ଉଦ୍ୟମିତାକୁ ଦକ୍ଷତା ବିକାଶ ପ୍ରୋତ୍ସାହିତ କରିବା ଉଚିତ: ରାଜ୍ୟପାଳ

ଭୁବନେଶ୍ୱର : ଦକ୍ଷତା ବିକାଶ ଉଦ୍ୟମିତା ସହିତ ଘନିଷ୍ଠ ଭାବରେ ଜଡିତl ତାଲିମର ଉଦ୍ଦେଶ୍ୟ କେବଳ ଚାକିରି ଖୋଜିବା ନୁହେଁ ବରଂ ଉଦ୍ୟୋଗୀ ସୃଷ୍ଟି କରିବା ଉପରେ ଅଧିକ ଧ୍ୟାନ ଦେବା ଉଚିତ ବୋଲି ମାନ୍ୟବର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି l ସୋମବାର ଲୋକଭବନର ଅଭିଷେକ ହଲରେ ମୁଖ୍ୟମନ୍ତ୍ରୀଙ୍କ ଦକ୍ଷତା ବିକାଶ ଫେଲୋସିପ୍ କାର୍ଯ୍ୟକ୍ରମର ଅଂଶଗ୍ରହଣକାରୀଙ୍କ ସହ ଆଲୋଚନା ବେଳେ ରାଜ୍ୟପାଳ ଏହା କହିଛନ୍ତି। ରାଜ୍ୟପାଳ କହିଥିଲେ ଯେ, ଯେତେବେଳେ ବ୍ୟକ୍ତିମାନଙ୍କୁ ଏକ…

ନିୟମିତ ନିଯୁକ୍ତି ଓ ପଦୋନ୍ନତି ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଜ୍ୟର ବିକାଶକୁ ତ୍ୱରିତ ଗତିରେ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସବୁ ବିଭାଗକୁ ଯେଉଁ ୧୫ ସୂତ୍ରୀ ବିଷୟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି, ତାହାକୁ କିଭଳି ଅନୁପାଳନ କରାଯାଇପାରିବ ସେ ନେଇ ନିର୍ମାଣ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହଙ୍କ ଅଧ୍ୟକ୍ଷତାରେ ବିଭାଗୀୟ ବରିଷ୍ଠ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂହ ବିଭାଗ ପକ୍ଷରୁ ନିଆଯାଇଥିବା…

୨୧ ରୁ ୨୩ ଜାନୁଆରୀ ପର୍ଯ୍ୟନ୍ତ ଜନତା ମଇଦାନଠାରେ ତୃତୀୟ ରାଜ୍ୟସ୍ତରୀୟ ‘ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬’  

ଭୁବନେଶ୍ଵର: ରାଜ୍ୟସ୍ତରୀୟ “ମତ୍ସ୍ୟ-ପ୍ରାଣୀ ସମାବେଶ ଓଡ଼ିଶା-୨୦୨୬” ଆୟୋଜନ ପରିପ୍ରେକ୍ଷୀରେ ଏକ ସାମ୍ବାଦିକ ସମ୍ମିଳନୀ ଭେଟେରିନାରୀ କଲେଜ ଅଡ଼ିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ଏହି  ସାମ୍ବାଦିକ ସମ୍ମିଳନୀରେ ମାନ୍ୟବର ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗ ଦେଇ ସମାବେଶ ସମ୍ପର୍କରେ ଗଣମାଧ୍ୟମ ସମ୍ମୁଖରେ ସବିଶେଷ ତଥ୍ୟ ରଖିଥିଲେ। ପରେ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ରଖି କହିଥିଲେ, ମତ୍ସ୍ୟଚାଷୀ ଓ ପ୍ରାଣିପାଳକଙ୍କ ପାଇଁ ଏହି ସମାବେଶ ସଚେତନତା ଓ ସମୃଦ୍ଧିର ମହାକୁମ୍ଭ ସାଜିବ। କ୍ଷୀର, ମାଂସ, ଅଣ୍ଡା ଓ…

ଗବେଷଣା ପାଇଁ ଅଧ୍ୟାପକଙ୍କୁ ଆର୍ଥିକ ସହାୟତା

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ତରଫରୁ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟର ଅଧ୍ୟାପକଙ୍କୁ ଗବେଷଣା କାର୍ଯ୍ୟ ପାଇଁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉଛି। ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଓ ଇନୋଭେସନ ଫେଲୋସିପ୍ ମାଧ୍ୟମରେ ଏହି ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଉଛି। ଶିକ୍ଷାବର୍ଷ ୨୦୨୫-୨୬ରେ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଓ ଇନୋଭେସନ ଫେଲୋସିପ୍ ମାଧ୍ୟମରେ ଆର୍ଥିକ ସହାୟତା ରାଶି ପ୍ରଦାନ ନିମନ୍ତେ ଓଡ଼ିଶାର ବିଭିନ୍ନ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟର ୬୦ଜଣ…

ଖେଳ ପ୍ରତି ନିଷ୍ଠାକୁ ପ୍ରଶଂସା କଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ଡ଼କ୍ଟର ହରି ବାବୁ କମ୍ଭମପାଟି କଳିଙ୍ଗ ଷ୍ଟାଡିୟମରେ ହକି ଇଣ୍ଡିଆ ଲିଗ୍ (ଏଚ୍‌ଆଇଏଲ୍‌) ୨୦୨୬ର ଭୁବନେଶ୍ୱର ପର୍ଯ୍ୟାୟର ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଷ୍ଟାଡିୟମରେ ପହଞ୍ଚିବା ପରେ ମାନ୍ୟବର ରାଜ୍ୟପାଳଙ୍କୁ ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବସେବା ତଥା ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ମାନ୍ୟବର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ଅନ୍ୟ ବିଶିଷ୍ଟ ଅତିଥିମାନେ ସ୍ୱାଗତ କରିଥିଲେ। ଏହାପରେ ରାଜ୍ୟପାଳ ଖେଳ ପଡ଼ିଆକୁ ଯାଇ ବେଦାନ୍ତ…

ଓଡ଼ିଆ ଭାଷା ପ୍ରଶିକ୍ଷଣ ଶିବିରରେ ଯୋଗଦେଲେ ୨୩ ବିଭାଗର ୨୨୦ରୁ ଉର୍ଦ୍ଧ୍ୱ ସରକାରୀ ଅଧିକାରୀ

ଭୁବନେଶ୍ୱର: ସରକାରୀ କାର୍ଯ୍ୟରେ ଓଡ଼ିଆ ଭାଷାର ବ୍ୟବହାର ପାଇଁ ସରକାରୀ ଅଧିକାରୀମାନଙ୍କ ପାଇଁ ଏକ ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିଲା। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଆ ଭାଷା ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଜାନୁଆରୀ ୧୬ ଓ ୧୭ ତାରିଖ ଦୁଇ ଦିନ ଧରି ଏହି ପ୍ରଶିକ୍ଷଣ ଶିବିରର ଆୟୋଜନ କରାଯାଇଥିଲା। ଓଡ଼ିଶା ସରକାରଙ୍କ ୨୩ଟି ବିଭାଗରୁ ୨୨୦ରୁ ଉର୍ଦ୍ଧ୍ୱ ଅଧିକାରୀ ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇଥିଲେ। ଓଡ଼ିଆ ଲିଖନ କୌଶଳ,…

ଶ୍ରେଷ୍ଠ ୧୦ଟି ଷ୍ଟାର୍ଟଅପ୍ ପ୍ରକଳ୍ପ ଚୟନିତ, ପ୍ରତ୍ୟେକ ପ୍ରକଳ୍ପକୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ରାଶି ପ୍ରଦାନ

ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଏବଂ ଓଡ଼ିଶା ରାଜ୍ୟ ଉଚ୍ଚଶିକ୍ଷା ପରିଷଦର ମିଳିତ ଆନୁକୂଲ୍ୟରେ ଆୟୋଜିତ ହେଉଥିବା “ରାଜ୍ୟ ସ୍ତରୀୟ ନବ ସୃଜନ ଓ ନୂତନ ଉଦ୍ୟମ” ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ରମାଦେବୀ ମହିଳା ବିଶ୍ୱ ବିଦ୍ୟାଳୟରେ ଆୟୋଜିତ ହେଉଥିବା ଏହି ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ୧୪ଟି ବିଶ୍ୱ ବିଦ୍ୟାଳୟର ୭୨ଜଣ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ। ଜାନୁଆରୀ ୧୬ ଏବଂ ୧୭ ତାରିଖ ଦୁଇ ଦିନ ଧରି ଏହି ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ଉଦ୍‌ଯାପନୀ ସମାରୋହରେ ଉଚ୍ଚଶିକ୍ଷା…

ଜନ୍ମଦିନ ଓ ବିବାହ ଉତ୍ସବରେ ହସ୍ତତନ୍ତ ବ୍ୟବହାର କରିବାକୁ ମନ୍ତ୍ରୀ ରବି ନାରାୟଣ ନାଏକଙ୍କ ଆହ୍ବାନ

ଭୁବନେଶ୍ୱର : ଓରମାସ ଓ ସୁଭଦ୍ରା ଶକ୍ତିର ମିଳିତ ଉଦ୍ୟମରେ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଚାଲିଥିବା ମେଗା ମେଳା ‘ଶିଶିର ସରସ-୨୦୨୬’ ଏହାର ଅଷ୍ଟମ ଦିନରେ ପହଞ୍ଚିଛି। ଏହି ଅବସରରେ ଓରମାସ ଓ ଭାରତୀୟ କୃଷି ଗବେଷଣା ପରିଷଦ (ଆଇସିଏଆର) ଅଧୀନସ୍ଥ ସେଣ୍ଟ୍ରାଲ ପ୍ଲାଣ୍ଟେସନ୍ କ୍ରପ୍ସ ରିସର୍ଚ୍ଚ ଇନ୍‌ଷ୍ଟିଟ୍ୟୁଟ (ସିପିସିଆରଆଇ), କେରଳ ମଧ୍ୟରେ ଏକ ବୁଝାମଣାପତ୍ର (ଏମଓୟୁ) ସାକ୍ଷରିତ ହୋଇଛି, ଯାହା ଗ୍ରାମୀଣ ଜୀବିକା ବିକାଶକୁ ନୂଆ ଦିଗ ଦେବ। ଏହି ବୁଝାମଣାପତ୍ର ମାଧ୍ୟମରେ ସିପିସିଆରଆଇ ପକ୍ଷରୁ…

ମହାନଦୀ ଜଳ ବିବାଦର ସମାଧାନ ନିମନ୍ତେ ଗଠିତ ଟ୍ରିବ୍ୟୁନାଲର କାର୍ଯ୍ୟକାଳ ବଢ଼ାଇବା ପାଇଁ ଆବେଦନ

ଭୁବନେଶ୍ୱର: ମହାନଦୀ ଜଳ ବିବାଦର ସମାଧାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଗଠିତ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ଦ୍ଵିତୀୟ ବୈଠକ ରାଜୀବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସରକାରୀ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ, ବିଧାୟକ ନିରଞ୍ଜନ ପୂଜାରୀ,…

ରାଜାରାଣୀ ସଙ୍ଗୀତ ଉତ୍ସବ ଆମ ସଂସ୍କୃତି ଓ ପରମ୍ପରାର ଏକ ନିଚ୍ଛକ ନିଦର୍ଶନ : କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ରାଜାରାଣୀ ସଙ୍ଗୀତ ଉତ୍ସବ-୨୦୨୬ ଆୟୋଜିତ ହେଉଛି। ଜାନୁଆରୀ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ରହିଥିବା ମୁକ୍ତାକାଶ ରଙ୍ଗମଞ୍ଚରେ ଏହି ସଙ୍ଗୀତ ଉତ୍ସବ ଆୟୋଜିତ ହେବ। ଉଦ୍‌ଘାଟନୀ ସନ୍ଧ୍ୟାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜାରାଣୀ ସଙ୍ଗୀତ ଉତ୍ସବକୁ ଆନୁଷ୍ଠାନିକ ଭାବେ…