ଇକୋ ରିଟ୍ରିଟ୍ ପ୍ରସ୍ତୁତିର ସମୀକ୍ଷା: ସ୍ଥାନୀୟ ରୋଜଗାର ଓ ପର୍ଯ୍ୟଟକଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

ଭୁବନେଶ୍ୱର,: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଭୁବନେଶ୍ୱରସ୍ଥିତ ପର୍ଯ୍ୟଟନ ଭବନଠାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ଆୟୋଜିତ ହେବାକୁ ଥିବା “ଇକୋ ରିଟ୍ରିଟ୍”ର ପ୍ରସ୍ତୁତି ନେଇ ଏକ ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଏହି ବୈଠକରେ ଗୁଣାତ୍ମକ ପର୍ଯ୍ୟଟନ ଭିତ୍ତିଭୂମି, ସୁଗମ ପରିଚାଳନା, ଭ୍ରମଣକାରୀଙ୍କ ଉନ୍ନତ ଅନୁଭୂତି ଏବଂ ରାଜ୍ୟର ବୃଦ୍ଧିପାଉଥିବା ପର୍ଯ୍ୟଟନ ବ୍ୟବସ୍ଥାରେ ସ୍ଥାନୀୟ ସମୁଦାୟର ସକ୍ରିୟ ଭାଗିଦାରୀ ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଥିଲା। ସମୀକ୍ଷା ସମୟରେ ଉପମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ ଯେ ଇକୋ ରିଟ୍ରିଟ୍‌ର ଯୋଜନା ଓ…

ରାଜ୍ୟସ୍ତରୀୟ ଶିଶୁ ସାଂସ୍କୃତିକ ମହୋତ୍ସବ “ମହକ-୨୦୨୬” ରେ କନ୍ଧମାଳ ଚାମ୍ପିଅନ୍

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଅଧୀନସ୍ଥ ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ସମିତି ଆନୁକୂଲ୍ୟରେ ଆୟୋଜିତ ରାଜ୍ୟସ୍ତରୀୟ ସାଂସ୍କୃତିକ ଶିଶୁ ମହୋତ୍ସବ “ମହକ-୨୦୨୬” ର ଉଦ୍‌ଯାପନୀ ଓ ପୁରସ୍କାର ବିତରଣ ସମାରୋହ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମର ପ୍ରାକ୍ଟିସ୍ ଗ୍ରାଉଣ୍ଡଠାରେ ଅନୁଷ୍ଠିତ ହୋଇଯାଇଛି। ମହକ-୨୦୨୬ ପ୍ରତିଯୋଗିତାଗୁଡ଼ିକରେ ସର୍ବୋତ୍କୃଷ୍ଟ ପ୍ରଦର୍ଶନ ପାଇଁ କନ୍ଧମାଳ ଜିଲ୍ଲାକୁ ରାଜ୍ୟସ୍ତରୀୟ ‘ଚାମ୍ପିଅନ୍’ ଏବଂ ପୁରୀ ଜିଲ୍ଲାକୁ ‘ରନର୍ସ-ଅପ୍’ ଭାବେ ପୁରସ୍କୃତ କରାଯାଇଥିଲା। ଏହି ଭବ୍ୟ ସମାରୋହରେ ଏକାମ୍ର ଭୁବନେଶ୍ୱରର…

ବାଲିଯାତ୍ରାରେ ଓରମାସ୍‌ ତରଫରୁ ୫୦୦ଟି ଷ୍ଟଲ୍‌ ରହିବା ସହ ପ୍ରଦର୍ଶିତ ହେବ ଓଡ଼ିଶାର ହସ୍ତତନ୍ତ ଓ ହସ୍ତଶିଳ୍ପ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଅଧ୍ୟକ୍ଷତାରେ ସଂସ୍କୃତି ବିଭାଗର ସମ୍ମିଳନୀ କକ୍ଷରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମୀକ୍ଷା ବୈଠକରେ କଟକର ଐତିହାସିକ ବାଲିଯାତ୍ରାର ଆୟୋଜନକୁ ନେଇ ବିସ୍ତୃତ ସମୀକ୍ଷା କରାଯାଇଥିଲା। ଆସନ୍ତା ନଭେମ୍ବର ୨୪ ତାରିଖରୁ ଡିସେମ୍ବର ୧ ତାରିଖ ପର୍ଯ୍ୟନ୍ତ କଟକରେ ବାଲିଯାତ୍ରା ଆୟୋଜିତ ହେବ। ଚଳିତ ବର୍ଷ ବାଲିଯାତ୍ରାର ଆୟୋଜନ ପାଇଁ ସରକାରଙ୍କ ତରଫରୁ ୧୦ କୋଟି ଟଙ୍କା ଅର୍ଥରାଶି ପ୍ରଦାନ ପାଇଁ…

ଟେରାକୋଟା ଓ କୁମ୍ଭାର ଶିଳ୍ପର ସମୃଦ୍ଧି ପାଇଁ ଆମେ ପ୍ରତିବଦ୍ଧ : ମନ୍ତ୍ରୀ 

ଭୁବନେଶ୍ୱର: ଟେରାକୋଟା ଏବଂ କୁମ୍ଭାର ଶିଳ୍ପରେ କାର୍ଯ୍ୟରତ ହସ୍ତଶିଳ୍ପୀମାନଙ୍କୁ ପ୍ରୋତ୍ସାହିତ କରିବା ଲକ୍ଷ୍ୟ ନେଇ ରାଜ୍ୟସ୍ତରୀୟ “ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ‘ମୃତ୍ତିକା’-୨୦୨୬” ଆରମ୍ଭ ହୋଇଛି। ସ୍ଥାନୀୟ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ଆୟୋଜିତ ଏହି ପ୍ରଦର୍ଶନୀର ଶୁଭାରମ୍ଭ କରି ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି; ଓଡ଼ିଶାର ପ୍ରାଚୀନ ହସ୍ତଶିଳ୍ପର ଜୀବନ୍ତ ନିଦର୍ଶନ ହେଉଛି “ଟେରାକୋଟା ଓ କୁମ୍ଭାର ଶିଳ୍ପ।”ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରିଥିବା ସମସ୍ତ ହସ୍ତଶିଳ୍ପୀଙ୍କୁ ନିଃଶୁଳ୍କ ଷ୍ଟଲ ପ୍ରଦାନ କରାଯାଇଛି।…

ଓଡ଼ିଆ ଚଳଚ୍ଚିତ୍ର ଜଗତରେ ୫୦ ବର୍ଷର ଅବଦାନ ପାଇଁ ଅଭିନେତ୍ରୀ ମହାଶ୍ୱେତା ରାୟଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର:  ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓଠାରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଉଦଯାପିତ ହୋଇଯାଇଛି। ଓଡ଼ିଆ ସିନେମାର ସମୃଦ୍ଧ ଐତିହ୍ୟକୁ ମନେ ପକାଇବା, ଚଳଚ୍ଚିତ୍ର ଜଗତର ବରିଷ୍ଠ କଳାକାରମାନଙ୍କ ଅବଦାନକୁ ସମ୍ମାନ ଜଣାଇବା ଏବଂ ନୂତନ ପିଢ଼ିକୁ ଓଡ଼ିଆ ସିନେମାର ସୁବର୍ଣ୍ଣ ଯୁଗ ସହ ପରିଚିତ କରାଇବା ଲକ୍ଷ୍ୟରେ ତିନି ଦିନ ଧରି ଉତ୍ସବର ଆୟୋଜନ କରାଯାଇଥିଲା। ଉଦଯାପନୀ ସଂଧ୍ୟାରେ ଓଡ଼ିଆ ଚଳଚ୍ଚିତ୍ର ଜଗତରେ ଦୀର୍ଘ ୫୦ ବର୍ଷର ସଫଳ ଯାତ୍ରା ଓ ଅବଦାନ…

ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ତିନିଦିନିଆ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ

ଭୁବନେଶ୍ୱର: ଭୁବନେଶ୍ବର କଳିଙ୍ଗ ଷ୍ଟୁଡିଓଠାରେ ଓଡ଼ିଶା ଚଳଚ୍ଚିତ୍ର ଉନ୍ନୟନ ନିଗମର ତିନିଦିନିଆ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ଆରମ୍ଭ ହୋଇଛି। ଓଡ଼ିଆ ସିନେମାର ସୁବର୍ଣ୍ଣ ଅଧ୍ୟାୟକୁ ମନେ ପକାଇବା ସହ ଆଗାମୀ ପିଢ଼ିକୁ ଏହାର ସୃଜନଶୀଳ ପରମ୍ପରା ସହ ଯୋଡ଼ିବା ଲକ୍ଷ୍ୟରେ ୨୫ ତାରିଖ ପର୍ଯ୍ୟନ୍ତ ଉତ୍ସବ ପାଳନ କରାଯାଉଛି। ସୁବର୍ଣ୍ଣ ଜୟନ୍ତୀ ଉତ୍ସବର ପ୍ରଥମ ସଂଧ୍ୟାରେ ଓଡିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ବ୍ୟକ୍ତିବିଶେଷଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ନିର୍ଦ୍ଦେଶକ ପଦ୍ମଶ୍ରୀ ଶିଶିର ମିଶ୍ର, ନିର୍ଦ୍ଦେଶକ ଡ. ସବ୍ୟସାଚୀ ମହାପାତ୍ର,…

‘ପର୍ଯ୍ୟଟନ ଅର୍ଥନୈତିକ ଅଭିବୃଦ୍ଧି, ନିଯୁକ୍ତି ସୃଷ୍ଟି ଓ ଉଦ୍ୟମିତାର ଏକ ପ୍ରମୁଖ ମାଧ୍ୟମ’

ଭୁବନେଶ୍ୱର: ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ସାମଗ୍ରିକ ବିକାଶ ସହ ରାଜ୍ୟର ପର୍ଯ୍ୟଟନସ୍ଥଳୀଗୁଡ଼ିକୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ଅଧିକ ପରିଚିତ କରାଇବାକୁ ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ଆହ୍ୱାନ ଜଣାଇଛନ୍ତି। ପର୍ଯ୍ୟଟନ ଭିତ୍ତିଭୂମିର ବିକାଶ, ନୂଆ ନିବେଶର ସୁଯୋଗ ସୃଷ୍ଟି ଏବଂ ଦୂରଦୂରାନ୍ତ ଅଞ୍ଚଳର ଲୋକଙ୍କୁ ଏହାର ସୁଫଳ ପହଞ୍ଚାଇବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ଶୁକ୍ରବାର ଦିନ ଭୁବନେଶ୍ୱରଠାରେ ଆୟୋଜିତ ସପ୍ତମ ଓଡ଼ିଶା ପର୍ଯ୍ୟଟନ ସମ୍ମିଳନୀର ଉଦ୍‌ଯାପନୀ ସମାରୋହରେ ଯୋଗଦେଇ ରାଜ୍ୟପାଳ କହିଥିଲେ ଯେ, ଓଡ଼ିଶାର…

ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଲେ

ଭୁବନେଶ୍ୱର: ଓଡ଼ିଶାର ରାଜ୍ୟପାଳ ବ୍ରଜମୋହନ ରାମ ବିଜୟା ଦଶମୀ ଅବସରରେ ରାଜ୍ୟର ପ୍ରଥମ ମହିଳା ଲୀଳା ଦେବୀଙ୍କ ସହ ଭୁବନେଶ୍ୱରସ୍ଥିତ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ ପରିଦର୍ଶନ କରିବା ସହ ଅନ୍ତେବାସୀଙ୍କ ସହ ଭାବ ବିନିମୟ କରିଛନ୍ତି। ଏହି ଅବସରରେ ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ର କର୍ତ୍ତୃପକ୍ଷ ରାଜ୍ୟପାଳ ଓ ପ୍ରଥମ ମହିଳାଙ୍କୁ ସ୍ୱାଗତ କରିଥିଲେ। ରାଜ୍ୟପାଳ ଶିଶୁମାନଙ୍କୁ ମିଷ୍ଟାନ୍ନ ବଣ୍ଟନ କରିବା ସହ ପବିତ୍ର ବିଜୟା ଦଶମୀର ଶୁଭେଚ୍ଛା ଜଣାଇଥିଲେ। ପିଲାମାନଙ୍କୁ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ,…

‘ବାଗ୍ମୀ ବିଶ୍ୱନାଥ କର ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ’

ଭୁବନେଶ୍ୱର : ବାଗ୍ମୀ ବିଶ୍ୱନାଥ କରଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତିମୂର୍ତ୍ତିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଶ୍ରଦ୍ଧା ସୁମନ ଅର୍ପଣ କରିବା ସହ ବାଗ୍ମୀ ବିଶ୍ୱନାଥ କରଙ୍କ ପ୍ରତି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବାଗ୍ମୀ ବିଶ୍ୱନାଥ କର ହେଉଛନ୍ତି ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ।…

ଖୋର୍ଦ୍ଧା ନିକଟସ୍ଥ ଆର୍ବିଆଇର ଗ୍ରୀନ୍ ଫିଲ୍ଡ ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଭାରତର ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅକ୍ଟୋବର ୨୮ ଓ ୨୯ ତାରିଖରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସି ମୟୁରଭଞ୍ଜ ଜିଲ୍ଲାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୫ ତାରିଖରେ ଖୋର୍ଦ୍ଧା ନିକଟସ୍ଥ ଭାରତୀୟ ରିଜର୍ଭ ବ୍ୟାଙ୍କର ଡାଟା ସେଣ୍ଟର ଓ ପ୍ରଶିକ୍ଷଣ ସଂସ୍ଥା ଉଦ୍ଘାଟନ  କରି ପ୍ରତ୍ୟାବର୍ତ୍ତନ କରିବେ। ଏହି ପରିପ୍ରେକ୍ଷୀରେ ରାଜ୍ୟସ୍ତରୀୟ ପ୍ରସ୍ତୁତି ବୈଠକ ରାଜ୍ୟ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା…