୯ ରୁ ୨୩ ଅପ୍ରେଲ ଯାଏଁ ‘ପୋଷଣ ପକ୍ଷ’

ଭୁବେଶ୍ୱର: ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଅନ୍ନପୂର୍ଣ୍ଣା ଦେବୀଙ୍କ ଦ୍ୱାରା ୮ମ ପୋଷଣ ପକ୍ଷ-୨୦୨୬ର ଭବ୍ୟ ଶୁଭାରମ୍ଭ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଡଃ. ମୃଣାଳିନୀ ଦର୍ସ୍ଵାଲ ଉପସ୍ଥିତ ରହି ‘ସୁପୋଷିତ ଓଡ଼ିଶା’ ଗଠନ ଦିଗରେ ରାଜ୍ୟର ସଫଳ ପଦକ୍ଷେପଗୁଡ଼ିକ ସମ୍ପର୍କରେ ଆଲୋକପାତ କରିଥିଲେ।  ଚଳିତ ବର୍ଷ ଅପ୍ରେଲ ୯ ରୁ ୨୩ ରିଖ ପର୍ଯ୍ୟନ୍ତ…

ହିତାଧିକାରୀ-କୈନ୍ଦ୍ରିକ ପଦକ୍ଷେପ ଏବଂ ଜଳବାୟୁ ଅନୁକୂଳ ନିର୍ମାଣ ଶୈଳୀ ସମ୍ପର୍କରେ ଅବଗତ ହେଲେ ଆଇ.ଏ.ଏସ୍ ପ୍ରୋବେସନାରୀ ଅଧିକାରୀ

ଭୁବନେଶ୍ୱର: ପ୍ରଶାସନିକ ପ୍ରଶିକ୍ଷଣ ଏବଂ ସମୀକ୍ଷା କାର୍ଯ୍ୟକ୍ରମର ଅଂଶସ୍ୱରୂପ, ଭାରତୀୟ ପ୍ରଶାସନିକ ସେବା (IAS) ପ୍ରୋବେସନାରୀ  ଅଧିକାରୀମାନେ ଗୃହ ଓ ନଗର ଉନ୍ନୟନ ବିଭାଗ ଅଧୀନରେ ଆୟୋଜିତ ଏକ କ୍ଷେତ୍ର ପରିଦର୍ଶନ ଏବଂ ଉଚ୍ଚସ୍ତରୀୟ ବୈଠକରେ ସାମିଲ ହୋଇଥିଲେ। ଏହି ଅବସରରେ ପ୍ରୋବେସନାରୀ ଅଧିକାରୀମାନେ ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀ, ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ। ଏହି ଆଲୋଚନା ଚକ୍ରରେ ବିଭାଗର…

ଆରଏସସିଏଲ୍ କାର୍ଯ୍ୟକାରୀ କମିଟି ବୈଠକ : ରାଜସ୍ୱ ବୃଦ୍ଧି ଏବଂ ପ୍ରକଳ୍ପ ସମାପ୍ତି ଉପରେ ଗୁରୁତ୍ୱ

ଭୁବନେଶ୍ୱର: ରାଉରକେଲା ସ୍ମାର୍ଟ ସିଟି ଲିମିଟେଡ୍ (RSCL)ର କାର୍ଯ୍ୟକାରୀ କମିଟି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ସହରର ପ୍ରକଳ୍ପ ରୂପାୟନଠାରୁ ଆରମ୍ଭ କରି ଦୀର୍ଘକାଳୀନ ସ୍ଥାୟୀତ୍ୱ ଏବଂ ସମ୍ପତ୍ତି ପରିଚାଳନା ଭଳି ପ୍ରମୁଖ ରଣନୈତିକ ବିଷୟ ଉପରେ ଆଲୋଚନା କରାଯାଇଥିଲା। ଆରଏସସିଏଲ୍‌ର ସିଇଓ ଦୀନା ଦସ୍ତଗୀର ଆଲୋଚନା ଏବଂ ଅନୁମୋଦନ ପାଇଁ କାର୍ଯ୍ୟସୂଚୀ ଉପସ୍ଥାପନ କରିଥିଲେ। ବୈଠକରେ ₹୧୦୬ କୋଟି ନିବେଶରେ ନିର୍ମିତ…

ଓଡ଼ିଆ ପକ୍ଷ : ରକ୍ତଦାନ ଅଭିଯାନରେ ୬,୪୪୧ ୟୁନିଟ ରକ୍ତ ସଂଗ୍ରହ

ଭୁବନେଶ୍ୱର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ଆୟୋଜିତ ହେଉଛି ଓଡ଼ିଆ ପକ୍ଷ। ଓଡ଼ିଆ ପକ୍ଷ ପାଳନର ଅଷ୍ଟମ ଦିନରେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ରାଜ୍ୟବ୍ୟାପୀ “ରକ୍ତଦାନ ଅଭିଯାନ” କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରାଜ୍ୟବ୍ୟାପୀ ୧୦୮ ଟି ରକ୍ତଦାନ ଶିବିରର ଆୟୋଜନ କରାଯାଇଛି ଏବଂ ୩୪୪୧ ୟୁନିଟ…

“ସୁନ୍ଦର, ସକ୍ଷମ, ସୁଦୃଢ଼ ଅଙ୍ଗନବାଡ଼ି ଆମର ଲକ୍ଷ୍ୟ”: ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର:  ଓଡ଼ିଶାର ୩୦ଟି ଜିଲ୍ଲାରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (AWC) ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉଦ୍‌ଘାଟିତ ହୋଇଯାଇଛି। ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି କେନ୍ଦ୍ରଗୁଡ଼ିକୁ ଉଦ୍‌ଘାଟନ କରିଥିବାବେଳେ ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ଏହି ଅବସରରେ ଉପସ୍ଥିତ ଥିଲେ। ଏହି ଅବସରରେ…

‘ଆହାର’ଯୋଜନାକୁ ନିରନ୍ତର ଓ ବାଧାହୀନ ଭାବେ ଚାଲୁ ରଖିବା ପାଇଁ  ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ‘ଆହାର’ଯୋଜନାକୁ ନିରନ୍ତର ଓ ବାଧାହୀନ ଭାବେ ଚାଲୁ ରଖିବା ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ସାରା ଓଡ଼ିଶାରେ ଥିବା ଆହାର ରୋଷେଇଶାଳ ଗୁଡ଼ିକ ପାଇଁ ରନ୍ଧନ ଗ୍ୟାସ ଯୋଗାଣକୁ ସରଳୀକୃତ ଏବଂ ସୁରକ୍ଷିତ କରିବାକୁ ବିଭାଗ ପକ୍ଷରୁ ବ୍ୟାପକ ନିର୍ଦ୍ଦେଶନାମା ଜାରି କରାଯାଇଛି। ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲିଟି କମିଶନର ଏବଂ…

ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ 2.0 ର ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ

ଭୁବନେଶ୍ୱର: ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ବିଶ୍ୱ ଯକ୍ଷ୍ମା ଦିବସ-୨୦୨୬ ପାଳିତ ହୋଇଯାଇଛି  ଏବଂ ଏହି ଅବସରରେ ଯକ୍ଷ୍ମାମୁକ୍ତ ଭାରତ ଅଭିଯାନ 2.0 ର ଶହେ ଦିନିଆ କ୍ୟାମ୍ପେନ୍‌ର ଶୁଭାରମ୍ଭ ମଧ୍ୟ ହୋଇଛି। ସୂଚନାଯୋଗ୍ୟ ଯେ, ରାଷ୍ଟ୍ରୀୟ ସ୍ତରରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ଜଗତ ପ୍ରକାଶ ନଡ୍ଡା ଯକ୍ଷ୍ମା ମୁକ୍ତ ଭାରତ: ଶହେ ଦିନିଆ ଅଭିଯାନ- 2.0 ର ଶୁଭାରମ୍ଭ କରିଛନ୍ତି। ଆଭାସୀ ମାଧ୍ୟମରେ…

ଗ୍ରୀଷ୍ମ ପ୍ରବାହ ମୁକାବିଲା : ଏସଓପିର କଡ଼ାକଡ଼ି ଅନୁପାଳନ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା (SOP) ର ଏକ ଉଚ୍ଚସ୍ତରୀୟ ସମୀକ୍ଷା ଖାରବେଳ ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।  ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ବୈଠକରେ ପୌର ପ୍ରଶାସନର ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିଛନ୍ତି। ବୈଠକ ପ୍ରାରମ୍ଭରେ ପୌର  ନିର୍ଦ୍ଦେଶକ  ଅରିନ୍ଦମ ଡାକୁଆ ଆଲୋଚ୍ୟ ସୂଚୀ ଉପସ୍ଥାପନ କରିବା ସହ ଗ୍ରୀଷ୍ମ ପ୍ରବାହ ପାଇଁ…

ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍‌ ଉଦ୍‌ଘାଟିତ; ଦେଶର କୋଣ ଅନୁକୋଣରୁ ଯୋଗଦେଲେ କ୍ରୀଡ଼ାବିତ୍

ଭୁବନେଶ୍ୱର : ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ସମ୍ମାନଜନକ ୨୪ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିୟନସିପ୍‌ ଆରମ୍ଭ ହୋଇଛି। ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ, ପାରାଲିମ୍ପିକ୍ସ କମିଟି ଅଫ୍ ଇଣ୍ଡିଆ (ପିସିଆଇ) ଏବଂ ପାରା ସ୍ପୋର୍ଟସ ଆସୋସିଏସନ୍ ଅଫ୍ ଓଡ଼ିଶାର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମହାକୁମ୍ଭ ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ। କ୍ରୀଡ଼ା ଓ ଯୁବସେବା ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପ୍ରତିଯୋଗିତାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ…

ସୁସ୍ଥ ଜୀବନ ଯାପନ ଶୈଳୀକୁ ଆପଣଇବା ପାଇଁ କ୍ରୀଡ଼ାମନ୍ତ୍ରୀଙ୍କ ଆହ୍ୱାନ

ଭୁବନେଶ୍ୱର : ଭାରତୀୟ ଖେଳ ପ୍ରାଧିକରଣ ଏବଂ ଓଡ଼ିଶା ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗର ମିଳିତ ଆନୁକୂଲ୍ୟରେ ମାର୍ଚ୍ଚ ୧୫ ତାରିଖ ଠାରୁ ୧୭ ତାରିଖ ପର୍ଯ୍ୟନ୍ତ ପୁରୀ ଜିଲ୍ଲାରେ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ ଆୟୋଜନ କରାଯିବ। ଏନେଇ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ଭାରତୀୟ ଖେଳ ପ୍ରାଧିକରଣର ଆଞ୍ଚଳିକ କାର୍ଯ୍ୟାଳୟ, କୋଲକାତା ଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂରଜ ଫିଟ୍ ଇଣ୍ଡିଆ କାର୍ନିଭାଲ-୨୦୨୬ର ପ୍ରସ୍ତୁତିର ସମୀକ୍ଷା କରିଥିଲେ।…