ରାଷ୍ଟ୍ରପତିଙ୍କ ବିଧାନସଭା କାର୍ଯ୍ୟକ୍ରମ ନେଇ ପ୍ରସ୍ତୁତି
ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତ ଅଧିବେଶନ ଆସନ୍ତା ୨୭ ତାରିଖରୁ ଆରମ୍ଭ ହେଉଥିବାବେଳେ ଏହି ଅଧିବେଶନର ପ୍ରଥମ ଦିନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେଇ ଗୃହକୁ ସମ୍ବୋଧିତ କରିବେ । ଏହି ପରିପ୍ରେକ୍ଷୀରେ ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ପୂର୍ବରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ କିପରି ତ୍ରୁଟିଶୂନ୍ୟ ଓ ସଫଳତାର ସହ ସଂପନ୍ନ ହେବ ସେ ଉପରେ ବାଚସ୍ପତି ଗୁରୁତ୍ୱାରୋପ କରିଥିଲେ ଓ ଉପସ୍ଥିତ ରାଜ୍ୟ ସରକାରଙ୍କ ବରିଷ୍ଠ…


