OMSA ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକ ଅନୁଧ୍ୟାନ କରିବା ନିମନ୍ତେ ଅନ୍ତର୍ବିଭାଗୀୟ କମିଟି ଗଠନ
ଭୁବନେଶ୍ୱର: ରାଜ୍ୟର ସାଧାରଣ ଲୋକଙ୍କ ହିତକୁ ଦୃଷ୍ଟିରେ ରଖି ଓ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ଉଦ୍ଦେଶ୍ୟରେ, ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଳ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏସନ (OMSA) ଦ୍ୱାରା କରାଯାଇଥିବା ବିଭିନ୍ନ ଦାବିଗୁଡ଼ିକର ଅନୁଧ୍ୟାନ କରିବା ନିମନ୍ତେ ଏକ ଅନ୍ତର୍ବିଭାଗୀୟ କମିଟି ଗଠନ କରାଯାଇଛି। ଏହି କମିଟି ଅତିରିକ୍ତ ମୁଖ୍ୟ ସଚିବ, GA & PG ବିଭାଗଙ୍କ ଅଧ୍ୟକ୍ଷତାରେ ଗଠିତ ହୋଇଛି। କମିଟିର ସଦସ୍ୟ ଭାବେ ଅର୍ଥ…


