ଅଭିବାଦନ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଭୁବନେଶ୍ୱର: ୭୯ ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ରାଜଧାନୀ ଭୁବନେଶ୍ୱରର ଗାନ୍ଧୀମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ରୂପେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଅନ୍ୟତମ ଅତିଥି ରୂପେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ପୁଲିସ ଡିଜି ୱାଇ ବି ଖୁରାନିଆ, ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଗୃହ ବିଭାଗ ସତ୍ୟବ୍ରତ…

‘ଶ୍ରୀଲ  ପ୍ରଭୁପାଦ ଜୀ ହେଉଛନ୍ତି ଭକ୍ତି, ସେବା ଓ ମାନବତାର ଜୀବନ୍ତ ପ୍ରତୀକ’ 

ଭୁବନେଶ୍ୱର: ଭକ୍ତି, ସେବା ଓ ମାନବତାର ଜୀବନ୍ତ ପ୍ରତୀକ ହେଉଛନ୍ତି ଶ୍ରୀଲ ସରସ୍ଵତୀ ଗୋସ୍ଵାମୀ ପ୍ରଭୁପାଦ ଜୀ ଏବଂ ୧୦୦ ବର୍ଷ ଧରି କଟକର ଶ୍ରୀ ସଚ୍ଚିଦାନନ୍ଦ ମଠ ଆଧ୍ୟାତ୍ମିକ, ସାହିତ୍ୟିକ ଓ ସାମାଜିକ କାର୍ଯ୍ୟକଳାପ ଏକ ନୈତିକତାର ପ୍ରଦୀପ ପ୍ରଜ୍ବଳିତ କରି ଆସୁଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜବାହଲାଲ ଇଣ୍ଡୋର ଷ୍ଟାଡିଅମ ଠାରେ ଶ୍ରୀଲ ପ୍ରଭୁପାଦଙ୍କ ୧୫୧ତମ ଆବିର୍ଭାବ ଜୟନ୍ତୀ ଓ କଟକର ଶ୍ରୀ ସଚ୍ଚିଦାନନ୍ଦ ମଠର ଶତବାର୍ଷିକୀ ଉତ୍ସବ ଅବସରରେ କହିଛନ୍ତି।…

ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ଜାତୀୟ ଗ୍ରନ୍ଥାଗାରିକ ଦିବସ

ଭୁବନେଶ୍ୱର: ଜାତୀୟ ଗ୍ରନ୍ଥାଗାରିକ ଦିବସ ଉପଲକ୍ଷେ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରରେ ପାଠାଗାର ବିଜ୍ଞାନର ଜନକ ପଦ୍ମଶ୍ରୀ ଏସ ଆର ରଙ୍ଗନାଥନଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ଗ୍ରନ୍ଥାଗାରର ବିଶେଷ କର୍ତ୍ତବ୍ୟରତ ଅଧିକାରୀ ଅନୁଜା ତାରିଣୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ଉତ୍କଳ ବିଶ୍ଵବିଦ୍ୟାଳୟ ପାଠାଗାର ଓ ସୂଚନା ବିଜ୍ଞାନ ବିଭାଗର ପୂର୍ବତନ ମୁଖ୍ୟ, ପ୍ରଫେସର ଡ଼. ପୁଷ୍ପାଞ୍ଜଳୀ ଜେନା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ପ୍ରଫେସର ବାମନ ପରିଡ଼ା, ଉତ୍କଳ ବିଶ୍ଵବିଦ୍ୟାଳୟ, ପାଠାଗାର ଓ ସୂଚନା…

ରାଷ୍ଟ୍ରପତି ଭବନରେ ରାକ୍ଷୀ ପୂର୍ଣ୍ଣିମା ପାଳିଲେ ଏକଲବ୍ୟ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ

ଭୁବନେଶ୍ବର: ରାଷ୍ଟ୍ରପତି ଭବନରେ ମାନ୍ୟବର ରାଷ୍ଟ୍ରପତିଙ୍କ ସହ ରାକ୍ଷୀ ପୂର୍ଣ୍ଣିମା ପାଳିଛନ୍ତି ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର 20 ଜଣ ବିଦ୍ୟାର୍ଥୀ। ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାର ଲାଇଂ, ଭବାନୀପୁର, ମହାସିଙ୍ଗ ଓ ଫିରିଙ୍ଗିଆ  ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ବିଦ୍ୟାର୍ଥୀ ଓ 4 ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ରାଷ୍ଟ୍ରପତି ଭବନରୁ ନିମନ୍ତ୍ରଣ ପାଇବା ପରେ ରାକ୍ଷୀ ପୂର୍ଣ୍ଣିମା ପାଳିବା ପାଇଁ ନୂଆଦିଲ୍ଲୀରେ ପହଞ୍ଚିଥିଲେ। ଏହି ବିଶେଷ ଅବସରରେ, ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟର ଲାଇଂର ପାଞ୍ଚଜଣ ଛାତ୍ରୀ…

ଅଗଷ୍ଟ ୮ ଓ ୯ ତାରିଖରେ ଅନୁଷ୍ଠିତ ହେବ ‘ଏକତା’ ଉତ୍ସବ 

ଭୁବନେଶ୍ଵର: ଓଡ଼ିଶାର ବୁଣାକାରମାନେ ଆମ ସାଂସ୍କୃତିକ ଐତିହ୍ୟର ଆତ୍ମା। ଆମ ହସ୍ତତନ୍ତ କେବଳ ଖଣ୍ଡେ କପଡ଼ା ନୁହେଁ, ଏହା ଆମ ଐତିହ୍ୟ। ଓଡ଼ିଶାର ହସ୍ତତନ୍ତ – ଐତିହ୍ୟର ସୂତ୍ରଧର  ବୋଲି କହିଛନ୍ତି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ। ଜାତୀୟ ହସ୍ତତନ୍ତ ଦିବସ ୨୦୨୫ ଓ ‘ଏକତା’ ଉତ୍ସବ ଆୟୋଜନ ଉପଲକ୍ଷେ ରାଜ୍ୟ ଅତିଥି ଭବନଠାରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ମନ୍ତ୍ରୀ ଶ୍ରୀ ବଳସାମନ୍ତ।  ସୂଚନାଯୋଗ୍ୟ; ଓଡ଼ିଶା ସରକାରଙ୍କ ହସ୍ତତନ୍ତ,…

ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫ ପାଳନ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସୂଚନା ଓ ଲୋକସମ୍ପର୍କ ବିଭାଗ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ…

ନୀଳକଣ୍ଠ ଦାସଙ୍କ ଜୟନ୍ତୀରେ ବିଧାନସଭା ଗବେଷଣା ଶାଖା ପକ୍ଷରୁ ସଂକଳିତ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ପ୍ରଚଣ୍ଡ ପ୍ରତିଭାଦୀପ୍ତ ଜ୍ଞାନପିପାସୁ ପଣ୍ଡିତ ନୀଳକଣ୍ଠ ଦାସ ତାଙ୍କ ଛାତ୍ରଜୀବନରୁ ଜାତୀୟତାବାଦରେ ଉଦ୍‌ବୁଦ୍ଧ ହୋଇ ସ୍ୱାଧୀନତା ଆନ୍ଦୋଳନର ମୁଖ୍ୟସ୍ରୋତରେ ସାମିଲ ହୋଇଥିଲେ। ସେ ତତ୍‌କାଳୀନ ସମାଜରେ ପ୍ରଚଳିତ ଏକାଧିକ କୁସଂସ୍କାର ବିରୁଦ୍ଧରେ ସଂଗ୍ରାମ ଜାରି ରଖିଥିଲେ। ସେ ଥିଲେ ବହୁମୁଖୀ ପ୍ରତିଭାର ଅଧିକାରୀ। ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଗଠନ ଆନ୍ଦୋଳନରେ ନୀଳକଣ୍ଠ ସକି୍ରୟ ଯୋଗଦାନ କରିଥିଲେ। ଓଡ଼ିଶା ବିଧାନସଭାର ବାଚସ୍ପତି ପଦ ମଣ୍ଡନ କରିବା ସହିତ ସେ ଓଡ଼ିଶା ସାହିତ୍ୟ ଏକାଡେମୀର ସଭାପତି ପଦ ମଧ୍ୟ…

ତାରକସି ହବକୁ ମିଳିବ ଐହିହ୍ୟ ଶିଳ୍ପୀ ଗ୍ରାମର ମାନ୍ୟତା: ଉପମୁଖ୍ୟମନ୍ତ୍ରୀ

କଟକ/ଭୁବନେଶ୍ୱର:  ରୌପ୍ୟ ନଗରୀ କଟକର ଅନ୍ୟତମ ଐତିହ୍ୟ ତାରକସିକୁ ବିଶ୍ୱ ଦରବାରରେ ପହଂଚାଇବା ନିମନ୍ତେ କଟକଠାରେ ରୌପ୍ୟ ତାରକସି ସର୍ବସାଧାରଣ ସୁବିଧା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କଟକ ସିଡିଏ ସେକ୍ଟର ୬ ସ୍ଥିତ ବିଡାନାସୀ ପେଟାନାଳଠାରେ ଏହି ଭିତ୍ତିପ୍ରସ୍ତର ସ୍ଥାପନ କରି ଏହି କେନ୍ଦ୍ର କଟକର ପରମ୍ପରାକୁ ସଂରକ୍ଷଣ କରିବା ସହିତ ନବସୃଜନକୁ ଆପଣାଇ ତାରକସି କାରିଗରମାନଙ୍କୁ ସଶକ୍ତ କରିବା ସହ କଟକ ପାଇଁ ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବ…

ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ  ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ଯାହା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଉପସ୍ଥାପନ କରାଯିବ। ସହରାଞ୍ଚଳ ଭିତ୍ତିଭୂମି ବୃଦ୍ଧି ସହ…

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବI ଏଥିସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବI ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ପ୍ରମୁଖ ରାଜ୍ୟ ଗୁଡିକରେ ମନ୍ଦିର ପରିଚାଳନାକୁ ଅନୁଧ୍ୟାନ କରାଯାଇ ଓଡିଶା ଲାଗି ସର୍ବୋତ୍ତମ ନୀତି ପ୍ରଣୟନ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…