ଭାରତରତ୍ନ ଅଟଳଜୀ ସମସ୍ତଙ୍କ ପାଇଁ ଆଦର୍ଶ: ସଂସ୍କୃତି ମନ୍ତ୍ରୀ

ବୌଦ୍ଧ / ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀ ଆନୁକୂଲ୍ୟରେ ବୌଦ୍ଧ ଜିଲ୍ଲା ଟାଉନ୍‌ ହଲ୍‌ରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ସ୍ମୃତି ଉତ୍ସବ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ଆଜି ପୂଜ୍ୟ ଅଟଳ ବିହାରୀ ବାଜପେୟୀଜୀଙ୍କର ଶ୍ରଦ୍ଧାଞ୍ଜଳି ଦିବସ। ମହାନ ଜନନାୟକ ଭାରତରତ୍ନ ଅଟଳଜୀଙ୍କୁ ମୁଁ ଭକ୍ତିପୂତ ପ୍ରମାଣ ଜଣାଉଛି। ଅଟଳଜୀଙ୍କ ସମ୍ପୂର୍ଣ୍ଣ ଜୀବନ ଭାରତ…

ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ରାଜ୍ୟ ପୋଲିସ ମୁଖ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଜିଲ୍ଲାସ୍ତରୀୟ ସଡକ ସୁରକ୍ଷାକୁ ଅଧିକ ସୁଦୃଢ କରିବାପାଇଁ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ରାଜ୍ୟ ପରିବହନ ପ୍ରାଧିକରଣ ଆନୁକୁଲ୍ଯରେ ଆୟୋଜିତ ଏହି ବୈଠକରେ ସଡକ ଦୁର୍ଘଟଣା କମାଇବା, ଟ୍ରାଫିକ୍ ନିୟମର କଡ଼ା କାର୍ଯ୍ୟାନ୍ବୟନ, ଜାତୀୟ ରାଜପଥ ପାଟ୍ରୋଲିଂ, ସିସିଟିଭି ନିରୀକ୍ଷଣ, ସଚେତନତା କାର୍ଯ୍ୟକ୍ରମ ଏବଂ ସ୍କୁଲ-କଲେଜ ସ୍ତରରେ ସଡ଼କ ସୁରକ୍ଷା ଶିକ୍ଷା ଆଦି ପ୍ରସଙ୍ଗରେ ବିସ୍ତୃତ ଭାବେ ଆଲୋଚନା ହୋଇଥିଲା।…

ସାରା ରାଜ୍ୟରେ “ଆସ ସ୍କୁଲ ଯିବା”ଅଭିଯାନ ଅବସରରେ ସ୍ୱତନ୍ତ୍ର ଅଭିଭାବକ ଶିକ୍ଷକ ବୈଠକ

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ୨୦୨୫-୨୬ ରେ ସାରା ରାଜ୍ୟରେ “ଆସ ସ୍କୁଲ ଯିବା”ଅଭିଯାନ ଅବସରରେ ଏକ ‘ସ୍ୱତନ୍ତ୍ର ଅଭିଭାବକ, ଶିକ୍ଷକ/ ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା / ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ’ ଅନୁଷ୍ଠିତ ହୋଇଯାଇଛି।  ଉକ୍ତ ବୈଠକରେ ବିଦ୍ୟାଳୟ ବାହାରେ ଥିବା ପିଲାମାନଙ୍କୁ ଶିକ୍ଷାର ମୁଖ୍ୟ ସ୍ରୋତରେ ସାମିଲ  କରିବା, ବିଦ୍ୟାଳୟ ଯାଇ ନଥିବା ପିଲାଙ୍କୁ ବୟସ ଅନୁଯାୟୀ ଉପଯୁକ୍ତ ଶ୍ରେଣୀରେ ନାମ ଲେଖାଇବା ଓ ପିଲାମାନଙ୍କର ପାଠପଢ଼ାକୁ ବିଦ୍ୟାଳୟରେ ଜାରି ରଖିବା…

୪ ମାସରେ ୫.୬୩ ଲକ୍ଷରୁ ଅଧିକ ବରିଷ୍ଠ ନାଗରିକ ଯୋଜନାରେ ପଞ୍ଜୀକୃତ

ଭୁବନେଶ୍ୱର: ୭୦ ବର୍ଷ ବା ତଦୁର୍ଦ୍ଧ୍ଵ  ବୟସ୍କ ବରିଷ୍ଠ ନାଗରିକମାନଙ୍କ ପାଇଁ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା କାର୍ଡ ଏକ ଦୃଢ ଆଶା ବାଡ଼ି ସାବ୍ୟସ୍ତ ହେଇଛି। ବୃଦ୍ଧ ବୟସରେ ଦେୟମୁକ୍ତ ଉଚ୍ଚମାନର ସୁପର ସ୍ପେସାଲିଷ୍ଟ ଚିକିତ୍ସା ନିମନ୍ତେ ଏକ ନିର୍ଭର ଯୋଗ୍ୟ ଭରସା ଆଣିଛି। ଭୁବନେଶ୍ୱର ମଞ୍ଚେଶ୍ଵର ଅଞ୍ଚଳର ରଙ୍ଗମାଟିଆ ଗ୍ରାମବାସୀ ଶ୍ୟାମ ସୁନ୍ଦର ସାହୁ (୭୨ ବର୍ଷ)ଙ୍କ ଝିଅ ସସ୍ମିତା କୁହନ୍ତି ଆମେ ଏକ ନିମ୍ନ ମଧ୍ୟବିତ୍ତ ପରିବାରର ଲୋକ। ଅଧିକ ବୟସ ହେତୁ…

କଟକ ଜିଲ୍ଲାରେ ଆରମ୍ଭ ହେବ ସୁଭଦ୍ରା ପ୍ଲସ ଯୋଜନା: ଉପମୁଖ୍ୟମନ୍ତ୍ରୀ

କଟକ: ସ୍ଵାଧୀନତା କେବଳ ୧୯୪୭ ମସିହାର ଗୋଟିଏ ଦିନର କାହାଣୀ ନୁହେଁ- ଏହା ହେଉଛି ଆମ ଉପରେ ନ୍ୟସ୍ତ ହୋଇଥିବା ପ୍ରତ୍ୟେକ ଦିନର ଦାୟିତ୍ଵ। ଏହାକୁ ସୁରକ୍ଷିତ ରଖିବା ହେଉଛି ଆମ୍ଭମାନଙ୍କର କର୍ତ୍ତବ୍ୟ। ନ୍ୟାୟ, ଶିକ୍ଷା, ସମାନତା ଓ ବିକାଶ କ୍ଷେତ୍ରରେ ଓଡିଶାକୁ ଆଗକୁ ନେବାକୁ ହେବ ଏବଂ ଉତ୍ତର ପିଢୀଙ୍କୁ କଷ୍ଟଲବ୍ଧ ସ୍ଵାଧୀନତାର ପ୍ରକୃତ ଅର୍ଥ ବୁଝାଇବାକୁ ହେବ। ଶାନ୍ତି, ମୈତ୍ରୀ ଓ ପ୍ରଗତିର ପ୍ରତୀକ କଟକ ସହର ବିକାଶ ପଥରେ ଅଗ୍ରସର ହେଉ। ଏହି…

ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ହେବ ଦିବ୍ୟାଙ୍ଗ ଅନୁକୂଳ

ଭୁବନେଶ୍ୱର: ଦିବ୍ୟାଙ୍ଗ ଭଉଣୀମାନଙ୍କ ସଫଳତା କାହାଣୀ ଆମ ସମସ୍ତଙ୍କ ପାଇଁ ପ୍ରେରଣା। ଦିବ୍ୟାଙ୍ଗ ମହିଳାମାନଙ୍କ ଆର୍ଥିକ ଓ ସାମାଜିକ ସୁରକ୍ଷା ଦ୍ବାୟିତ୍ଵ ରାଜ୍ୟ ସରକାରଙ୍କ ବୋଲି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତ ପ୍ରକାଶ କରିଛନ୍ତି। ମିଶନଶକ୍ତି ଭବନ ଠାରେ ଏକ ଭାବପୂର୍ଣ୍ଣ ପରିବେଶରେ ଦିବ୍ୟାଙ୍ଗ ଭଉଣୀମାନଙ୍କ ସହ ବାର୍ତ୍ତାଳାପ କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଦିବ୍ୟାଙ୍ଗ ମହିଳାମାନଙ୍କ ବିଭିନ୍ନ ସମସ୍ୟା ବିଷୟରେ ଖୋଲା ଆଲୋଚନା କରିଥିଲେ। ପର୍ଯ୍ୟଟନ ସ୍ଥାନକୁ ଦିବ୍ୟାଙ୍ଗ ଅନୁକୂଳ କରିବା ନିମନ୍ତେ ସେ ନିର୍ଦ୍ଦେଶ…

ପୋଲିସ ପାଟ୍ରୋଲିଂ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ଅପରାଧ ଏବଂ ଆଇନ ଶୃଙ୍ଖଳା ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସାଧାରଣ ଜନତା ଯେପରି ସୁରକ୍ଷିତ ଅନୁଭବ କରିବେ, ସେଥିପାଇଁ ପୋଲିସ ପକ୍ଷରୁ ସମସ୍ତ ପ୍ରକାର ଆବଶ୍ୟକ ଉପାୟ ଅବଲମ୍ୱନ କରିବାକୁ ମୁଖ୍ୟମନ୍ତ୍ରୀ ବୈଠକରେ ପରାମର୍ଶ ଦେଇଥିଲେ। ନାରୀ ସୁରକ୍ଷା କ୍ଷେତ୍ରରେ ସରକାରଙ୍କ ଶୂନ୍ୟ ସହନଶୀଳତା ନୀତି ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ପୋଲିସ ଅଧିକାରୀମାନଙ୍କୁ ପରାମର୍ଶ ଦେଇ କହିଥିଲେ ଯେ, ଏହି ନୀତିକୁ…

ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ

ଭୁବନେଶ୍ୱର / କୋରାପୁଟ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ସ୍ଥିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲ ଠାରେ ୨୮୦ କୋଟି ଟଙ୍କା ବ୍ୟୟରେ ୬୫୦ ଶଯ୍ୟା ବିଶିଷ୍ଟ  ଚିକିତ୍ସାଳୟର ଉଦଘାଟନ କରିଛନ୍ତି ଏବଂ ଏହି ଅବସରରେ ଜୟପୁର-ବ୍ରହ୍ମପୁର-ଭୁବନେଶ୍ୱର ଈକୋନୋମିକ କରିଡୋର ୬ ଲେନ ବିଶିଷ୍ଟ ରାସ୍ତା ଖୁବ ଶୀଘ୍ର ନିର୍ମାଣ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ। ଏଥିସହିତ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଆବଶ୍ୟକ ଥିବା…

ବ୍ୟାପକ ପ୍ରଶିକ୍ଷଣ ଓ ଜନ ସଚେତନତା ତୃଣମୂଳ ସ୍ତରରେ ଜନଜାତିମାନଙ୍କୁ ସଶକ୍ତ କରିବ

ଭୁବନେଶ୍ୱର: ଜନଜାତିମାନଙ୍କ ପାଇଁ ଉଦ୍ଦିଷ୍ଟ କଲ୍ୟାଣକାରୀ ଯୋଜନା ଓ କାର୍ଯ୍ୟକ୍ରମ ଗୁଡ଼ିକୁ ତୃଣମୂଳ ସ୍ତରରେ ଅଧିକ ପ୍ରଭାବୀ ଓ ଫଳପ୍ରଦ କରିବା ପାଇଁ ଭାରତ ସରକାରଙ୍କ ଜନଜାତୀୟ କାର୍ଯ୍ୟ ମନ୍ତ୍ରାଳୟ ତରଫରୁ ନିଆଯାଇଥିବା ‘ଆଦି କର୍ମଯୋଗୀ ଅଭିଯାନ’ ପଦକ୍ଷେପର ସଫଳ ରୂପାୟନ ସମ୍ପର୍କିତ ଏକ ବୈଠକ ଶୁକ୍ରବାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯାନରେ ଓଡ଼ିଶା ସରକାରଙ୍କ ସଂପୃକ୍ତ ବିଭିନ୍ନ ବିଭାଗର ସହଯୋଗିତା ଓ…

ଅଭିଯୋଗର ଶୀଘ୍ର ସମାଧାନ ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ଏବଂ ପ୍ରଧାନମନ୍ତ୍ରୀ-କୁସୁମ ଭଳି ଶକ୍ତି ବିଭାଗର ପ୍ରମୁଖ ଯୋଜନାଗୁଡ଼ିକର କାର୍ଯ୍ୟାନ୍ୱୟନ ସମୀକ୍ଷା କରିଛନ୍ତି। ଏହି ଦୁଇଟି ଗୁରୁତ୍ୱପୂର୍ଣ୍ଣ ଯୋଜନା ଓଡ଼ିଶାର ସ୍ୱଚ୍ଛ ଶକ୍ତି ପରିବର୍ତ୍ତନରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ। ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ କହିଛନ୍ତି, ଓଡ଼ିଶା ଏକ ସ୍ଥାୟୀ, ଆତ୍ମନିର୍ଭରଶୀଳ ଶକ୍ତି ଭବିଷ୍ୟତର ଲକ୍ଷ୍ୟରେ ଅଗ୍ରସର ହେଉଛି – ଯେଉଁଠାରେ ନବସୃଜନ ଅନ୍ତର୍ଭୁକ୍ତିକରଣର…