ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ଆଲୋଚନା  

ଭୁବନେଶ୍ୱର: ରାଜ୍ୟ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ ବିଭାଗୀୟ ସମ୍ମିଳନୀ କକ୍ଷରେ ମୟୂରଭଞ୍ଜ ଜିଲ୍ଲାର ବିଧାୟକମାନଙ୍କ ସହ ଶିମିଳିପାଳ ଜୈବମଣ୍ଡଳର ପରିବେଶ ସମ୍ବେଦନଶୀଳ ଅଞ୍ଚଳ ଘୋଷଣା ସମ୍ପର୍କରେ ବିଶଦ ଆଲୋଚନା କରିଛନ୍ତି । ବାରିପଦା ବିଧାୟକ ପ୍ରକାଶ ସୋରେନ, ଉଦଳା ବିଧାୟକ ଭାସ୍କର ମଢେଇ, କରଞ୍ଜିଆ ବିଧାୟକ ପଦ୍ମଚରଣ ହାଇବୁରୁ, ବାଙ୍ଗୀରିପୋଷୀ ବିଧାୟିକା ସାଞ୍ଜାଳି ମୁର୍ମୁ ଓ ସରସକଣା ବିଧାୟକ ଭାଦବ ହାଁସଦା ପ୍ରମୁଖ ଏହି ବୈଠକରେ ଉପସ୍ଥିତ…

‘ପ୍ରତି ଗାଁରେ 5ଜଣ ଲକ୍ଷପତି ଦିଦି ସୃଷ୍ଟି ହେବେ ‘

ନିମାପଡ଼ା: ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ  ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଉଦଘାଟନ ହୋଇଯାଇଛି । ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପ୍ରଥମେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ “ଏକ ପେଡ୍ ସେନା କେ ନାମ୍ ” ପରିପ୍ରେକ୍ଷୀରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…

‘ଢେଙ୍କାନାଳ ହେବ ଓଡିଶାର ସୌର ଶକ୍ତି ସମୃଦ୍ଧ ଜିଲ୍ଲା’

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ ପ୍ରାୟ ୧୨୦ କୋଟି ଟଙ୍କା ବ୍ୟୟ ବରାଦରେ, ବାଜି ରାଉତ ସ୍ପୋର୍ଟ୍ସ କମ୍ପ୍ଲେକ୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ।  ସୂଚନାଯୋଗ୍ୟ ଯେ,  ୧୧୨ କୋଟି ଟଙ୍କାର ୧୨ ଟି…

‘ରାଜସ୍ୱ ବିଭାଗ ସ୍ଵଚ୍ଛ ଏବଂ ଉତ୍ତମ ସରକାରର ଦର୍ପଣ’

ଭୁବନେଶ୍ୱର: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ଆମ ରାଜସ୍ୱ ପ୍ରଶାସନର ମେରୁଦଣ୍ଡ। ଏଣୁ  ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ l ଆପଣଙ୍କ ଅଫିସ୍ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ କହିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ…

କେନ୍ଦୁପତ୍ର ତୋଳାଳୀ ଓ ବନ୍ଧାଳିଙ୍କ ପାଇଁ ୪୧ କୋଟି ୧୭ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ।  ଏଥିସହିତ ଦେବଗଡ଼ ଜିଲ୍ଲା ପାଇଁ ୩୦୦ ଶଯ୍ୟା ବିଶିଷ୍ଟ ନବ ନିର୍ମିତ ଡାକ୍ତରଖାନା ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ କରକମଳରେ ଉଦ୍‍ଘାଟିତ ହୋଇଛି । ସୂଚନା ଥାଉକି ଏହି ପ୍ରକଳ୍ପ ଗୁଡିକ ମଧ୍ୟରେ ୧୧ଟି ସ୍ୱାସ୍ଥ୍ୟସେବା ପ୍ରକଳ୍ପ ଏବଂ 4 ଟି ଶିକ୍ଷା…

 “ଅନ୍ତ୍ୟୋଦୟ ଗୃହ ଯୋଜନା”ସରକାରଙ୍କ ଚେତନା ଓ ଦାୟିତ୍ଵର ଅଭିବ୍ୟକ୍ତି: ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର ଲୋକସେବା ଭବନସ୍ଥିତ ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ପଞ୍ଚାୟତିରାଜ ଓ ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକ ବିଭାଗର ବିଭିନ୍ନ ଯୋଜନାଗୁଡିକ  ବିଷୟରେ ସବିସ୍ତୃତ ସମୀକ୍ଷା କରିଛନ୍ତି l  ଏହି ସମୀକ୍ଷା ବୈଠକରେ, ମାନ୍ୟବର ମନ୍ତ୍ରୀ ବିଭାଗୀୟ ସମସ୍ତ ଅଧିକାରୀ, ସମସ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀମାନଙ୍କୁ ଦିଗଦର୍ଶନ ଦେଇ “ବିକଶିତ ଗାଁ ବିକଶିତ ଓଡ଼ିଶା” କାର୍ଯ୍ୟକ୍ରମ ରାଜ୍ୟର…

ବିଏମସିରେ ହେବ ଆଉ ୩ଟି ଓଡିଏ କୋର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଆଉ ତିନିଟି ଓଡ଼ିଶା ବିକାଶ ପ୍ରାଧିକରଣ (ଓଡିଏ) ଅଦାଲତ ସ୍ଥାପନ କରାଯିବ । ବିଏମସି ପରିସର ଅଞ୍ଚଳରେ ବାସଗୃହ ପ୍ଲାନ ଅନୁମୋଦନକୁ ନେଇ ସୃଷ୍ଟି ହେଉଥିବା ବିବାଦର ଏହି କୋର୍ଟଗୁଡିକ ସମାଧାନ କରିବ । ସମ୍ପ୍ରତି ଏହାକୁ ନେଇ ହଜାର ହଜାର ମାମଲା ରହିଥିବାବେଳେ ତାହା ସମାଧାନ କରିବାକୁ ଗୋଟିଏ ମାତ୍ର ଓଡ଼ିଏ କୋର୍ଟ ରହିଛି । ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ ବିଏମସିର ଓଡ଼ିଏ କୋର୍ଟରେ ସମ୍ପ୍ରତି…

‘ଚାଷୀଙ୍କ କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ଦିଆଯିବ’

ଭୁବନେଶ୍ୱର: ରାଜ୍ୟରେ ୨୭ ମଇରୁ ୩୦ ମଇ ମଧ୍ୟରେ ହୋଇଥିବା ଲଘୁଚାପ ଜନିତ ଅଦିନିଆ ବର୍ଷାରେ ବିଭିନ୍ନ ସ୍ଥାନରେ ଫସଲ ଓ ଘରଦ୍ୱାର କ୍ଷତିଗ୍ରସ୍ତ ହୋଇଥିବାବେଳେ ଖୁବ୍‌ ଶୀଘ୍ର କ୍ଷୟକ୍ଷତି ସ୍ଥିତି ଆକଳନ କରି କ୍ଷତିପୂରଣ ପ୍ରଦାନ କରିବା ସଂପର୍କରେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟଠାରେ ଆଭାସୀ ମାଧ୍ୟମରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା  ମନ୍ତ୍ରୀ ସୁରେଶ…

‘ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ସମାଜ ସଂସ୍କାରକ’

ଭୁବନେଶ୍ୱର: ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ଜଣେ ସମାଜ ସଂସ୍କାରକ। ତାଙ୍କ ଜୀବନ ଓ କାର୍ଯ୍ୟ ଆମ ପାଇଁ ଏକ ପ୍ରେରଣାର ଉତ୍ସ ଏବଂ ସେ ନାରୀ ଶକ୍ତି, ସୁଶାସନ ଓ ସମାଜ ସେବାର ଏକ ଅନନ୍ୟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ ପୂଣ୍ୟଶ୍ଳୋକା ମହାରାଣୀ ଅହିଲ୍ୟାବାଈ ହୋଲକରଙ୍କ ୩୦୦ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ ଅବସରରେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେଯେ, ଅହିଲ୍ୟାବାଈ…

ଇ-ଗଭର୍ଣ୍ଣାନ୍ସ ପ୍ରଣୟନରେ ଉତ୍କର୍ଷ ଲାଗି

ଶୁଆକାଟୀ ପଞ୍ଚାୟତକୁ ଜାତୀୟ ଜୁରି ପୁରସ୍କାର ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ଶୁଆକାଟୀ ଗ୍ରାମ ପଞ୍ଚାୟତ ୨୨ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫ରେ ଏକ ମର୍ଯ୍ୟାଦାଜନକ ଜୁରି ପୁରସ୍କାର ଜିତି ଓଡ଼ିଶା ଏବଂ କେନ୍ଦୁଝର ପାଇଁ ସୁନାମ ଆଣି ଦେଇଛି । ଚଳିତ ବର୍ଷ ପ୍ରଥମଥର ପାଇଁ ଗ୍ରାମ ପଞ୍ଚାୟତ ଲାଗି ଉଦ୍ଦିଷ୍ଟ ବର୍ଗରେ ଏହା ଦେଶର ଅନ୍ୟ ତିନୋଟି ସ୍ଥାନୀୟ ସଂସ୍ଥା ମଧ୍ୟରେ ସ୍ଥାନ ପାଇ ଏକ ବିରଳ ସଫଳତା ହାସଲ କରିପାରିଛି…