ଅଭିଯୋଗର ଶୀଘ୍ର ସମାଧାନ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଏବଂ ପ୍ରଧାନମନ୍ତ୍ରୀ-କୁସୁମ ଭଳି ଶକ୍ତି ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନା ଓଡ଼ିଶାର ସ୍ୱଚ୍ଛ ଶକ୍ତି ପରିବର୍ତ୍ତନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି, ଓଡ଼ିଶା ଏକ ସ୍ଥାୟୀ, ଆତ୍ମନିର୍ଭରଶୀଳ ଶକ୍ତି ଭବିଷ୍ୟତର ଲକ୍ଷ୍ୟରେ ଅଗ୍ରସର ହେଉଛି – ଯେଉଁଠାରେ ନବସୃଜନ ଅନ୍ତର୍ଭୁକ୍ତିକରଣର…

୧ କୋଟି ମହିଳା ହିତାଧିକାରୀ ପାଇଲେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର/ଜୟପୁର: “ସୁଭଦ୍ରା ଯୋଜନା”ଅନେକ ମହିଳାଙ୍କ ଜୀବନରେ ପ୍ରଗତି ଓ ପରିବର୍ତ୍ତନର ନୂଆ ଅଧ୍ୟାୟ ସୃଷ୍ଟି କରିବାରେ ସଫଳ ହୋଇଛି। ଏହା ସେମାନଙ୍କର ପରିବାରକୁ ଆର୍ଥିକ ଶକ୍ତି ଦେବା ସହିତ ସେମାନଙ୍କୁ  ଉଦ୍ୟମୀ ମହିଳା ଭାବେ ଗଢି ତୋଳିବାରେ ବଳ ଯୋଗାଇଛି ବୋଲି କୋରାପୁଟ ଜିଲ୍ଲାର  ଜୟପୁର ଠାରେ ଓଡ଼ିଶାର ସର୍ବବୃହତ ମହିଳା ସଶକ୍ତିକରଣ ଯୋଜନା “ସୁଭଦ୍ରା”ର ତୃତୀୟ କିସ୍ତି ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ, କୋରାପୁଟ ଜିଲ୍ଲାରେ, ୪୫୨ କୋଟି ଟଙ୍କାରୁ ଉର୍ଦ୍ଧ୍ୱ…

ସ୍ୱାୟତ୍ତ ଦିବସ ପାଳନ ଉପଲକ୍ଷେ ସବୁଜ ୱାର୍ଡ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର: ଅଗଷ୍ଟ ୩୧ରେ ପ୍ରତିବର୍ଷ ଭଳି ପାଳିତ ହେବାକୁ ଯାଉଛି ସ୍ୱାୟତ୍ତ ଶାସନ ଦିବସ। ଏହି ଉପଲକ୍ଷେ ଅଗଷ୍ଟ ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରାକ୍‌ ଉତ୍ସବ ପାଳନ ସ୍ୱରୂପ ୧୧୫ଗୋଟି ପୌରପାଳିକାରେ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମମାନ ପାଳନ କରାଯିବ। ଏଥିପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ବିଭିନ୍ନ ମହାନଗର ନିଗମର କମିଶନର ଓ ସମସ୍ତ ମୁନିସିପାଲିଟି ଓ ବିଜ୍ଞାପିତ ଅଞ୍ଚଳ ପରିଷଦର କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ ‘ଏକ ପେଡ୍‌…

ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଜନସାଧାରଣଙ୍କ ଅଂଶଗ୍ରହଣକୁ ପ୍ରୋତ୍ସାହିତ କରିବ: ବାଚସ୍ପତି

+ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ନୂତନ ୱେବସାଇଟ ଉନ୍ମୋଚିତ ହୋଇଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗଙ୍କ ଉପସ୍ଥିତିରେ ଏହି ୱେବସାଇଟକୁ ଉନ୍ମୋଚନ କରି ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ଏଭଳି ପ୍ରୟାସ ଅଧିକ ସ୍ୱଚ୍ଛ ଓ ପାରଦର୍ଶିତା ଦିଗରେ ଆମ ଯାତ୍ରାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଓଡ଼ିଶା ସରକାରଙ୍କ ଆଇଟି ଓ ଇଟି ବିଭାଗ ଏବଂ ଭାରତ ସରକାରଙ୍କ ଏନ୍‌ଆଇସିର ବୈଷୟିକ ପରାମର୍ଶରେ…

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଚେତନତା ବୈଠକ

ଭୁବନେଶ୍ବର: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ଆଭ୍ୟନ୍ତରୀଣ ଅଭିଯୋଗ କମିଟି  (Internal Complaint Committee)  ଦ୍ୱାରା କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ନିର୍ଯ୍ୟାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ-୨୦୧୩ର ରୂପାୟନ ସମ୍ବନ୍ଧୀୟ ଏକ  ବିସ୍ତୃତ ଆଲୋଚନାଚକ୍ର ଅନୁଷ୍ଠିତ  ହୋଇଥିଲା। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ତଥା ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ସଭାପତି  ସୌଦାମିନୀ ସେଠୀ, ସ୍ଵତନ୍ତ୍ର ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ରାଜଶ୍ରୀ ସିଂହ, ସ୍ଵତନ୍ତ୍ର…

ସେପ୍ଟେମ୍ବର ୨୮ରେ ମେଡିଏସନ ଆଇନ ୨୦୨୩ ସମ୍ପର୍କିତ ଜାତୀୟ କର୍ମଶାଳା

ଭୁବନେଶ୍ୱର: ମେଡିଏସନ ମାଧ୍ୟମରେ ମକଦମା ଗୁଡିକର ସମାଧାନ ପାଇଁ ଉଦିଷ୍ଟ ଥିବା ଆଇନଗତ ଦିଗ ଉପରେ ଆଲୋଚନା ନିମନ୍ତେ ଏକ ଜାତୀୟ ସ୍ତରୀୟ କର୍ମଶାଳା ଆୟୋଜନ ପାଇଁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତିI ଏହି କ୍ରମରେ ଆସନ୍ତା ସେପ୍ଟେମ୍ବର ୨୮ରେ ଭୁବନେଶ୍ୱରରେ କର୍ମଶାଳା ଅନୁଷ୍ଠିତ ହେବ। ଏହି କର୍ମଶାଳା ଆୟୋଜନ ସମ୍ପର୍କିତ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧକ୍ଷତାରେ ଅନୁଷ୍ଠିତ ହୋଇଯାଇଛିI ଲୋକସେବା ଭବନସ୍ଥିତ ଆଇନ ବିଭାଗ…

ମହିଳା ନେତୃତ୍ୱାଧୀନ ଉଦ୍ୟମିତା ହେଉଛି ସମୟର ଆହ୍ଵାନ: ମନ୍ତ୍ରୀ

ଭୁବନେଶ୍ଵର: ଜିଲ୍ଲା ଶିଳ୍ପ କେନ୍ଦ୍ର ସାଧାରଣ ପରିଚାଳକଙ୍କର ଯୋଜନା କାର୍ଯ୍ୟାନ୍ୱୟନ ଓ ରୂପାୟନ ସମ୍ପର୍କରେ ଏକ ସମୀକ୍ଷା ବୈଠକ ସ୍ଥାନୀୟ ଓ-ହବ୍ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରି ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ ତଥା ମତ୍ସ୍ୟ ଏବଂ ପ୍ରାଣିସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସବିଶେଷ ସମୀକ୍ଷା କରିଥିଲେ। ଏହି ଅବସରରେ ଉଦ୍ୟମିତା କ୍ଷେତ୍ରରେ ଅଧିକରୁ ଅଧିକ ମହିଳାଙ୍କୁ ସାମିଲ କରିବା ପାଇଁ ବିଶେଷ ପ୍ରଚେଷ୍ଟା କରିବା ପାଇଁ ଅଧିକାରୀଙ୍କୁ କହିଥିଲେ।…

ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ଗଞ୍ଜାମ ଓ କେନ୍ଦ୍ରାପଡ଼ା ଜିଲ୍ଲାର ୫ଟି ପ୍ରବାସ ପ୍ରବଣ ବ୍ଲକରେ ସଚେତନତା ସୃଷ୍ଟି କରିବ

ଭୁବନେଶ୍ଵର: କୃଷି ଭବନ ଠାରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ର ବା ସଚେତନତା ରଥର ଶୁଭ ଉଦଘାଟନ କରିଛନ୍ତି l ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଓ କୃଷି ସଂଗଠନ (ଏଫଏଓ) ଓ ଅନ୍ତର୍ଜାତୀୟ ପ୍ରବାସ ସଂଗଠନ (International Organization for  Migration)ର ମିଳିତ ସହଯୋଗ ଓ ଜାତିସଂଘ ପ୍ରବାସୀ ମଲ୍ଟି-ପାର୍ଟନର ଟ୍ରଷ୍ଟ ଫଣ୍ଡର ସମର୍ଥନରେ ଓଡ଼ିଶାର ପ୍ରଥମ ଭ୍ରାମ୍ୟମାଣ ପ୍ରବାସୀ ସାଧନ କେନ୍ଦ୍ରର ଆରମ୍ଭ…

ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣର ସହ ସେବା କରନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର: ରାଜସ୍ୱ ସେବା ହେଉଛି ଶାସନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସେବା ମଧ୍ୟରୁ ଅନ୍ୟତମ, ଯାହା ଜନସାଧାରଣଙ୍କ ସହ ପ୍ରତ୍ୟେକ୍ଷ ଭାବେ ଜଡିତ ହୋଇ ରହିଥାଏ। ଏଣୁ ଓଡ଼ିଶା ରାଜସ୍ୱ ସେବା ଅଧିକାରୀମାନେ ଆନ୍ତରିକତା ଓ ସମର୍ପଣ ସହ ସେବା ଯୋଗାଇବାକୁ ରାଜ୍ୟପାଳ  ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି। ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ରେଭେନୁ୍ୟ ଅଫିସର୍ସ ଟ୍ରେନିଂ ଇନଷ୍ଟିଚୁ୍ୟଟ୍ରେ ତାଲିମ୍ ନେଉଥିବା ୨୦୨୨ ବ୍ୟାଚ୍ର ଓଡ଼ିଶା ରାଜସ୍ୱ ସେବାର ଅଧିକାରୀମାନଙ୍କ ସହ ବାର୍ତ୍ତାଳାପ ଅବସରରେ…

ପୋଶ୍‌ ଆଇନ, ୨୦୧୩ ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ଷମ

ଭୁବନେଶ୍ୱର: କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ୍‌-୨୦୧୩ ସମ୍ବନ୍ଧୀୟ ଏକ କର୍ମଶାଳା ସ୍ୱତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କାର୍ଯ୍ୟାଳୟର ଆଭ୍ୟନ୍ତରୀଣ ଅଭିଯୋଗ କମିଟିର ଅଧ୍ୟକ୍ଷା ଯୁଗ୍ମ ସ୍ୱତନ୍ତ୍ର ରିଲିଫ୍‌ କମିଶନର ସ୍ନିUା ଚମ୍ପତିରାୟ ଅଧ୍ୟକ୍ଷତା କରିଥିଲେ। କମିଟିର ସଦସ୍ୟମାନେ ସମସ୍ତ ସରକାରୀ କର୍ମକ୍ଷେତ୍ରରେ ମହିଳାଙ୍କୁ ସୁସ୍ଥ ଏବଂ ନିରାପଦ ପରିବେଶ ପ୍ରଦାନ କରିବା ଉପରେ ଗୁରୁତ୍ୱ ଦେଇଥିଲେ। କମିଟିର ଲକ୍ଷ୍ୟ, ଆଭିମୁଖ୍ୟ ଓ ପୋଶ୍‌ ଆଇନ୍‌,…