‘ଶିକ୍ଷକ ନିଯୁକ୍ତିରେ ମେଧାକୁ ପ୍ରାଥମିକତା ଦିଆଯିବା ଉଚିତ’
ଭୁବନେଶ୍ୱର: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଭବନ ପରିସରସ୍ଥିତ ନ୍ୟୁ ଅଭିଷେକ ହଲ୍ର ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଚାଲିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ଏକ ବୈଠକରେ…


