ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ରାଜ୍ୟପାଳଙ୍କ ଗୁରୁତ୍ୱ
ଭୁବନେଶ୍ୱର: ଓଡ଼ିଶାରେ ଦୁଗ୍ଧ ଉତ୍ପାଦନ ବୃଦ୍ଧି ପାଇଁ ଦୁଗ୍ଧ ଚାଷୀମାନଙ୍କୁ ପିଏମ୍ଏମ୍ୱାଇ (ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା) ସହ ଅଧିକ ସଂଖ୍ୟାରେ ସଂଯୋଗ କରିବା ଉପରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଗୁରୁତ୍ୱାରୋପ କରିଛନ୍ତି। ଚଳିତ ସେପ୍ଟେମ୍ବର ୨ ତାରିଖ ଦିନ କଟକ ଜିଲ୍ଲାର ଗୋବିନ୍ଦପୁର, ଅରିଲୋସ୍ଥିତ ଓମ୍ଫେଡ୍ ମେଗା ଡାଇରୀ ପ୍ଲାଂଟ ପରିଦର୍ଶନ ସମୟରେ ରାଜ୍ୟପାଳ ଏପରି ଗୁରୁତ୍ୱାରୋପ କରିଛନ୍ତି। ଦୁଗ୍ଧ ଚାଷୀମାନେ ସେମାନଙ୍କ ଉଦ୍ୟମକୁ ବ୍ୟାପକ କରିବା ନିମନ୍ତେ ବ୍ୟାଙ୍କ ଋଣର ଆବଶ୍ୟକତା ରହିଛି।…


