ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ଗବେଷଣା କେନ୍ଦ୍ର ପାଇଁ ଉଚ୍ଚସ୍ତରୀୟ ବୈଠକ

ଭୁବନେଶ୍ୱର: ବିଶ୍ୱସ୍ତରୀୟ ଶ୍ରୀଜଗନ୍ନାଥ ସଂଗ୍ରହାଳୟ, ପାଠାଗାର ଓ ସଂସ୍କୃତି ଗବେଷଣା କେନ୍ଦ୍ର ପ୍ରତିଷ୍ଠା ଉପରେ ବିଚାର ବିମର୍ଶ କରିବା ପାଇଁ ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ଅଧକ୍ଷତାରେ ଏକ  ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଥିଲା। ଏକ ସମନ୍ୱିତ ରୋଡମ୍ୟାପ୍ ପ୍ରସ୍ତୁତ କରିବା ଉପରେ ବୈଠକରେ ଗୁରୁତ୍ୱ ଦିଆଯାଇଥିଲା ଯାହା ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ପାଇଁ ଉପଯୁକ୍ତ କର୍ତ୍ତୃପକ୍ଷଙ୍କ ନିକଟରେ ଉପସ୍ଥାପନ କରାଯିବ। ସହରାଞ୍ଚଳ ଭିତ୍ତିଭୂମି ବୃଦ୍ଧି ସହ…

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବI ଏଥିସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବI ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ପ୍ରମୁଖ ରାଜ୍ୟ ଗୁଡିକରେ ମନ୍ଦିର ପରିଚାଳନାକୁ ଅନୁଧ୍ୟାନ କରାଯାଇ ଓଡିଶା ଲାଗି ସର୍ବୋତ୍ତମ ନୀତି ପ୍ରଣୟନ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…

ମହିଳା ନେତୃତ୍ୱାଧୀନ ବୟନ ଉଦ୍ୟୋଗକୁ ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ ଭଉଣୀମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ମିଶନ ଶକ୍ତି  ବିଭାଗ ସହ କେନ୍ଦ୍ର ସରକାରଙ୍କ ହସ୍ତତନ୍ତ ବିକାଶ ଆୟୋଗ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ର(weavers’ service centre)ର ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର: ଓଡ଼ିଆ ସାହିତ୍ୟ ଜଗତର ସାରସ୍ୱତ ସାଧିକା ବିଦ୍ୟୁତପ୍ରଭା ଦେବୀଙ୍କ ଜନ୍ମଶତବାର୍ଷିକୀ ଭୁବନେଶ୍ୱର ସ୍ଥିତ ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଓଡ଼ିଶା ସାହିତ୍ୟ ଏକାଡେମୀ ପକ୍ଷରୁ ଏହି ରାଜ୍ୟ ସ୍ତରୀୟ ଜୟନ୍ତୀ ସମାରୋହର ଆୟୋଜନ କରାଯାଇଥିଲା। କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ କହିଥିଲେ ଯେ, ବାଲ୍ୟାବସ୍ଥାରୁ ବିଦ୍ୟୁତପ୍ରଭା ଦେବୀଙ୍କର ସାହିତ୍ୟ ପ୍ରତି ରହିଥିବା…

ଡଃ ମୁଖାର୍ଜୀଙ୍କ ପରି ମହାନ ଜନନାୟକଙ୍କ ପାଇଁ ଏ ଦେଶ ସର୍ବଦା ଗର୍ବିତ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସ୍ଥାନୀୟ ଜୟଦେବ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଡଃ ଶ୍ୟାମପ୍ରସାଦ ମୁଖାର୍ଜୀଙ୍କ ୧୨୫ ତମ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଦିନକୁ ସଂକଳ୍ପ, ଏକ ପ୍ରେରଣା ଏବଂ ଏକ ଜାଗୃତିର ଦିବସ ବୋଲି କହିଥିଲେ। ନିଜ ବକ୍ତବ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେଯେ, ଡଃ ମୁଖାର୍ଜୀଙ୍କ ଜୀବନ ଏହି ଦେଶ ପାଇଁ ଏମିତି ଏକ…

ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର ପ୍ରକଳ୍ପର ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି

ଭୁବନେଶ୍ୱର୍ : ପ୍ରସ୍ତାବିତ ପୁରୀ ଅନ୍ତର୍ଜାତୀୟ ବିମାନବନ୍ଦର-ଓଡ଼ିଶା ସରକାରଙ୍କ ଏକ ପ୍ରମୁଖ ଭିତ୍ତିଭୂମି ପ୍ରକଳ୍ପ-ଅନେକ  ମଞ୍ଜୁରୀ ଏବଂ ନିୟାମକ ମାଇଲଖୁଣ୍ଟ ସହିତ  ଅଗ୍ରଗତି ରେକର୍ଡ କରିଛି ଏବଂ ଏହାର ଉପଲବ୍ଧି ଦିଗରେ ଏହାର ଗତିକୁ ପୁନଃ ନିଶ୍ଚିତ କରିଛି। ସେପ୍ଟେମ୍ବର ୨୨,୨୦୨୩ରେ ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ (ଏମ. ଓ. ସି. ଏ) ଗ୍ରୀନଫିଲ୍ଡ ବିମାନବନ୍ଦର ପାଇଁ ସାଇଟ୍ କ୍ଲିୟରାନ୍ସ ପ୍ରଦାନ କରିବା ପରେ ଉପକୂଳୀୟ ସହର ପୁରୀକୁ ଏକ ଅନ୍ତର୍ଜାତୀୟ ପ୍ରବେଶ ପଥରେ…

ବାଣପୁର ବ୍ଲକର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଘୋଷଣା

ଭୁବନେଶ୍ୱର :  ବାଣପୁର ବ୍ଲକର ନୀଳାଦ୍ରିପ୍ରସାଦ ପଞ୍ଚାୟତର ପୁଞ୍ଜିଆମା ଗ୍ରାମରେ ଥିବା ଷଷ୍ଠ ଶତାବ୍ଦୀର ସ୍ଵପ୍ନେଶ୍ଵର ମହାଦେବ ମନ୍ଦିରକୁ ଏଏସଆଇ ପକ୍ଷରୁ ସଂରକ୍ଷିତ ସ୍ମାରକୀ ଭାବେ ଘୋଷଣା କରାଯାଇଛିI ଓଡିଶାର ଐତିହ୍ୟକୁ ଏହି ବିଶେଷ ଅବଦାନ ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି I ସୂଚନାଯୋଗ୍ୟ କି ଶୈଳୋଭବଙ୍କ ସାମ୍ରାଜ୍ୟ ଅର୍ଥାତ ଷଷ୍ଠ…

“ଶବରୀ ଭବନ ଆଦିବାସୀ ଯୁବ ଓ ନେତୃତ୍ୱର ଉଦୟ ପାଇଁ ଏକ ମଞ୍ଚ ହେବ ”

ଭୁବନେଶ୍ୱର: ଶବରୀ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ଭୁବନେଶ୍ୱରସ୍ଥ IRC Village ଠାରେ କୋରାପୁଟ, ରାୟଗଡା, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲା ନିମନ୍ତେ “ଶବରୀ ସାଂସ୍କୃତିକ ଭବନ” କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିବା ସହିତ ଏହି ସ୍ୱଳ୍ପ ରହଣି ସ୍ଥାନର ଉନ୍ନତିକରଣ ପାଇଁ ୨ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି। ଏଥିସହିତ, ଏହି ଶବରୀ ଭବନର ସମସ୍ତ ଆବଶ୍ୟକୀୟ ନିର୍ମାଣ ପାଇଁ ସମସ୍ତ ସୁବିଧା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ…

ବାହୁଡା ଯାତ୍ରା ଏବଂ ସୁନାବେଶ ପାଇଁ ରେଳ ସୁରକ୍ଷା ସମ୍ବନ୍ଧୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଶ୍ରୀଜଗନ୍ନାଥଙ୍କ ବାହୁଡା ଯାତ୍ରା ଏବଂ ସୁନାବେଶରେ ବିପୁଳ ଭକ୍ତସମାବେଶକୁ ଦୃଷ୍ଟିରେ ରଖି ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସତ୍ୟବ୍ରତ ସାହୁ ପୂର୍ବତଟ ରେଳପଥ, ଭୁବନେଶ୍ୱରର ମହାପ୍ରବନ୍ଧକଙ୍କ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡକାଇ ପୁରୀ ରେଳ ଷ୍ଟେସନରେ ଭିଡ଼ ପରିଚାଳନା ଏବଂ ଯାତ୍ରୀ ସୁରକ୍ଷା ପ୍ରୋଟୋକଲର ସମୀକ୍ଷା କରିଛନ୍ତି। ଡିଜିପି, ଏଡିଜି ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ ବୈଠକରେ ପୁରୀରେ ଆସିବାକୁ ଥିବା ଲକ୍ଷ ଲକ୍ଷ ଭକ୍ତଙ୍କ ସୁରକ୍ଷା…

ଭକ୍ତି ଓ ଆଧ୍ୟାତ୍ମିକ ଭରା ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି ୨୦୨୫’ର ଦ୍ୱିତୀୟ ସଂଧ୍ୟା

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ଆୟୋଜିତ ଓ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଦ୍ୱାରା ନିବେଦିତ ଶ୍ରୀ ଜଗନ୍ନାଥ ଭକ୍ତି ସଙ୍ଗୀତ ସମାରୋହ‘ଗୁହାରି ୨୦୨୫’ର ଆଜି ଥିଲା ଦ୍ୱିତୀୟ ସଂଧ୍ୟା। ଶ୍ରୀ ମନ୍ଦିରରୁ ତିନି ଗୋଟି ରଥ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଓ ଶ୍ରୀ ଗୁଣ୍ଡିଚା ମନ୍ଦିରରୁ ବାହାରି ଶ୍ରୀମନ୍ଦିର ଯାତ୍ରା ଅତୀବ ରହସ୍ୟମୟ। ଅଗଣିତ ବିଶ୍ୱବାସୀଙ୍କ ଆଶା ଓ ଆକାଂକ୍ଷା ଏବଂ ଉଦ୍ଦୀପନାର ଏ ଯାତ୍ରା,…