ମହିଳା ଓ ଶିଶୁ ବିକାଶ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ନୂଆଦିଲ୍ଲୀରେ ଆଲୋଚନା

ନୂଆଦିଲ୍ଲୀ | ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସ୍ୱାଲ ମଧ୍ୟ ଏହି ଦୁଇଦିନିଆ ସମ୍ମିଳନୀରେ…

ଅଧିକାରୀ ଓ କର୍ମଚାରୀମାନଙ୍କୁ ସ୍ୱଚ୍ଛତା ଶପଥ ପାଠ କରାଇଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ଭାରତ ସରକାରଙ୍କ ଗୃହ ନିର୍ମାଣ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ୧୭ ଅକ୍ଟୋବରରୁ ୧୭ ନଭେମ୍ବର ୨୦୨୬ ପର୍ଯ୍ୟନ୍ତ ସାରା ଦେଶରେ “ସ୍ୱଚ୍ଛତା ହିଁ ସେବା ଅଭିଯାନ” ଚାଲୁ ରହିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ“ସ୍ୱଚ୍ଛତା ଶପଥ” ପାଠ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ଲୋକସେବା ଭବନସ୍ଥିତ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପ୍ରାଙ୍ଗଣରେ ସମବେତ ବିଭାଗୀୟ…

ଆଗାମୀ ଦିନରେ ବିଶ୍ୱର ଖାଦ୍ୟ ସୁରକ୍ଷା ଆବଶ୍ୟକତା ପୂରଣ କରିବାରେ ଓଡ଼ିଶା ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ : ଉପ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଏକ ବଜାର-କୈନ୍ଦ୍ରିକ, ସ୍ଥାୟୀ ଏବଂ ଭବିଷ୍ୟତ-ଉପଯୋଗୀ କୃଷି ବ୍ୟବସ୍ଥା ଗଠନ ଉଦ୍ଦେଶ୍ୟରେ ଭୁବନେଶ୍ୱରଠାରେ “ଓଡ଼ିଶା ସ୍ୱାସ୍ଥ୍ୟକର ଚାଉଳ ବ୍ୟବସାୟ ଶିଖର ସମ୍ମିଳନୀ ୨୦୨୬” (Odisha Healthier Rice Business Summit 2026) ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ମିଶନ ଶକ୍ତି ବିଭାଗ, ଓଆରଏମଏଏସ (ORMAS) ଏବଂ ଅନ୍ତର୍ଜାତୀୟ ଧାନ ଗବେଷଣା ସଂସ୍ଥା (IRRI)ର ମିଳିତ ସହଯୋଗରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଚାଷୀ, କୃଷକ ଉତ୍ପାଦକ ସଂଗଠନ, ମହିଳା ନେତୃତ୍ୱାଧୀନ…

ଅକ୍ଟୋବର ୨ରୁ ୧୬ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଚାଲିବ ‘ସୁଜଳ’ ଅଭିଯାନ

ଭୁବନେଶ୍ୱର: ଜଳ ସଂରକ୍ଷଣ, ନିରାପଦ ପାନୀୟ ଜଳର ବ୍ୟବହାର ଏବଂ ଜଳବାହିତ ରୋଗର ପ୍ରତିରୋଧ ସମ୍ପର୍କରେ ଜନସଚେତନତା ସୃଷ୍ଟି ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ‘ସୁଜଳ’ ଅଭିଯାନର ଶୁଭାରମ୍ଭ କରାଯାଇଛି । ଭୁବନେଶ୍ୱରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଅଭିଯାନର ଉଦ୍‌ଘାଟନ କରିଛନ୍ତି। ଅକ୍ଟୋବର ୨ରୁ ୧୬ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଏହି ଅଭିଯାନ ଚାଲିବ। ବିଭାଗ ଅଧୀନସ୍ଥ ୱାଟକୋ …

ୱାଟକୋ ପ୍ରକଳ୍ପର ଅଗ୍ରଗତି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ  ଡଃ କୃଷ୍ଣଚନ୍ଦ୍ର ମହାପାତ୍ର ୱାଟକୋ  ଦ୍ୱାରା କାର୍ଯ୍ୟାନ୍ୱିତ ବିଭିନ୍ନ ପ୍ରକଳ୍ପ ଓ କାର୍ଯ୍ୟକଳାପର ଅଗ୍ରଗତି ସମୀକ୍ଷା କରିଛନ୍ତି। ଉନ୍ନତି ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ଜଳଯୋଗାଣ ଓ ସ୍ୱେରେଜ୍‌ ଭିତ୍ତିଭୂମି, ପ୍ରକଳ୍ପର ଭୌତିକ ଓ ଆର୍ଥିକ ଅଗ୍ରଗତି,  ଡବ୍ଲ୍ୟୁଟିପି ଓ STP ଏସ୍ ଟି ପିର କାର୍ଯ୍ୟକାରିତା ସହ ନାଗରିକ ସେବା ସମ୍ପର୍କରେ ଆଲୋଚନା ହୋଇଥିଲା। ୱାଟକୋର ପରିଚାଳନା ନିର୍ଦ୍ଦେଶକ ଦେବବ୍ରତ ମହାନ୍ତି ୱାଟକୋର…

ସେଣ୍ଟ ଜନ୍ ଆମ୍ବୁଲାନ୍ସର ସ୍ୱେଚ୍ଛାସେବୀମାନଙ୍କ ପ୍ରଶିକ୍ଷଣ ମଡ୍ୟୁଲ୍‌କୁ ଅଧିକ ସୁଦୃଢ଼ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ସେଣ୍ଟ ଜନ୍ ଆମ୍ବୁଲାନ୍ସର ସ୍ୱେଚ୍ଛାସେବୀମାନଙ୍କ ପ୍ରଶିକ୍ଷଣ ମଡ୍ୟୁଲ୍‌କୁ ଅଧିକ ସୁଦୃଢ଼ କରିବା ସହ ସମ୍ପୃକ୍ତ ବିଭିନ୍ନ ବିଭାଗଗୁଡ଼ିକ ମଧ୍ୟରେ ସମନ୍ୱୟକୁ ସୁଦୃଢ଼ କରି ସେବାର ମାନ ବୃଦ୍ଧି କରିବାକୁ ଓଡ଼ିଶାର ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି। ସୋମବାର ଦିନ ଲୋକ ଭବନର ନ୍ୟୁ ଅଭିଷେକ ହଲ୍‌ର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସେଣ୍ଟ ଜନ୍ ଆମ୍ବୁଲାନ୍ସ, ଓଡ଼ିଶା ରାଜ୍ୟ ସେଣ୍ଟରର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ରାଜ୍ୟପାଳ ଏହି ଆହ୍ୱାନ ଦେଇଛନ୍ତି। ଆମ୍ବୁଲାନ୍ସଗୁଡ଼ିକୁ ଆଧୁନିକ…

ରେଡ୍ କ୍ରସ୍‌ର ସେବା ଆବଶ୍ୟକତା ଥିବା ଲୋକଙ୍କ ନିକଟରେ ପହଞ୍ଚାଇବାକୁ ରାଜ୍ୟପାଳଙ୍କ ଆହ୍ୱାନ

ଭୁବନେଶ୍ୱର: ଥାଲାସେମିଆ ରୋଗ ସମ୍ପର୍କରେ ଅଧିକ ସଚେତନତା ସୃଷ୍ଟି ସହ ଅଜଣା ରହିଯାଉଥିବା ରୋଗୀଙ୍କୁ ଚିହ୍ନଟ କରିବା ପାଇଁ ନିରନ୍ତର ସଚେତନତା କାର୍ଯ୍ୟକ୍ରମ ହାତକୁ ନେବାକୁ ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ଇଣ୍ଡିଆନ୍ ରେଡ୍ କ୍ରସ୍ ସୋସାଇଟି, ଓଡ଼ିଶା ରାଜ୍ୟ ଶାଖା (IRCS-OSB)କୁ ଆହ୍ୱାନ ଦେଇଛନ୍ତି। ଲୋକ ଭବନସ୍ଥିତ ନ୍ୟୁ ଅଭିଷେକ ହଲ୍‌ର ସମ୍ମିଳନୀ କକ୍ଷରେ ଶୁକ୍ରବାର ଅନୁଷ୍ଠିତ IRCS-OSBର କାର୍ଯ୍ୟକାରୀ କମିଟି ବୈଠକରେ ଅଧ୍ୟକ୍ଷତା କରି ରାଜ୍ୟପାଳ ଥାଲାସେମିଆ ସମ୍ପର୍କରେ ଦୀର୍ଘମିଆଦୀ ସଚେତନତା…

ଖାରବେଳ ଭବନ, ଲୋକସେବା ଭବନ ଏବଂ ବିଧାନସଭାରେ ସ୍ଵାସ୍ଥ୍ୟ କ୍ୟାମ୍ପ, ସରକାରୀ ଆୟୁର୍ବେଦ ହସ୍ପିଟାଲରେ ପଦଯାତ୍ରା

ଭୁବନେଶ୍ୱର: ଓଡ଼ିଶାରେ ଆୟୁର୍ବେଦ ସ୍ୱାସ୍ଥ୍ୟସେବାର ଭିତ୍ତିଭୂମି ଓ ଗୁଣବତ୍ତା ବୃଦ୍ଧି ପାଇଁ ବ୍ୟାପକ ପଦକ୍ଷେପ ନିଆଯାଉଛି। ଆର୍ଥିକ ବର୍ଷ ୨୦୨୪-୨୫ ଓ ୨୦୨୫-୨୬ରେ ୪୦୦ କୋଟିରୁ ଊର୍ଦ୍ଧ୍ୱ ବ୍ୟୟରେ ୫୭୭ରୁ ଅଧିକ ଆୟୁଷ ପ୍ରକଳ୍ପ ଅନୁମୋଦିତ ହୋଇଛି। ମୟୂରଭଞ୍ଜର ରାଇରଙ୍ଗପୁରଠାରେ ୮୫.୭୮ କୋଟି ଟଙ୍କା ବ୍ୟୟରେ ସରକାରୀ ଆୟୁର୍ବେଦ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ ଏହି ପ୍ରୟାସର ଏକ ପ୍ରମୁଖ ପଦକ୍ଷେପ। ଭୁବନେଶ୍ୱରରେ ୧୦୦ ଶଯ୍ୟା ବିଶିଷ୍ଟ ଆୟୁର୍ବେଦ ହସ୍ପିଟାଲ ଏବଂ ଜଟଣୀରେ ୧୦୦ ଶଯ୍ୟା…

୨ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପ୍ରସୂତି ଓ ସ୍ତ୍ରୀରୋଗ ବିଜ୍ଞାନ ସିଟ୍‌କୁ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶାରେ ଗୁଣାତ୍ମକ ଚିକିତ୍ସା ଶିକ୍ଷା ଓ ବିଶେଷଜ୍ଞ ଡାକ୍ତର ସୃଷ୍ଟି କ୍ଷେତ୍ରରେ ଆଉ ଏକ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ନେସନାଲ ବୋର୍ଡ଼ ଅଫ ଏଗଜାମିନେସନ ଇନ ମେଡିକାଲ ସାଇନ୍ସ (NBEMS) ପକ୍ଷରୁ ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟକୁ ପୋଷ୍ଟଗ୍ରାଜୁଏଟ୍ ମେଡିକାଲ୍ ଶିକ୍ଷା ପାଇଁ ମାନ୍ୟତା ପ୍ରଦାନ କରାଯାଇଛି। ଏହି କ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜଗତସିଂହପୁର; ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଜୟପୁର (କୋରାପୁଟ); ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, ଫୁଲବାଣୀ (କନ୍ଧମାଳ); ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ,…

ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: “ରକ୍ତଦାନ କରି ଗୋଟିଏ ଜୀବନ ବଞ୍ଚାଇବାର ଅନୁଭବ ଆମର ଉଚ୍ଚ ମାନବୀୟ ମୂଲ୍ୟବୋଧର ପରିଚୟ ପ୍ରଦାନ କରିଥାଏ। ବିଜ୍ଞାନ ଯେତେ ଆଗେଇଲେ ମଧ୍ୟ ରକ୍ତର କୌଣସି ବିକଳ୍ପ ନାହିଁ ଏବଂ ଏହା କୌଣସି କାରଖାନାରେ ତିଆରି ହୋଇପାରିବ ନାହିଁ,” ବୋଲି ‘ସେବା ସଂକଳ୍ପ ଅଭିଯାନ’ ଅବସରରେ ୟୁନିଟ-୩ ସ୍ଥିତ ଇଡ୍‌କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି। ଏହି ପୂର୍ବରୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଏକ…