ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜୟନ୍ତୀ ପାଳିତ
ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ବାଲ୍ୟାବସ୍ଥାରୁ ବିଦ୍ୟୁତପ୍ରଭା ଦେବୀଙ୍କର ସାହିତ୍ୟ ପ୍ରତି ରହିଥିବା…


