ମଣିଷ-ବନ୍ୟଜନ୍ତୁ ସଂଘର୍ଷ ନିରାକରଣ: ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ

ଭୁବନେଶ୍ୱର: ବନ୍ୟପ୍ରାଣୀ ସଂରକ୍ଷଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାରଙ୍କ ପକ୍ଷରୁ ଲୋକସେବା ଭବନ ସ୍ଥିତ ରାଜ୍ୟ କନଭେନସନ ସେଣ୍ଟରଠାରେ ‘ମଣିଷ-ବନ୍ୟଜନ୍ତୁ ସଂଘର୍ଷ ନିରାକରଣ’ ଉପରେ ଏକ ଉଚ୍ଚସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଅଧିବେଶନରେ ଅଧ୍ୟକ୍ଷତା କରି ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଗୋଷ୍ଠୀ ସ୍ୱେଚ୍ଛାସେବୀ, ବିଶେଷ କରି ଗଜ ସାଥୀ ଏବଂ ବିଦ୍ୟୁତ ପ୍ରହରୀମାନଙ୍କ ପାଇଁ ଏକ ସୁସଂଗଠିତ ‘ରୋଷ୍ଟର ଭିତ୍ତିକ ବ୍ୟବସ୍ଥା’ କାର୍ଯ୍ୟକାରୀ କରିବାକୁ ପ୍ରସ୍ତାବ…

ସରକାରୀ ଅଧିକାରୀ ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ କରନ୍ତୁ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଆ ଭାଷା ପ୍ରତିଷ୍ଠାନ ପକ୍ଷରୁ ସରକାରୀ ଅଧିକାରୀମାନଙ୍କ ପାଇଁ ଆୟୋଜିତ ହୋଇଥିବା “ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ” ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, “ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟକୁ ସମ୍ପାଦନ କରିବା ପାଇଁ ଆମ ସରକାରଙ୍କ ଆଭିମୁଖ୍ୟ ରହିଛି। ସରକାରୀ ଅଧିକାରୀମାନେ ଓଡ଼ିଆରେ…

‘ପ୍ରଯୁକ୍ତିବିଦ୍ୟା, ଦକ୍ଷତା ବିକାଶ ଦ୍ୱାରା ଶ୍ରମିକ କଲ୍ୟାଣ ହେବ’

ଭୁବନେଶ୍ୱର : ପୁରୀ ଠାରେ ଆୟୋଜିତ ଭାରତୀୟ ମଜଦୁର ସଂଘ (BMS)ର ୨୧ ତମ ତ୍ରିବାର୍ଷିକ ସମ୍ମିଳନୀରେ ଯୋଗଦେଇ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଥିଲେ ଯେ  ପ୍ରଯୁକ୍ତିବିଦ୍ୟା, ଦକ୍ଷତା ବିକାଶ ଦ୍ୱାରା ଶ୍ରମିକ କଲ୍ୟାଣ ହେବା ସହିତ ଦେଶର ଭବିଷ୍ୟତ ଅଭିବୃଦ୍ଧିକୁ ସଶକ୍ତ କରିବାରେ ଓଡ଼ିଶା ପ୍ରମୁଖ ଭୂମିକା ଗ୍ରହଣ କରିବ। ଏହି ଅବସରରେ ଅଭିଭାଷଣ ରଖି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ସଂସ୍କୃତିରେ ଶ୍ରମର ସର୍ବୋଚ୍ଚ ମର୍ଯ୍ୟାଦା ରହିଛି। ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପରମ୍ପରାର…

ସ୍କୁଲ ଛାତ୍ରଛାତ୍ରୀଙ୍କ ସହ ‘ପରୀକ୍ଷା ପେ ଚର୍ଚ୍ଚା’ ଦେଖିଲେ ରାଜ୍ୟପାଳ

ଭୁବନେଶ୍ୱର: ଲୋକଭବନର ସମ୍ମିଳନୀ କକ୍ଷରେ ସରକାରୀ ସ୍କୁଲର ଛାତ୍ରଛାତ୍ରୀଙ୍କ ସହିତ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ମାନ୍ୟବର ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ଦେଖିଥିଲେ I ୪୫ ଜଣ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଅଂଶ ଗ୍ରହଣ କରିଥିଲେ I ଏହି କାର୍ଯ୍ୟକ୍ରମରେ ପରୀକ୍ଷା ଚାପ ପରିଚାଳନା, ପ୍ରସ୍ତୁତିରେ ଧ୍ୟାନ ବଜାୟ ରଖିବା ଏବଂ ଆତ୍ମବିଶ୍ୱାସ ରଖିବା ଇତ୍ୟାଦି ପ୍ରସଙ୍ଗ ଉପରେ ମାନ୍ୟବର ପ୍ରଧାନମନ୍ତ୍ରୀ ମୂଲ୍ୟବାନ ପରାମର୍ଶ ଦେଇଥିଲେ I

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ କାର୍ଯ୍ୟଭାର ଗ୍ରହଣ କଲେ ସୁରେଶ କୁମାର ବଶିଷ୍ଠ

ଭୁବନେଶ୍ବର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ସୁରେଶ କୁମାର ବଶିଷ୍ଠ (ଭା.ପ୍ର.ସେ) କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଭାଗର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ତାଙ୍କୁ ସ୍ୱାଗତ ଜଣାଇଥିଲେ। କାର୍ଯ୍ୟଭାର ଗ୍ରହଣ କଲା ପରେ ଶ୍ରୀ ବଶିଷ୍ଠ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ଅଭିଯାନର ସୁଦୃଢ଼ୀକରଣ ଏବଂ ସମନ୍ୱିତ ପ୍ରୟାସ ଉପରେ ଗୁରୁତ୍ୱାରୋପ କରିଥିଲେ। ଆର୍ଥିକ ଦୁର୍ବଳ ଓ ଅସହାୟ ଲୋକମାନଙ୍କ…

ଫେବୃଆରୀ ୧୦ରୁ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମ

ଭୁବନେଶ୍ୱର: ଫାଇଲେରିଆ ନିରାକରଣ ପାଇଁ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ (ଏମ୍‌ଡିଏ) ୧୦ ଫେବୃଆରୀ (ମଙ୍ଗଳବାର) ଠାରୁ ଆରମ୍ଭ ହେବ। ଏହି ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମରେ ୭.୪୦ ଲକ୍ଷ ଜଣଙ୍କୁ ଫାଇଲେରିଆ ନିରୋଧୀ ଔଷଧ ଦିଆଯିବ । କାର୍ଯ୍ୟସୂଚୀ ଅନୁଯାୟୀ, ବଲାଙ୍ଗିର , ବରଗଡ , ଢେଙ୍କାନାଳ , ଯାଜପୁର , ଗଞ୍ଜାମ ଜିଲାର ୧୦ରୁ ୧୯ ତାରିଖ ମଧ୍ୟରେ ସାମୂହିକ ଔଷଧ ସେବନ କାର୍ଯ୍ୟକ୍ରମ ସହିତ ଜାତୀୟ କୃମିନାଶକ ଦିବସ(ଏନ୍‌ଡିଡି) କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ…

ଆର୍ଥିକ ବର୍ଷ ୨୦୨୭ ସୁଦ୍ଧା ଓଡ଼ିଶାର ଅଗ୍ରାଧିକାର କ୍ଷେତ୍ରର ଋଣ ସମ୍ଭାବନା ୩.୧୫ ଲକ୍ଷ କୋଟି ଟଙ୍କା ହେବ

ଭୁବନେଶ୍ୱର: ଜାତୀୟ କୃଷି ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କ (ନାବାର୍ଡ) ପକ୍ଷରୁ ରାଜ୍ୟ କ୍ରେଡିଟ ସେମିନାର ୨୦୨୬-୨୭ ଅନୁଷ୍ଠିତ ହୋଇଯାଇଛି। ୨୦୨୬-୨୭ ଆର୍ଥିକ ବର୍ଷରେ ଓଡ଼ିଶା ପାଇଁ ୩.୧୫ ଲକ୍ଷ କୋଟି ଟଙ୍କାର ଅଗ୍ରାଧିକାର କ୍ଷେତ୍ର ଋଣ ସମ୍ଭାବନା ରହିଛି ବୋଲି ଆକଳନ କରାଯାଇଛି। ମୋଟ ଆକଳନ ମଧ୍ୟରୁ ଏମ୍ଏସ୍ଏମ୍ଇର ସର୍ବାଧିକ ଅଂଶ ୧.୫୨ ଲକ୍ଷ କୋଟି ଟଙ୍କା ଥିବାବେଳେ କୃଷି କ୍ଷେତ୍ରରେ ୧.୧୪ ଲକ୍ଷ କୋଟି ଟଙ୍କା ରହିଛି। ଅବଶିଷ୍ଟ ଅଂଶ ଗୃହ, ଶିକ୍ଷା, ଅକ୍ଷୟ…

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା : କର୍ତ୍ତା ଭାବେ ବିବାହ ମଣ୍ଡପରେ ଆହୁତି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା କେବଳ ଏକ ସାଧାରଣ ଜନମଙ୍ଗଳକାରୀ ଯୋଜନା ନୁହେଁ, ଏହା ସାମାଜିକ ସୁରକ୍ଷାକୁ ମଜବୁତ୍ କରିବା ପାଇଁ ରାଜ୍ୟ ସରକାରଙ୍କର ଏକ ଅଭିନବ ପ୍ରୟାସ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  “ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା”ର ଶୁଭାରମ୍ଭ ଅବସରରେ କହିଛନ୍ତି। ମା’ତାରା ତାରିଣୀଙ୍କ ପୀଠରେ ଏହି ଯୋଜନାର ଶୁଭାରମ୍ଭ କରାଯାଇ 201 ଜଣ କନ୍ୟାଙ୍କ ଶୁଭ ବିବାହ ସମ୍ପନ୍ନ ହୋଇଛି। ମୁଖ୍ୟମନ୍ତ୍ରୀ ନିଜେ ଉପସ୍ଥିତ ରହି ବିବାହ ମଣ୍ଡପରେ କର୍ତ୍ତା…

ବର୍ଜ୍ୟରୁ ସମ୍ପଦ: ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିବ ଓଡ଼ିଶା

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଓଡ଼ିଶା ଅର୍ବାନ୍ ଏକାଡେମୀଠାରେ ଫେକାଲ୍ ସ୍ଲଜ୍ ଏବଂ ସେପ୍ଟେଜ୍ ପରିଚାଳନା (FSSM) ଉପରେ ଏକ ଶିକ୍ଷଣ ଭିତ୍ତିକ କର୍ମଶାଳା ଆୟୋଜିତ ହୋଇଯାଇଛି। ଏଥିରେ ରାଜ୍ୟର ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ ହୋଇଛି। TSU-FSSM ଏବଂ ‘ଦସ୍ରା’ (Dasra)ର ସହଯୋଗରେ ଆୟୋଜିତ ଏହି କର୍ମଶାଳାରେ ବରିଷ୍ଠ ପଦାଧିକାରୀ, କ୍ଷେତ୍ର ବିଶେଷଜ୍ଞ ଏବଂ ପ୍ରମୁଖ ସହଯୋଗୀମାନେ ଯୋଗ ଦେଇ ଓଡ଼ିଶାର…

ଦୁଇଟି ପର୍ଯ୍ୟାୟରେ ପ୍ରଶିକ୍ଷଣ ନେବେ ୨୪୦ ଜଣ ପିଜିଟି

ଭୁବନେଶ୍ୱର :  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅନ୍ତର୍ଗତ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଅଧିନ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କ ନିମନ୍ତେ ଦିଗଦର୍ଶନ କର୍ମଶାଳାର ଆୟୋଜନ କରାଯାଇଛି। ଶିରିପୁରସ୍ଥିତି ଇମେଜ୍ ଠାରେ ପ୍ରାୟ ୨୪୦ ଜଣ ପିଜିଟି ଶିକ୍ଷକ-ଶିକ୍ଷୟିତ୍ରୀମାନଙ୍କୁ ନେଇ ଦିଗଦର୍ଶନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ଉଦଘାଟନୀ ଅଧିବେଶନରେ ବ୍ରହ୍ମପୁର ଉଚ୍ଚ ମାଧ୍ୟମିକ ଶିକ୍ଷା ଆଞ୍ଚଳିକ ନିର୍ଦ୍ଦେଶକ ରମେଶ ଚନ୍ଦ୍ର ସେଠୀ,…