ପର୍ଯ୍ୟଟନ ବିକାଶ ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତାକୁ ବିଶ୍ୱସ୍ତରରେ ପହଞ୍ଚାଇବ: ଉପମୁଖ୍ୟମନ୍ତ୍ରୀ
ଭୁବନେଶ୍ବର: ଲୋକସେବା ଭବନରେ ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଓଡ଼ିଶାର ପର୍ଯ୍ୟଟନର ବିକାଶରେ ଯୋଡ଼ି ହୋଇଥିବା ଏହି ନୂତନ ଫର୍ଦ୍ଦର ଉନ୍ମୋଚନ ଅବସରରେ ମୁଖ୍ୟଅତିଥି ଭାବେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ଓଡିଶା ସରକାରଙ୍କ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଯୋଗ ଦେଇଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତିନୋଟି ବୁଝାମଣାପତ୍ର ଓଡ଼ିଶାର ଐତିହ୍ୟ ସଂରକ୍ଷଣ, ପର୍ଯ୍ୟଟନ ବିବିଧତା…
