କନ୍ଧମାଳ ପାଇଁ ପ୍ରାୟ ୭୫୦ କୋଟିର ୧୦ଟି ଉନ୍ନୟନ ମୂଳକ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କନ୍ଧମାଳ ଜିଲ୍ଲା ଗସ୍ତ କରି ଫୁଲବାଣୀ ଠାରେ ୧୦୦ ସିଟ ବିଶିଷ୍ଟ ସରକାରୀ ମେଡିକାଲ କଲେଜ ଓ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲର ଶୁଭ ଉଦ୍‍ଘାଟନ କରିବା ସହିତ ଜିଲ୍ଲାର ବିକାଶ ପାଇଁ ପ୍ରାୟ ୭୫୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। କନ୍ଧମାଳବାସୀଙ୍କ ବହୁଦିନର ଆଶା ପୂରଣ କରିଛି ଏବଂ ଉନ୍ନତ ସ୍ୱାସ୍ଥ୍ୟ ସେବା ପାଇବା…

ଗୋଧନେଶ୍ୱର, ଖଇରମାଳ, ଉଲୁଣ୍ଡା ଓ ସୁରୁବାଲି ଠାରେ ନଦୀଗର୍ଭ ଜଳାଶୟ ନିର୍ମାଣ ହେବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଜିଲ୍ଲାରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି। ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ମୁଖ୍ୟତଃ ସଡ଼କ ନିର୍ମାଣ, ଜଳସେଚନ, ସେତୁନିର୍ମାଣ, ସ୍ୱାସ୍ଥ୍ୟ…

ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ସଦସ୍ୟ (ଲିଗାଲ) ବିଶ୍ୱଜିତ ମହାନ୍ତିଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର: ଶୈଳଶ୍ରୀ ବିହାରସ୍ଥିତ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ କାର୍ଯ୍ୟାଳୟରେ ବିଶ୍ୱଜିତ ମହାନ୍ତି ସଦସ୍ୟ ରୂପେ ପଦ ଓ ଗୋପାନୀୟତାର ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗ ଅଧ୍ୟକ୍ଷ ପ୍ରଦୀପ କୁମାର ଜେନା ଶ୍ରୀ ମହାନ୍ତିଙ୍କୁ ପଦ ଓ ଗୋପାନୀୟତାର ଶପଥ ପାଠ କରାଇଥିଲେ।  ଏହି ଶପଥ ଗ୍ରହଣ ସମାରୋହରେ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅନ୍ୟ ସଦସ୍ୟଙ୍କ ସହିତ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ ଦେବ, ଓପିଟିସିଏଲ ନିର୍ଦ୍ଦେଶକ ବି…

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜୁନ ୯ ରେ

ଭୁବନେଶ୍ୱର:  ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ…

‘ରାଜସ୍ୱ ଅଧିକାରୀ ଜନସାଧାରଣଙ୍କ ଆସ୍ଥା ଭାଜନ ହୁଅନ୍ତୁ’

ଭୁବନେଶ୍ୱର: ଗତ ଦୁଇ ଦିନ ଧରି ଚାଲିଥିବା ରାଜସ୍ୱ ଅଧିକାରୀ ମାନଙ୍କ ସମ୍ମିଳନୀ ଉଦଯାପିତ ହୋଇଛି| ଏହି ଅବସରରେ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ କହିଲେ ଯେ ରାଜସ୍ୱ ଅଧିକାରୀ ମାନଙ୍କୁ ଜନସାଧାରଣ ତଥା ରାଜ୍ୟର ସ୍ୱାର୍ଥକୁ ଆଖି ଆଗରେ ରଖି ନିଷ୍ଠାପର ଭାବେ କାର୍ଯ୍ୟ କରିବାକୁ ପଡିବ|ସାଧାରଣ ଜନତାଟିଏ ସଠିକ ସମୟରେ ଉପଯୁକ୍ତ ନ୍ୟାୟ ପାଇବା ଉଚିତ | ଆପଣମାନଙ୍କୁ ସମସ୍ତ ସମସ୍ୟାର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ଓ…

ବର୍ଷା ଋତୁରେ ସଂକ୍ରାମକ ରୋଗ ନିୟନ୍ତ୍ରଣ ପାଇଁ

ସଚେତନତାମୂଳକ କାର୍ଯ୍ୟକ୍ରମ ଜାରି ରଖିବାକୁ ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱତୀ ଏସ୍ ଙ୍କ ଉପସ୍ଥିତିରେ ବର୍ଷା ଋତୁରେ ଦେଖା ଦେଉଥିବା ବିଭିନ୍ନ ସଂକ୍ରାମକ ରୋଗ ପାଇଁ  ପ୍ରତିକାରାତ୍ମକ ପଦକ୍ଷେପ ସଂପର୍କରେ ସମୀକ୍ଷା କରିଥିଲେ। ଏଥିରେ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ, ସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ, ବିଭାଗର ବରିଷ୍ଠ ଅଧିକାରୀ ପ୍ରମୁଖ ଯୋଗଦେଇ…

ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ଆଲୋଚନା  

ଭୁବନେଶ୍ୱର: ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଭାଗୀୟ ସମ୍ମିଳନୀ କକ୍ଷରେ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନଙ୍କ ସହ ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି । ବାରିପଦା ବିଧାୟକ ପ୍ରକାଶ ସୋରେନ, ଉଦଳା ବିଧାୟକ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ବାଙ୍ଗୀରିପୋଷୀ ବିଧାୟିକା ସାଞ୍ଜାଳି ମୁର୍ମୁ ଓ ସରସକଣା ବିଧାୟକ ଭାଦବ ହାଁସଦା ପ୍ରମୁଖ ଏହି ବୈଠକରେ ଉପସ୍ଥିତ…

‘ପ୍ରତି ଗାଁରେ 5ଜଣ ଲକ୍ଷପତି ଦିଦି ସୃଷ୍ଟି ହେବେ ‘

ନିମାପଡ଼ା: ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ  ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଉଦଘାଟନ ହୋଇଯାଇଛି । ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପ୍ରଥମେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ “ଏକ ପେଡ୍ ସେନା କେ ନାମ୍ ” ପରିପ୍ରେକ୍ଷୀରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

‘ଢେଙ୍କାନାଳ ହେବ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।  ସୂଚନାଯୋଗ୍ୟ ଯେ,  ୧୧୨ କୋଟି ଟଙ୍କାର ୧୨ ଟି…

‘ରାଜସ୍ୱ ବିଭାଗ ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ’

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…