ଜି. ଉଦୟଗିରି ଭୂସ୍ଖଳନ ସ୍ଥଳରେ ନୌସେନାର ସିସ୍‌ମିକ୍ ଲାଇଫ୍ ଡିଟେକ୍ସନ୍ ୟୁନିଟ୍ ମାଟି ତଳେ ନିଖୋଜଙ୍କୁ ଖୋଜିବ

ଭୁବନେଶ୍ୱର: ରାଜ୍ୟରେ ସମ୍ପ୍ରତି ବାତ୍ୟା ‘ଅର୍ଣ୍ଣବ’ ପରେ  ଘଟିଥିବା ଭୂସ୍ଖଳନ ଜନିତ ସ୍ଥିତି, ବାତ୍ୟା ଦ୍ୱାରା ହୋଇଥିବା କ୍ଷୟକ୍ଷତିର ଆକଳନ ଏବଂ ଆଗାମୀ ସମ୍ଭାବ୍ୟ ବାତ୍ୟାର ମୁକାବିଲାର ପୂର୍ବ ପ୍ରସ୍ତୁତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ଠାରେ ଏକ ସମୀକ୍ଷା ବୈଠକ କରିଛନ୍ତି। ଏହି ବୈଠକରେ ଭୂସ୍ଖଳନ ଦ୍ୱାରା ପ୍ରଭାବିତ ହୋଇଥିବା ଅଞ୍ଚଳରେ ଉଦ୍ଧାର କାର୍ଯ୍ୟକୁ ଅଧିକ ତ୍ୱରାନ୍ୱିତ କରିବା ସହ ନିଖୋଜ ବ୍ୟକ୍ତିଙ୍କ ସନ୍ଧାନ ଓ ଜୀବନ ରକ୍ଷାକୁ…

ଜନସାଧାରଣଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷା, ଆଶ୍ରିତଙ୍କୁ ଆବଶ୍ୟକୀୟ ସହାୟତା ପ୍ରଦାନ ଉପରେ ବିଶେଷ ଗୁରୁତ୍ୱ

ରାୟଗଡା | ଭୁବନେଶ୍ୱର: ବାତ୍ୟା ‘ଅର୍ଣ୍ଣବ’ଏବଂ ଏହାର ପ୍ରଭାବରେ ସୃଷ୍ଟି ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରାୟଗଡ ଜିଲ୍ଲାର ପଦ୍ମପୁର ବ୍ଲକ ଗସ୍ତ କରି ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ରିଲିଫ୍ ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଗସ୍ତ ଅବସରରେ ଉପ-ମୁଖ୍ୟମନ୍ତ୍ରୀ ଜୟପଙ୍ଗା ପ୍ରାଥମିକ ବିଦ୍ୟାଳୟରେ ସ୍ଥାପିତ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳ ପରିଦର୍ଶନ କରିଥିଲେ। ଏଠାରେ ମୁଟୁକୁଣି ଗ୍ରାମରୁ ସ୍ଥାନାନ୍ତରିତ ହୋଇ ଆଶ୍ରୟ ନେଇଥିବା ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ…

ବାତ୍ୟା ମୁକାବିଲା ପାଇଁ  ଜ୍ଜିଲ୍ଲା ପ୍ରଶାସନର ସ୍ୱତନ୍ତ୍ର ପ୍ରସ୍ତୁତି

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ସତର୍କ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜୀବ ଭବନସ୍ଥିତ ଏସଇଓସି (SEOC) କନଫରେନ୍ସ ହଲରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟର  ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ କୁମାର…

ବିକଶିତ ଭାରତ-୨୦୪୭ ପାଇଁ ସହରାଞ୍ଚଳ ବିକାଶ ଉପରେ ଗୁରୁତ୍ୱ

ଭୁବନେଶ୍ୱର:  ବିକଶିତ ଭାରତ-୨୦୪୭ ଲକ୍ଷ୍ୟ ହାସଲ ଦିଗରେ ସହରାଞ୍ଚଳ ପ୍ରଶାସନ, ନଗର ଯୋଜନା ଓ ଜନସେବା ପ୍ରଦାନ ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ବିଭିନ୍ନ କାର୍ଯ୍ୟକାରୀ ପରାମର୍ଶ ସହ ଜାତୀୟ ସହରାଞ୍ଚଳ ସମ୍ମିଳନୀ-୨୦୨୬ ଭୁବନେଶ୍ୱରଠାରେ ଉଦ୍‌ଯାପିତ ହୋଇଯାଇଛି। ଏହି ସମାରୋହରେ କେନ୍ଦ୍ର ଆବାସ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ମନୋହର ଲାଲ, ଓଡ଼ିଶାର ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡା. କୃଷ୍ଣ ଚନ୍ଦ୍ର ମହାପାତ୍ର, ନୀତି ଆୟୋଗର ସଦସ୍ୟ ରାଜୀବ ଗୌବା, ଭାରତ ସରକାରଙ୍କ…

୬୦ଟି ଓଡ୍ରାଫ୍, ୧୭ଟି NDRF, 225ଟି ଅଗ୍ନିଶମ ଦଳ ପ୍ରସ୍ତୁତ

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦ ଅଛି, ଏଥର ମଧ୍ୟ ଆମ ଜିରୋ କାଜୁଆଲ୍‌ଟି ହାସଲ କରିବୁ। ଲୋକସେବା ଭବନରେ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଣମାଧ୍ୟମ ଆଗରେ ବିବୃତ୍ତି ରଖି ଏହା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବନ୍ୟା ଓ ବାତ୍ୟା ମୁକାବିଲାରେ ଆମର ପୂର୍ବରୁ ଅଭିଜ୍ଞତା ରହିଛି। ବାତ୍ୟା ଦାନା ଓ ମୋନ୍ଥା’ର ସଫଳ ମୁକାବିଲା କରାଯାଇଥିଲା। ଏହା ସହିତ ଅନେକ ବନ୍ୟା ପରିସ୍ଥିତିର…

ସମ୍ଭାବ୍ୟ ବାତ୍ୟା ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ରମଶଃ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ଆଶଙ୍କା ଥିବାରୁ ରାଜ୍ୟ ସରକାର ସତର୍କ ହୋଇଛନ୍ତି। ଏହି ପରିପ୍ରେକ୍ଷୀରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ରାଜୀବ ଭବନସ୍ଥିତ ଏସଇଓସି (SEOC) କନଫରେନ୍ସ ହଲରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ…

ଓଡ଼ିଶାର ପାରମ୍ପରିକ ଚାଉଳକୁ ବିଶ୍ୱ ବଜାରରେ ପହଞ୍ଚାଇବାକୁ ପ୍ରୟାସ

ନୂଆଦିଲ୍ଲୀ: ଓଡ଼ିଶାର ପାରମ୍ପରିକ ଚାଉଳର ବିବିଧତା ଓ ସମୃଦ୍ଧ କୃଷି ଐତିହ୍ୟକୁ ବିଶ୍ୱସ୍ତରରେ ପରିଚିତ କରାଇବା ଲକ୍ଷ୍ୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ଠାରେ ଅକ୍ଟୋବର ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଆୟୋଜିତ ଭାରତ ଅନ୍ତର୍ଜାତୀୟ ଚାଉଳ ସମ୍ମିଳନୀ (BIRC) ୨୦୨୬ରେ ଓଡ଼ିଶାର ୮ଟି ଜିଲ୍ଲାର ୧୫ ପ୍ରକାର ଧାନ ଓ ଚାଉଳ ଉତ୍ପାଦ ପ୍ରଦର୍ଶିତ ହେଉଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧୀନରେ ଥିବା ଓଡ଼ିଶା ଗ୍ରାମୀଣ ବିକାଶ ଓ ବିପଣନ ସମିତି (ଓରମାସ୍‌) ପକ୍ଷରୁ ଏହି…

ଖୋର୍ଦ୍ଧା ନିକଟସ୍ଥ ଆର୍ବିଆଇର ଗ୍ରୀନ୍ ଫିଲ୍ଡ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଖୋର୍ଦ୍ଧା ନିକଟସ୍ଥ ଭାରତୀୟ ରିଜର୍ଭ ବ୍ୟାଙ୍କର ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ  କରି ପ୍ରତ୍ୟାବର୍ତ୍ତନ କରିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା…

ସଫେଇ କର୍ମଚାରୀଙ୍କ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର: କର୍ମଚାରୀଙ୍କ ଜାତୀୟ କମିଶନ ଉପାଧ୍ୟକ୍ଷ କୈଶବ ବିହାରୀ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ଜିଲ୍ଲାରେ ସଫେଇ କର୍ମଚାରୀ ମାନଙ୍କ ବିଭିନ୍ନ ସମସ୍ୟା ଓ ଦାବି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଭୁବନେଶ୍ୱରସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଉପାଧ୍ୟକ୍ଷ ଶ୍ରୀ ବିହାରୀ ସଫେଇ କର୍ମଚାରୀ ମାନଙ୍କ ବିଭିନ୍ନ ସମସ୍ୟା, କାର୍ଯ୍ୟସ୍ଥଳରେ ସେମାନଙ୍କ ସୁରକ୍ଷା, ବିନା ସୁରକ୍ଷାରେ ସ୍ବେରେଜ ତଥା ମେହେନ୍ତର କାର୍ଯ୍ୟରୁ (Manual Scavenging)…

ଚାରୋଟି ପ୍ରମୁଖ ବିଷୟବସ୍ତୁକୁ ନେଇ ଶୀଘ୍ର ଅନୁଷ୍ଠିତ ହେବ ରାଜ୍ୟସ୍ତରୀୟ ସମ୍ମିଳନୀ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ କ୍ଷେତ୍ରରେ ରାଜ୍ୟର ଲକ୍ଷ୍ୟ ନିର୍ଦ୍ଧାରଣ ଓ ତ୍ୱରିତ କାର୍ଯ୍ୟାନ୍ୱୟନ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ବୈଠକରେ ବିଭାଗୀୟ ଆକ୍ସନ୍ ପ୍ଲାନ୍ ସମ୍ପର୍କରେ ବିସ୍ତୃତ ଆଲେଚନା କରାଯାଇଛି। ଉଦ୍ଦିଷ୍ଟ ଲକ୍ଷ୍ୟଗୁଡ଼ିକର ସଫଳ ରୂପାୟନ, ଆନ୍ତଃ-ବିଭାଗୀୟ ସମନ୍ୱୟ ବୃଦ୍ଧି ଏବଂ କାର୍ଯ୍ୟକାରିତାକୁ ତ୍ୱରାନ୍ୱିତ କରିବା ପାଇଁ ଖୁବ୍‌ଶୀଘ୍ର ୪ଟି ପ୍ରମୁଖ…