ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ହେବ ଦିବ୍ୟାଙ୍ଗ ଅନୁକୂଳ

ଭୁବନେଶ୍ୱର: ଦିବ୍ୟାଙ୍ଗ ଭଉଣୀମାନଙ୍କ ସଫଳତା କାହାଣୀ ଆମ ସମସ୍ତଙ୍କ ପାଇଁ ପ୍ରେରଣା। ଦିବ୍ୟାଙ୍ଗ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସୁରକ୍ଷା ଦ୍ବାୟିତ୍ଵ ରାଜ୍ୟ ସରକାରଙ୍କ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ମିଶନଶକ୍ତି ଭବନ ଠାରେ ଏକ ଭାବପୂର୍ଣ୍ଣ ପରିବେଶରେ ଦିବ୍ୟାଙ୍ଗ ଭଉଣୀମାନଙ୍କ ସହ ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦିବ୍ୟାଙ୍ଗ ମହିଳାମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ଖୋଲା ଆଲୋଚନା କରିଥିଲେ। ପର୍ଯ୍ୟଟନ ସ୍ଥାନକୁ ଦିବ୍ୟାଙ୍ଗ ଅନୁକୂଳ କରିବା ନିମନ୍ତେ ସେ ନିର୍ଦ୍ଦେଶ…

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ…

ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ

ଭୁବନେଶ୍ୱର / କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ  ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା…

ବ୍ୟାପକ ପ୍ରଶିକ୍ଷଣ ଓ ଜନ ସଚେତନତା ତୃଣମୂଳ ସ୍ତରରେ ଜନଜାତିମାନଙ୍କୁ ସଶକ୍ତ କରିବ

ଭୁବନେଶ୍ୱର: ଜନଜାତିମାନଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ଗୁଡ଼ିକୁ ତୃଣମୂଳ ସ୍ତରରେ ଅଧିକ ପ୍ରଭାବୀ ଓ ଫଳପ୍ରଦ କରିବା ପାଇଁ ଭାରତ ସରକାରଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରାଳୟ ତରଫରୁ ନିଆଯାଇଥିବା ‘ଆଦି କର୍ମଯୋଗୀ ଅଭିଯାନ’ ପଦକ୍ଷେପର ସଫଳ ରୂପାୟନ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନରେ ଓଡ଼ିଶା ସରକାରଙ୍କ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗିତା ଓ…

ଅଭିଯୋଗର ଶୀଘ୍ର ସମାଧାନ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଏବଂ ପ୍ରଧାନମନ୍ତ୍ରୀ-କୁସୁମ ଭଳି ଶକ୍ତି ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନା ଓଡ଼ିଶାର ସ୍ୱଚ୍ଛ ଶକ୍ତି ପରିବର୍ତ୍ତନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି, ଓଡ଼ିଶା ଏକ ସ୍ଥାୟୀ, ଆତ୍ମନିର୍ଭରଶୀଳ ଶକ୍ତି ଭବିଷ୍ୟତର ଲକ୍ଷ୍ୟରେ ଅଗ୍ରସର ହେଉଛି – ଯେଉଁଠାରେ ନବସୃଜନ ଅନ୍ତର୍ଭୁକ୍ତିକରଣର…

୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର/ଜୟପୁର: “ସୁଭଦ୍ରା ଯୋଜନା”ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ…

ସ୍ୱାୟତ୍ତ ଦିବସ ପାଳନ ଉପଲକ୍ଷେ ସବୁଜ ୱାର୍ଡ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ। ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମମାନ ପାଳନ କରାଯିବ। ଏଥିପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ବିଭିନ୍ନ ମହାନଗର ନିଗମର କମିଶନର ଓ ସମସ୍ତ ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ‘ଏକ ପେଡ୍‌…

ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଜନସାଧାରଣଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବ: ବାଚସ୍ପତି

+ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଉନ୍ମୋଚିତ ହୋଇଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବସାଇଟକୁ ଉନ୍ମୋଚନ କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍‌ଆଇସିର ବୈଷୟିକ ପରାମର୍ଶରେ…

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଚେତନତା ବୈଠକ

ଭୁବନେଶ୍ବର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟି  (Internal Complaint Committee)  ଦ୍ୱାରା କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ-୨୦୧୩ର ରୂପାୟନ ସମ୍ବନ୍ଧୀୟ ଏକ  ବିସ୍ତୃତ ଆଲୋଚନାଚକ୍ର ଅନୁଷ୍ଠିତ  ହୋଇଥିଲା। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ତଥା ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଭାପତି  ସୌଦାମିନୀ ସେଠୀ, ସ୍ଵତନ୍ତ୍ର ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜଶ୍ରୀ ସିଂହ, ସ୍ଵତନ୍ତ୍ର…

ସେପ୍ଟେମ୍ବର ୨୮ରେ ମେଡିଏସନ ଆଇନ ୨୦୨୩ ସମ୍ପର୍କିତ ଜାତୀୟ କର୍ମଶାଳା

ଭୁବନେଶ୍ୱର: ମେଡିଏସନ ମାଧ୍ୟମରେ ମକଦମା ଗୁଡିକର ସମାଧାନ ପାଇଁ ଉଦିଷ୍ଟ ଥିବା ଆଇନଗତ ଦିଗ ଉପରେ ଆଲୋଚନା ନିମନ୍ତେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତିI ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ କର୍ମଶାଳା ଅନୁଷ୍ଠିତ ହେବ। ଏହି କର୍ମଶାଳା ଆୟୋଜନ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛିI ଲୋକସେବା ଭବନସ୍ଥିତ ଆଇନ ବିଭାଗ…