ଓଡ଼ିଶାର ଐତିହ୍ୟ, ସାଂସ୍କୃତିକ ଗୌରବ ଗାଥାକୁ ବିଶ୍ୱବିଦିତ କରିବାରେ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ସହାୟକ ହେବ : ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର: ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ଏକ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଉଦ୍‌ଘାଟିତ ହୋଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓକୁ ଉଦ୍‌ଘାଟନ କରିଥିଲେ। “ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟରେ ସ୍ଥାପିତ ହୋଇଥିବା ଏହି ନୂତନ ଅଡ଼ିଓ ଓ କ୍ରୋମା ରେକର୍ଡିଙ୍ଗ୍ ଷ୍ଟୁଡ଼ିଓ ଓଡ଼ିଶାର ନୃତ୍ୟ, ସଙ୍ଗୀତ ଓ ନାଟକ ଜଗତକୁ ସମର୍ପିତ। ଏହାଦ୍ୱାରା…

ଓଡ଼ିଶୀ ଗବେଷଣା କେନ୍ଦ୍ରରେ ରାଜ୍ୟସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର ସ୍ଥିତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରରେ ଆରମ୍ଭ ହୋଇଯାଇଛି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଲୋକକଳା ସଂଘର ମିଳିତ ସହଯୋଗରେ ଏହି ରାଜ୍ୟ ସ୍ତରୀୟ ନୃତ୍ୟ ମହୋତ୍ସବ ଆସନ୍ତା ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ…

ରାଜ୍ୟ ଅଭିଲେଖାଗାରରେ ୮୬ତମ ସଂସ୍କୃତି ଚର୍ଚ୍ଚା ସମାରୋହ ଅନୁଷ୍ଠିତ

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୬ତମ ସଂସ୍କୃତି ଚର୍ଚ୍ଚା ସମାରୋହ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ବିଶିଷ୍ଟ ଶିକ୍ଷାବିତ୍‌, ସ୍ତମ୍ଭକାର ତଥା ଲେଖକ ପ୍ରଫେସର ଦେବେନ୍ଦ୍ର ନାଥ ରାଉତ ମୁଖ୍ୟବକ୍ତା ଭାବରେ ଯୋଗଦେଇଥିଲେ। କାର୍ଯ୍ୟକ୍ରମର ଆଲୋଚନାର ବିଷୟ ବସ୍ତୁ ରହିଥିଲା “ଓଡ଼ିଆ ଅସ୍ମିତାର ଅନ୍ତଃସ୍ଵର”। ମୁଖ୍ୟବକ୍ତା ରାଉତ ଓଡ଼ିଆ ଅସ୍ମିତାର ବିନ୍ଧାଣୀ ତଥା ଆମ ଓଡ଼ିଶାର ବରପୁତ୍ରମାନଙ୍କର ଜୀବନୀ ଉପରେ ବିସ୍ତୃତ ବିବରଣୀ ପ୍ରଦାନ କରିବା ସହ ଓଡ଼ିଶା ସ୍ୱତନ୍ତ୍ର ପ୍ରଦେଶ ଭାବରେ ଗଠନ ହେବାର ଇତିହାସ ସମ୍ପର୍କରେ…

୩୦ ଅଗଷ୍ଟରୁ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର, ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ଓ ଲୋକକଳା ସଂଘର ମିଳିତ ସହଯୋଗରେ ଆସନ୍ତା  ୩୦ ତାରିଖ ଠାରୁ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ଗୋଟିପୁଅ ନୃତ୍ୟ ମହୋତ୍ସବ। ଏହି ନୃତ୍ୟ ମହୋତ୍ସବ ଅଗଷ୍ଟ ୩୦ ତାରିଖ ଠାରୁ ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ପରିସରରେ ରହିଥିବା…

୩୦୦୦ରୁ ଅଧିକ ସ୍ମାରକ ସଂରକ୍ଷଣ ପାଇଁ ଗଠିତ ହେବ ଟାସ୍କଫୋର୍ସ

ଭୁବନେଶ୍ୱର:  ଓଡ଼ିଶାର ଐତିହ୍ୟ ଓ ସଂସ୍କୃତି ବହୁ ପୁରାତନ। ଐର ଖାରବେଳଙ୍କ ସମୟରୁ ଆରମ୍ଭ କରି ପାଇକ ବିଦ୍ରୋହ ପର୍ଯ୍ୟନ୍ତ ଅନେକ କୀତ୍ତିରାଜି ଆଜିବି ଲୋକଲୋଚନ ଆଢ଼ୁଆଳରେ ରହିଯାଇଛି। ଏହି ଐତିହ୍ୟ କୀର୍ତ୍ତିରାଜିକୁ ଖୋଜି ବାହାର କରିବା ସହ ସେସବୁର ଡାଟାବେସ୍‌ ପ୍ରସ୍ତୁତ କରିବା ସହ ସଂରକ୍ଷଣ ଓ ସୌନ୍ଦର୍ଯ୍ୟକରଣ ଉପରେ ଗୁରୁତ୍ୱ ଦେଇ ପର୍ଯ୍ୟଟନ ସ୍ଥଳୀ ଭାବେ ପରିଚିତ କରାଇବାର ଆବଶ୍ୟକତା ରହିଛି ବୋଲି ଲୋକସେବା ଭବନରେ ଅନୁଷ୍ଠିତ ଉଚ୍ଚସ୍ତରୀୟ ବୈଠକରେ ମତ ପ୍ରକାଶ ପାଇଛି।…

ଓଡ଼ିଶାରେ ପ୍ରଶିକ୍ଷଣ ନେବେ ଶ୍ରୀଲଙ୍କାର ଅଧିକାରୀ

ଭୁବନେଶ୍ୱର: ପଡ଼ୋଶୀ ରାଷ୍ଟ୍ର ଶ୍ରୀଲଙ୍କାର ୩୦ ଜଣ ଅଧିକାରୀ ଓଡ଼ିଶାରେ ପହଁଚିଛନ୍ତି। ଭାରତ ସରକାରଙ୍କ ବୈଦେଶିକ ମନ୍ତ୍ରାଳୟ ଆନୁକୂଲ୍ୟରେ ଏବଂ ଓଡ଼ିଶା ସରକାରଙ୍କ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଂଯୋଜନାରେ ସେମାନେ ପାଞ୍ଚ ଦିନ ଧରି ପ୍ରଶିକ୍ଷଣ ନେବେ। ଏହି ଅବସରରେ ସେମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ସ୍ଥାନ ପରିଦର୍ଶନ ସମୟରେ ସେମାନେ ଓଡ଼ିଶାର କଳା-ସଂସ୍କୃତି-ଐତିହ୍ୟ-ଇତିହାସ-ବୌଦ୍ଧ କୀର୍ତ୍ତିରାଜି ସମ୍ପର୍କରେ ଅବଗତ ହେବେ। ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଏବଂ…

ଢେଙ୍କାନାଳର ବିରାଶୋଳ ଠାରେ ଏକ ବିଶ୍ୱସ୍ତରୀୟ ବିମାନ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ହେବ

ଭୁବନେଶ୍ୱର: ଭୁବନେଶ୍ୱର ଠାରେ ଆୟୋଜିତ ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ଘୋଷଣା କରିଥିଲେଯେ ରାଜ୍ୟ ସରକାରଙ୍କ ପ୍ରମୁଖ ପ୍ରୟାସ B-MAAN (Building and Management of Aviation Assets and Network) ଅଧୀନରେ, କ୍ୟାଡେଟ୍ ପାଇଲଟ୍ ପ୍ରୋଗ୍ରାମ୍ ଆରମ୍ଭ ହେବାକୁ ଯାଉଛି, ଯେଉଁଥିରେ ଆଦିବାସୀ କନ୍ୟା ମାନଙ୍କୁ ପାଇଲଟ ହେବା ପାଇଁନ ଟ୍ରେନିଂ ଦିଆଯିବ। ଏହି ଅବସରରେ ରାଜ୍ୟ ସରକାର ଦେଶର ପ୍ରମୁଖ ବିମାନ MRO (Maintenance,…

ପର୍ଯ୍ୟଟନ ବିକାଶ ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତାକୁ ବିଶ୍ୱସ୍ତରରେ ପହଞ୍ଚାଇବ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତିନୋଟି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତା…

ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ପ୍ରଶଂସାକଲେ ରାଜ୍ୟପାଳ

ଭୁବନେଶ୍ୱର: ଓଡ଼ିଶାର ସମୃଦ୍ଧ ସାଂସ୍କୃତିକ ଐତିହ୍ୟର ଉଚ୍ଚ ପ୍ରଶଂସା କରିଛନ୍ତି ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି। ଚଳିତ ଅଗଷ୍ଟ ୧୭ ତାରିଖ ଦିନ ରାଜ୍ୟପାଳ ଡ. ହରିବାବୁ କମ୍ଭମ୍ପାଟି ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମ୍ପାଟିଙ୍କ ସହ ଭୁବନେଶ୍ୱରସ୍ଥିତ ସୁଦର୍ଶନ ଆର୍ଟ ଆଣ୍ଡ କ୍ରାଫ୍ଟ ଭିଲେଜ ପରିଦର୍ଶନ କରିଥିଲେ ଏବଂ ପଦ୍ମ ବିଭୂଷଣ ସୁଦର୍ଶନ ସାହୁଙ୍କ କଳାକୃତି ଦେଖି ପ୍ରଶଂସା କରିଛନ୍ତି। ପଦ୍ମ ବିଭୂଷଣ ଶ୍ରୀସାହୁଙ୍କ ମୂର୍ତ୍ତିକଳା ଓ କୃତିକୁ ରାଜ୍ୟପାଳ ନିରୀକ୍ଷଣ କରିଥିଲେ। ପଦ୍ମ ବିଭୂଷଣ…

ସ୍ୱାଧୀନତା ଦିବସ ଅବସରରେ ରାଜ ଭବନରେ ଆଟ୍-ହୋମ୍ ଅନୁଷ୍ଠିତ

ଭୁବନେଶ୍ୱର: ୭୯ତମ ସ୍ୱାଧୀନତା ଦିବସ ଅବସରରେ ତା୧୫.୦୮.୨୦୨୫ରିଖ ଅପରାହ୍ନରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କ ସୌଜନ୍ୟରେ ରାଜଭବନର ନୁ୍ୟ ଅଭିଷେକ ହଲ୍ ଠାରେ ଆଟ୍-ହୋମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟପାଳଙ୍କ ଆମନ୍ତ୍ରଣ କ୍ରମେ ସମାଜର ବିଭିନ୍ନ ବର୍ଗର ବିଶିଷ୍ଟ ବ୍ୟକ୍ତିବିଶେଷ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦାନ କରିଥିଲେ। ମାନ୍ୟବର ରାଜ୍ୟପାଳଙ୍କ ସହଧର୍ମିଣୀ ତଥା ରାଜ୍ୟର ପ୍ରଥମ ମହିଳା ଜୟଶ୍ରୀ କମ୍ଭମ୍ପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ସହଧର୍ମିଣୀ ଡ. ପ୍ରିୟଙ୍କା ମାର୍ଣ୍ଡି, ଓଡ଼ିଶା ବିଧାନସଭାର ମାନ୍ୟବର…