ଓଡ଼ିଶା ବିଧାନସଭାର ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ୪ ନମ୍ବର ୟୁନିଟ୍‌ସ୍ଥିତ ପୁରାତନ ଅତିଥି ଭବନ ସମ୍ପ୍ରସାରିତ ଅଟ୍ଟାଳିକାର ଶିଳାନ୍ୟାସ ହୋଇଯାଇଛି। ବାଚସ୍ପତି ସୁରମା ପାଢ଼ୀ, ଉପବାଚସ୍ପତି ଭବାନୀ ଶଙ୍କର ଭୋଇଙ୍କ ଉପସ୍ଥିତିରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ବିଧାନସଭାର ସଚିବ ସତ୍ୟବ୍ରତ ରାଉତ ଉପସ୍ଥିତ ଥିଲେ। ଏଠାରେ ସୂଚନାଯୋଗ୍ୟ ଯେ ପୁରାତନ ଅତିଥି ଭବନରେ ୨୩ଟି ରୁମ୍‌ ଥିବାବେଳେ ଏବେ ସ୍ଥାନାଭାବର ସମସ୍ୟା ଦେଖାଦେଉଛି। ଏଥିପାଇଁ ୩ କୋଟି ୮ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ବ୍ୟୟରେ ସମ୍ପ୍ରସାରିତ…

ପ୍ରକଳ୍ପଗୁଡ଼ିକର ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା ଉପରେ ରାଜ୍ୟପାଳଙ୍କ ଗୁରୁତ୍ୱ

ଭୁବନେଶ୍ୱର: ବିଭିନ୍ନ ବିଭାଗ ଦ୍ୱାରା କାର୍ଯ୍ୟକାରୀ କରାଯାଉଥିବା ପ୍ରକଳ୍ପଗୁଡ଼ିକର ସମୟୋଚିତ କାର୍ଯ୍ୟାନ୍ୱୟନ ପାଇଁ ସଂପୃକ୍ତ ବିଭାଗଗୁଡ଼ିକ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ସେପ୍ଟେମ୍ବର ୪ ତାରିଖ ଦିନ ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ଜାତୀୟ ରାଜପଥ ପ୍ରାଧିକରଣ, ଜାତୀୟ ରାଜପଥ, ବିମାନ ଚଳାଚଳ ଏବଂ ରେଳବାଇର ବିଭିନ୍ନ ପ୍ରକଳ୍ପର କାର୍ଯ୍ୟକାରିତା ଓ ବର୍ତ୍ତମାନର ସ୍ଥିତି ସଂପର୍କରେ ସମୀକ୍ଷା ଅବସରରେ ରାଜ୍ୟପାଳ ଏପରି ଗୁରୁତ୍ୱ ଆରୋପ…

ନାଗରିକ କୈନ୍ଦ୍ରିକ ସେବା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ କରିବାରେ କୃତ୍ରିମ ବୁଦ୍ଧିମତ୍ତା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରୁଛି: ଉନ୍ନୟନ କମିଶନର

ଭୁବନେଶ୍ୱର: ରାଜ୍ୟ ସୂଚନା ବିଜ୍ଞାନକେନ୍ଦ୍ର, ଓଡିଶା ଦ୍ଵାରା ଏହାର ଭୁବନେଶ୍ଵରସ୍ଥିତ ମୁଖ୍ୟାଳୟରେ ଏକ କୃତ୍ରିମ ବୁଦ୍ଧିମତ୍ତା ସଚେତନତା କର୍ମଶାଳା ଉଦ୍ଘାଟିତ ହୋଇଯାଇଛି। ଏହି କର୍ମଶାଳାରେ ଓଡିଶା ସରକାରଙ୍କର ବିଭିନ୍ନ ବିଭାଗ ଏବଂ ସଂଗଠନରୁ ଶତାଧିକ ଅଧିକାରୀ ଯୋଗ ଦେଇଥିଲେ। କର୍ମଶାଳାକୁ ଓଡିଶା ରାଜ୍ୟ  ସରକାରଙ୍କ ଉନ୍ନୟନ କମିଶନର ତଥା ଯୋଜନା ଓ ସଂଯୋଜନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଉଦ୍ଘାଟନ କରି କୃତ୍ରିମ ବୁଦ୍ଧିମତ୍ତା ତଥା ଅନ୍ୟ କେତେକ ଟେକ୍ନୋଲୋଜି…

ଅକ୍ଟୋବର ମାସ ଶେଷ ସୁଦ୍ଧା ଚିଲିକା, ଅଂଶୁପା, ଭିତରକନିକା ହେନ୍ତାଳବନ, ହୀରାକୁଦ ଜଳଭଣ୍ଡାର, ସାତକୋଶିଆ ଗଣ୍ଡ ଏବଂ ତାମ୍ପଡା ଆର୍ଦ୍ରଭୂମିର ସମନ୍ୱିତ ପରିଚାଳନା ଯୋଜନା ପ୍ରସ୍ତୁତ କର’

ଭୁବନେଶ୍ୱର: ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣ, ଓଡ଼ିଶାର ଚତୁର୍ଥ ବୈଠକ ଲୋକସେବା ଭବନସ୍ଥିତ ଦ୍ଵିତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷତା କରି ରାଜ୍ୟ ଆର୍ଦ୍ରଭୂମି ପ୍ରାଧିକରଣର ଅଧ୍ୟକ୍ଷ ତଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ଅକ୍ଟୋବର ମାସ ଶେଷ ସୁଦ୍ଧା ଚିଲିକା, ଅଂଶୁପା, ଭିତରକନିକା ହେନ୍ତାଳବନ, ହୀରାକୁଦ ଜଳଭଣ୍ଡାର, ସାତକୋଶିଆ ଗଣ୍ଡ ଏବଂ ତାମ୍ପଡା ଆର୍ଦ୍ରଭୂମିର ସମନ୍ୱିତ ପରିଚାଳନା ଯୋଜନା ପ୍ରସ୍ତୁତ କରିବାକୁ ବନଖଣ୍ଡ ଅଧିକାରୀ ଓ…

ଓଡ଼ିଶା ଯାତ୍ରୀ ଆପ୍‌ ସହାୟତାରେ ଆମ ବସ୍‌ ଏବଂ ଚିଲିକା ବୋଟିଂ ଟିକେଟ କିଣିପାରିବେ

ଭୁବନେଶ୍ବର : ଓଡ଼ିଶା ଯାତ୍ରୀ ଆପ୍‌ର କଳେବର ବଢ଼ାଇଛି ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ। ଏଣିକି ଏହି ଆପ୍‌ ମାଧ୍ୟମରେ ଆମ ବସ୍‌ ଏବଂ ସାତପଡ଼ାରେ ଚିଲିକା ବୋଟିଂ ନିମନ୍ତେ ଟିକେଟ୍‌ କିଣିପାରିବେ।  ପର୍ଯ୍ୟଟକ ଏବଂ ଯାତ୍ରୀଙ୍କ ଅନୁଭବକୁ ଅଧିକ ସୁଖଦ୍‌ ଏବଂ ସହଜ କରିବା ଉଦ୍ଦେଶ୍ୟରେ ଏହି ନୂତନ ସୁବିଧାକୁ ଆପ୍‌ରେ ଅନ୍ତର୍ଭୁକ୍ତ କରାଯାଇଛି। ରାଜ୍ୟ ସରକାରଙ୍କ ଆମ ବସ୍‌ ସେବା ଅଧୀନରେ ଚଳାଚଳ କରୁଥିବା ଯେକୌଣସି ବସ୍‌ରେ ଯାତାୟାତ ନିମନ୍ତେ ଏହି ଆପ୍‌…

ସହରାଞ୍ଚଳ ଅଭିବୃଦ୍ଧି ପାଇଁ କାର୍ଯ୍ୟକାରୀ ହେବ ଓଡ଼ିଶା କ୍ୱାଡ୍ ସିଟି ଯୋଜନା

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ସହରଗୁଡ଼ିକୁ ଅର୍ଥନୀତିକ ଅଭିବୃଦ୍ଧି ଏବଂ ବିଶ୍ୱ ପ୍ରତିଯୋଗିତାର ଏକ ଶକ୍ତିଶାଳୀ ଇଞ୍ଜିନରେ ପରିଣତ କରିବା ପାଇଁ ଓଡ଼ିଶା ସରକାର ଏକ ମହତ୍ୱାକାଂକ୍ଷୀ କ୍ୱାଡ୍ ସିଟି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ପଦକ୍ଷେପର ଏକ ଅଂଶ ଭାବରେ, ରାଜ୍ୟ ଓଡ଼ିଶାର ଜିଡିପି ରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖୁଥିବା ସହରଗୁଡ଼ିକୁ କ୍ଲଷ୍ଟର କରି ସମନ୍ୱିତ ଅର୍ଥନୀତିକ କ୍ଷେତ୍ର ସୃଷ୍ଟି କରିବାକୁ ଯୋଜନା କରିଛି। ପ୍ରଥମ କ୍ଷେତ୍ର ଭୁବନେଶ୍ୱର, ପୁରୀ, କଟକ ଏବଂ ପାରାଦୀପକୁ ସଂଯୋଗ କରିବ…

ଦେଶର ପ୍ରକୃତ ସମୃଦ୍ଧି ଅବହେଳିତ ସମ୍ପ୍ରଦାୟକୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦା ଏବଂ ସୁଯୋଗ ଦ୍ଵାରା ମପାଯାଏ- ରାଜ୍ୟପାଳ

ଭୁବନେଶ୍ଵର: ଦେଶର ପ୍ରକୃତ ସମୃଦ୍ଧି ସଂଖ୍ୟା କିମ୍ବା ଭିତ୍ତିଭୂମିରେ ମପାଯାଏ ନାହିଁ ବରଂ ଏହାର ସବୁଠାରୁ ଅବହେଳିତ ସମ୍ପ୍ରଦାୟକୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦା ଏବଂ ସୁଯୋଗ ଦ୍ଵାରା ମପାଯାଏ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଚଳିତ ଅଗଷ୍ଟ 30 ତାରିଖ  ଦିନ ଲୋକସେବା ଭବନର କନଭେନସନ ହଲ ଠାରେ ଆୟୋଜିତ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟପାଳ…

ସଂସଦୀୟ କମିଟି ଲୋକତନ୍ତ୍ରର ଅନ୍ୟତମ ସ୍ତମ୍ଭ:  ଓମ ବିର୍ଲା

ଭୁବନେଶ୍ୱର: ସଂସଦ ଏବଂ ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳ ବିଧାନସଭାର ଅନୁସୂଚିତ ଜାତି ଏବଂ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷମାନଙ୍କ ଦୁଇ ଦିନିଆ ଜାତୀୟ ସମ୍ମିଳନୀରେ ଯୋଗ ଦେବା ପାଇଁ ଲୋକସଭାର ବାଚସ୍ପତି ଓମ ବିର୍ଲା ଭୁବନେଶର ଗସ୍ତରେ ଆସିଥିବା ବେଳେ ସମ୍ମିଳନୀର ଉଦଯାପନୀ ଉତ୍ସବ ଶେଷରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରି କହିଲେ ଯେ ଭୁବନେଶ୍ୱରରୁ ଅନୁସୂଚିତ ଜାତି ଅନୁସୂଚିତ ଜନଜାତିଙ୍କ ବିକାଶର ରୋଡ଼ମ୍ୟାପ ଆରମ୍ଭ ହେବ। ୨୫ ବର୍ଷ ପରେ ଏବଂ…

‘ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ କମିଟିର ସଦସ୍ୟ ଦଳମତରୁ ଉର୍ଦ୍ଧ୍ୱରେ ଥାଇ ବର୍ଗର ଉନ୍ନତି ପାଇଁ ନିଷ୍ପତ୍ତି ନିଅନ୍ତି’

ଭୁବନେଶ୍ୱର:  ଭୁବନେଶ୍ୱରରେ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି କଲ୍ୟାଣ ସମ୍ବନ୍ଧିତ ସଂସଦୀୟ ଏବଂ ବିଭିନ୍ନ ରାଜ୍ୟ/ କେନ୍ଦ୍ର ଶାସିତ ଅଞ୍ଚଳର କମିଟିର ଅଧ୍ୟକ୍ଷ ଓ ସଦସ୍ୟ ଗଣଙ୍କ ଜାତୀୟ ସମ୍ମିଳନୀ ଉଦ୍‌ଘାଟିତ ହୋଇଯାଇଛି। ଲୋକସେବା ଭବନର କନ୍‌ଭେନ୍‌ସନ୍‌ ହଲ୍‌ରେ ଆୟୋଜିତ ଏହି ଦୁଇ ଦିନିଆ ଜାତୀୟ ସମ୍ମିଳନୀକୁ ମୁଖ୍ୟ ଅତିଥି ଭାବେ ଲୋକସଭା ବାଚସ୍ପତି ଓମ୍ ବିର୍ଲା ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ବିର୍ଲା କହିଛନ୍ତି ଯେ, ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି…

‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ଉପରେ  ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ବର: ଇଣ୍ଡିଆନ୍ ଚାମ୍ବର ଅଫ୍ କମର୍ସ (ଆଇସିସି)  ଓ  ଲଘୁ ଉଦ୍ୟୋଗ ଭାରତୀ ପକ୍ଷରୁ ବିକଶିତ ଓଡ଼ିଶା ‘ଓଡିଶାର ଅଭିବୃଦ୍ଧି ଇଞ୍ଜିନକୁ ସଶକ୍ତ କରିବା’ ଉପରେ ଏକ ଆଲୋଚନାଚକ୍ରର ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ କହିଛନ୍ତି ଯେ ଦେଶର ସର୍ବଶ୍ରେଷ୍ଠ ପାଞ୍ଚଟି ବିକଶିତ ରାଜ୍ୟ ଭିତରେ ଓଡିଶାକୁ ସ୍ଥାନ ଦେବା ଆମ ସରକାରଙ୍କ ପ୍ରଥମ ଏବଂ ଏକମାତ୍ର ଲକ୍ଷ୍ୟ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ମାସରେ ହେବାକୁ ଥିବା GST…