ଡାହାଣୀ ସନ୍ଦେହରେ ନିର୍ଯାତନା ଓ ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ରାଜ୍ୟସ୍ତରୀୟ କର୍ମଶାଳା
ଭୁବନେଶ୍ୱର : ସାମାଜିକ ସମାନତା ହିଁ ବିକଶିତ ଓଡ଼ିଶାର ମୂଳପିଣ୍ଡ। ଉତ୍ତରପିଢିକୁ ଏକ କୁପ୍ରଥା ବିହୀନ ସୁସ୍ଥ ସମାଜ ପ୍ରଦାନ କରିବା ପାଇଁ ଆମ ସରକାର ପ୍ରତିବଦ୍ଧ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ଭୁବନେଶ୍ଵରସ୍ଥିତ ରାଜ୍ୟ ସମ୍ମେଳନ କକ୍ଷରେ ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଡାହାଣୀ ସନ୍ଦେହରେ ନିର୍ଯାତନା ଓ ବାଲ୍ୟ ବିବାହ ନିଷେଧ ସମ୍ପର୍କିତ ଏକ ରାଜ୍ୟସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା…


