଉପସ୍ଥିତ ପ୍ରତିନିଧିମାନଙ୍କୁ ସ୍ଵାଗତ କରିବା ସହ ବିଧାନସଭାର ଗୌରବମୟ ଇତିହାସ ଓ ଏହାର କାର୍ଯ୍ୟପ୍ରଣାଳୀ ସମ୍ପର୍କରେ ବିସ୍ତୃତ ସୂଚନା ଦେଇଥିଲେ।…

ପ୍ରତ୍ୟେକ ଶିଶୁର ପୁଷ୍ଟିସାଧନ ନିମନ୍ତେ ସମୁଚିତ ପଦକ୍ଷେପ ନିଆଯିବ-ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ସମସ୍ତ ଶିଶୁଙ୍କର ପୁଷ୍ଟି ସାଧନ ପାଇଁ ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଶିଶୁମାନଙ୍କୁ ପୋଷଣଯୁକ୍ତ କରାଇବା  ପାଇଁ ସୁପୋଷିତ ଓଡ଼ିଶା ମିଶନ ଲୋକାର୍ପିତ ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଲୋକସେବା ଭବନସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ମିଶନର ଶୁଭାରମ୍ଭ କରିଛନ୍ତି। ଓଡ଼ିଶା ପୁଷ୍ଟି ମିଶନ ଅଧୀନରେ ସୁପୋଷିତ ଓଡ଼ିଶା ମିଶନ ରାଜ୍ୟରେ ଶିଶୁମାନଙ୍କୁ କୁପୋଷଣରୁ ରୋକିବା ସହିତ ପ୍ରତ୍ୟେକ ଶିଶୁର ସ୍ୱାସ୍ଥ୍ୟ ଏବଂ ଅଭିବୃଦ୍ଧିକୁ ସୁନିଶ୍ଚିତ…

ସ୍ୱୟଂ ସହାୟିକା ଗୋଷ୍ଠୀ ମା’ ମାନଙ୍କୁ ୧୧୭ କୋଟି ଟଙ୍କା ସୁଧ ଫେରସ୍ତ

ଭୁବନେଶ୍ୱ: ମହିଳା ସଶକ୍ତିକରଣ ହେଉଛି ବିକଶିତ ଓଡିଶା ଗଠନରେ ଏକ ଗୁରୁତ୍ଵପୂର୍ଣ୍ଣ ଅଙ୍ଗ। ମା ମାନଙ୍କର  ଆର୍ଥିକ ଅଭିବୃଦ୍ଧିକୁ ସୃଦୃଢ କରିବା କ୍ଷେତ୍ରରେ ରାଜ୍ୟ ସରକାରଙ୍କର ବ୍ୟାଙ୍କ ଋଣ ଉପରେ ସୁଧ ଫେରସ୍ତ ବ୍ୟବସ୍ଥା ସହାୟକ ହୋଇଛି। ଏହା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କର ଭିତ୍ତିକୁ ସୁଦୃଢ଼ କରିବା ସହିତ ଅଧିକ ବଜାର ସୁଯୋଗ ସୃଷ୍ଟି କରି ମହିଳା ଉଦ୍ୟୋଗୀ ମାନଙ୍କୁ ପ୍ରୋତ୍ସାହିତ କରୁଛି। ମିଶନ ଶକ୍ତି ଭବନ ଠାରେ ଆୟୋଜିତ କାର୍ଯ୍ୟକ୍ରମ “ସ୍ଵୟଂ ସହାୟକ ଗୋଷ୍ଠୀ ମାନଙ୍କୁ…

ଆପଦ ସମୟରେ ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବା ପାଇଁ ସରକାର ପ୍ରୟାସରତ- ରାଜସ୍ୱ ମନ୍ତ୍ରୀ

ଭୁବନେଶ୍ୱର: ଲିଙ୍ଗଗତ ସମାନତାର ଅଭିବୃଦ୍ଧି ଓ ବିପର୍ଯ୍ୟୟଜନିତ ଆପଦ ହ୍ରାସ ସୁନିଶ୍ଚିତ କରୁଥିବା ପ୍ରଶାସନ ନିମନ୍ତେ ଜାତୀୟ କର୍ମଶାଳା ଆରମ୍ଭ ହୋଇଛି। ଏହି ଦୁଇଦିନିଆ କର୍ମଶାଳା ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (ଓସ୍‌ଡମା), ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠି (ୟୁଏନ୍‌ଏଫ୍‌ପିଏ) ସହଯୋଗରେ ସାରା ଭାରତରେ ବିପର୍ଯ୍ୟୟଜନିତ ଆପଦ ହ୍ରାସ କ୍ଷେତ୍ରରେ ଦାୟତ୍ୱସଂପନ୍ନ ପ୍ରଶାସନ ନିଶ୍ଚିତ ଭାବେ ମାର୍ଗଦର୍ଶନ ଦେବ। ଏହି କାର୍ଯ୍ୟକ୍ରମରେ ଜାତୀୟ ବିପର୍ଯ୍ୟୟ ପରିଚାଳନା ସଂସ୍ଥା, ଓଡ଼ିଶା ସରକାର ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ…

ଧନ୍ଦାମୂଳକ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ ପ୍ରଶିକ୍ଷଣ ଶିବିର ଉଦଘାଟିତ

ଭୁବନେଶ୍ୱର:  ବିଶ୍ୱ ଦକ୍ଷତା କେନ୍ଦ୍ର ଓ CTTC ଠାରେ ସରକାରୀ ଧନ୍ଦାମୂଳକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ନିମନ୍ତେ Electronic & Hardware ଓ  IT-ITeS Trade  ରେ ୫ ଦିବସୀୟ ଆବାସିକ ବ୍ୟବହାରିକ ଦକ୍ଷତା ବିକାଶ ( Hands on Skill ) ପ୍ରଶିକ୍ଷଣ ଉଦଘାଟିତ ହୋଇଯାଇଛି|ଏହାର ଉଦ୍ଘାଟନୀ ଉତ୍ସବରେ ଉଚ୍ଚ ମଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଯୁଗ୍ମନିର୍ଦ୍ଦେଶକ ବିନୀତା ସେନାପତି ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଦକ୍ଷତା ହାସଲ କରିବା ଦିଗରେ ପ୍ରେରଣା ପ୍ରଦାନ କରିବା ସହିତ ଧନ୍ଦାମୂଳକ…

‘ସମବାୟ ଅନୁଷ୍ଠାନ ହେବ ଆତ୍ମନିର୍ଭରଶୀଳ’

ଭୁବନେଶ୍ଵର : ଓଡ଼ିଶାର ସମବାୟ କ୍ଷେତ୍ରରେ କ୍ରାନ୍ତିକାରୀ ପରିବର୍ତ୍ତନ ଆସିବ। ସମବାୟ ଅନୁଷ୍ଠାନ ହେବ ଆତ୍ମନିର୍ଭରଶୀଳ।  ପ୍ରଗତିର ପ୍ରମୁଖ ଇଂଜିନ୍ ସାଜିବ ଓ ତୃଣମୂଳ ସ୍ତରରେ ସମବାୟ ଅନୁଷ୍ଠାନ ଲୋକଙ୍କୁ ସମସ୍ତ ପ୍ରକାର ସେବା ଯୋଗାଇ ଦେବ ବୋଲି ସମବାୟ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି। ସ୍ଥାନୀୟ ଲୋକସେବା ଭବନ କନଭେନସନ୍ ସେଣ୍ଟରଠାରେ ଓଡ଼ିଶା ରାଜ୍ୟ ଚିଠା ସମବାୟ ନୀତି ୨୦୨୫ ଉପରେ ଆଲୋଚନାଚକ୍ର ଓ ମତାମତ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦାନ କରି ସେ ଏହା…

ଡିସେମ୍ବରରେ ବିଶ୍ୱ ଶକ୍ତି ନେତାଙ୍କ ସମ୍ମିଳନୀ ଆୟୋଜନ କରିବ ଓଡ଼ିଶା

ନୂଆଦିଲ୍ଲୀ: ଟୋନି ବ୍ଲେୟାର ଇନଷ୍ଟିଚ୍ୟୁଟ, ଆଇଆଇଟି କାନପୁର ଓ ଓଡ଼ିଶା ସରକାରଙ୍କ ଶକ୍ତି ବିଭାଗର ମିଳିତ ସହଭାଗୀତାରେ ଆସନ୍ତା ୫ ରୁ ୭ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଓଡ଼ିଶାର ପୁରୀରେ ବିଶ୍ୱ ଶକ୍ତି ନେତାଙ୍କ ସମ୍ମିଳନୀ (GELS) ୨୦୨୫ ଆୟୋଜିତ ହେବାକୁ ଯାଉଛି। ପ୍ରକୃତି ଏବଂ ନବସୃଜନ ମଧ୍ୟରେ ସମନ୍ୱୟର ପ୍ରତୀକ ସ୍ୱରୂପ ଏହି କାର୍ଯ୍ୟକ୍ରମର ଲୋଗୋ କେନ୍ଦ୍ର ଶକ୍ତି ଏବଂ ନବୀନ ଓ ନବୀକରଣୀୟ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀପଦ ୟେସୋ ନାୟକ, କନକ ବର୍ଦ୍ଧନ ସିଂହ…