ବିଶ୍ୱ ସଙ୍ଗୀତ ଦିବସ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ବିଶ୍ୱ ସଙ୍ଗୀତ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ କାର୍ତ୍ତିକ ଚନ୍ଦ୍ର ସାହୁ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ କଣ୍ଠ ସଙ୍ଗୀତ, ଯାମିନୀ ରଞ୍ଜନ ଦାଶ ଓ ସାଥୀଙ୍କ ଦ୍ୱାରା ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ, ବାସୁଦେବ ସ୍ୱାଇଁଙ୍କ ଦ୍ୱାରା ବାଦ୍ୟଯନ୍ତ୍ର ଏବଂ ଦେବେନ୍ଦ୍ରନାଥ ଦାଶ ଓ ସାଥୀଙ୍କ ଦ୍ୱାରା ଦାସକାଠିଆ ପରିବେଷଣ…

ଉପମୁଖ୍ୟମନ୍ତ୍ରୀ ଓ ସଂସ୍କୃତି ମନ୍ତ୍ରୀଙ୍କୁ ସାକ୍ଷାତ କଲେ ଅଭିନେତ୍ରୀ ନନ୍ଦିତା ଦାସ

ଭୁବନେଶ୍ୱର: ଲୋକସେବା ଭବନରେ ଅଭିନେତ୍ରୀ ଏବଂ ଚଳଚ୍ଚିତ୍ର ନିର୍ମାତା ନନ୍ଦିତା ଦାସ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାର ସମୟରେ ଉଚ୍ଚଶିକ୍ଷା, କ୍ରୀଡା ଓ ଯୁବ ସେବା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମଧ୍ୟ ଉପସ୍ଥିତ ଥିଲେ। ଓଡ଼ିଶାର କଳା, ସଂସ୍କୃତିକୁ ବିଶ୍ୱବିଦିତ କରାଇବା ଓ ଓଡିଶା ମାଟିକୁ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ…

ଶ୍ରୀଲିଙ୍ଗରାଜ ମହାପ୍ରଭୁଙ୍କ ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସର ସମୀକ୍ଷା ପାଇଁ ଦୁଇ ସଦସ୍ୟବିଶିଷ୍ଟ ସମିତି ଗଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଲିଙ୍ଗରାଜ ମନ୍ଦିରରେ ନିଯୁକ୍ତ ବିଭିନ୍ନ ନିଯୋଗମାନଙ୍କ ଦ୍ୱାରା କରାଯାଉଥିବା ସେବାପୂଜା ସମ୍ପର୍କିତ ରେକର୍ଡ ଅଫ୍‌ ରାଇଟ୍ସ (Rଞ୍ଚR)ର ସମୀକ୍ଷା କରିବା ସହ ଅନ୍ତିମ ରୂପ ଦେବା ପାଇଁ ରାଜ୍ୟ ସରକାର, ଓଡ଼ିଶା ଉଚ୍ଚ ନ୍ୟାୟଳୟର ଅବସରପ୍ରାପ୍ତ ନ୍ୟାୟମୂର୍ତ୍ତି ଡଃ. ଦୁର୍ଗା ପ୍ରସନ୍ନ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଏକ ଦୁଇ-ସଦସ୍ୟ ବିଶିଷ୍ଟ ସମିତି ଗଠନ କରିଛନ୍ତି। ଏହି ସମିତିର ଗଠନ ସନ୍ଦର୍ଭରେ ବିଧି ବିଭାଗର ପତ୍ର ସଂଖ୍ୟା ୭୭୧୪/ଏଲ୍‌ ତାରିଖ ୦୮.୦୫.୨୦୨୫ ମାଧ୍ୟମରେ ବିଜ୍ଞପ୍ତି ଜାରି କରାଯାଇଅଛି…

ଶ୍ରାଦ୍ଧଦିବସରେ ଶହୀଦ ବିର୍ସା ମୁଣ୍ଡାଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ଊନବିଂଶ ଶତାବ୍ଦୀର ଶେଷଭାଗରେ ଭାରତର ପୂର୍ବାଞ୍ଚଳ ଘଞ୍ଚ ଜଙ୍ଗଲ ମଧ୍ୟରେ ଯେଉଁ ବିପ୍ଳବର ସ୍ୱର ଝଙ୍କୃତ ହୋଇଥିଲା ତାହା ହିଁ ଥିଲା ବି୍ରଟିଶ ରାଜ ପ୍ରତିଷ୍ଠା ବିରୁଦ୍ଧରେ ପ୍ରତିବାଦର ସ୍ୱର। ଏହି ଆନ୍ଦୋଳନର ମୁଖ୍ୟ ସୂତ୍ରଧର ମହାନ ବିପ୍ଳବୀ ବିର୍ସା ମୁଣ୍ଡା ୧୮୭୫ ମସିହା ନଭେମ୍ବର ୧୫ ତାରିଖ ଦିନ ଜନ୍ମ ଗ୍ରହଣ କରିଥିଲେ।  ବି୍ରଟିଶ ଶାସନର ଦାସତ୍ୱରୁ ମୁକ୍ତି ପାଇବା ନିମନ୍ତେ ବିପ୍ଳବୀ ବିର୍ସା ମୁଣ୍ଡାମାନଙ୍କୁ ସଂଗଠିତ କରିବା ନିମନ୍ତେ କାର୍ଯ୍ୟ ଆରମ୍ଭ କଲେ।…

‘ଡିଜାଇନରମାନେ ସଂସ୍କୃତି, ପରିଚୟ ଏବଂ ପ୍ରଗତିର କାହାଣୀକାର, ଉଦ୍ଭାବକ ଏବଂ ଧ୍ୱଜାବାହକ’

ଭୁବନେଶ୍ୱର: ଫ୍ୟାସନ କପଡା ଏବଂ ସୂତା ଅପେକ୍ଷା ଅଧିକ। ଏହା ସଂସ୍କୃତି, ପରିଚୟ ଏବଂ ପ୍ରଗତିର ଭାଷା ବୋଲି ରାଜ୍ୟପାଳ ଡ଼ଃ ହରି ବାବୁ କମ୍ଭମପାଟି  କହିଛନ୍ତି। ଚଳିତ ଜୁନ ୬ ତାରିଖ ସନ୍ଧ୍ୟାରେ ଭୁବନେଶ୍ୱରରେ ନ୍ୟାସନାଲ ଇନଷ୍ଟିଚ୍ୟୁଟ ଅଫ୍ ଫ୍ୟାସନ ଟେକ୍ନୋଲୋଜି (ନିଫ୍ଟ) ଆନୁକୂଲ୍ୟରେ ଆୟୋଜିତ ଗ୍ରାଜୁଏସନ୍ ସୋ– ୨୦୨୫ ରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଜ୍ୟପାଳ ଏହା କହିଛନ୍ତି । ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ ଡିଜାଇନରମାନେ…

ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ ହେଲା ମଲବେରୀ ରେଶମ କୋଷାରୁ ପ୍ରସ୍ତୁତ ବାସୁଙ୍ଗା ପାଟ

ଭୁବନେଶ୍ୱର: ସ୍ଥାନୀୟ ଶହୀଦ ନଗରସ୍ଥିତ ଓଡିଶା ସମବାୟ ଟସର ଓ ରେଶମ ମହାସଂଘ (ସେରିଫେଡ୍) କାର୍ଯ୍ୟାଳୟ ପରିସରରୁ ୩୫୦ କିଲୋଗ୍ରାମ ବାସୁଙ୍ଗା ପାଟ ପୁରୀ ଶ୍ରୀମନ୍ଦିର ପ୍ରଶାସନକୁ ଆଜି ପ୍ରେରଣ କରାଯାଇଛି। ଏହି ପବିତ୍ର କାର୍ଯ୍ୟକୁ ମାନ୍ୟବର ମନ୍ତ୍ରୀ, ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ପତାକା ଦେଖାଇ ପ୍ରେରଣ କରିଥିଲେ। ଶ୍ରୀମନ୍ଦିର ପ୍ରଶାସନକୁ ପ୍ରେରଣ କରିବା ପୂର୍ବରୁ ମାନ୍ୟବର ମନ୍ତ୍ରୀ ଓ ବିଭାଗୀୟ ଅଧିକାରୀମାନେ ଧୂପ, ଦୀପ, ପୁଷ୍ପାଦି ପ୍ରଦାନ…

ଭିଏତନାମରେ ଐତିହାସିକ ମାଇ ସନ୍ ମନ୍ଦିରରେ ଓଡିଶାର ରାଜ୍ୟପାଳ

ଭୁବନେଶ୍ୱର: ଭାରତରୁ ଭିଏତନାମ ନିଆଯାଇଥିବା ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷ ଆଣିବା ପାଇଁ ଏବେ ଭିଏତନାମରେ ଥିବା ଓଡିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ରବିବାର ଦିନ କ୍ୱାଙ୍ଗ୍ ନାମ୍ ପ୍ରଦେଶର ପ୍ରସିଦ୍ଧ ମାଇ ସନ୍ ମନ୍ଦିର ପରିସର ପରିଦର୍ଶନ କରିଥିଲେ । ଏହି ୟୁନେସ୍କୋ ବିଶ୍ୱ ଐତିହ୍ୟ ସ୍ଥଳକୁ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ସହାୟତାରେ ପୁନରୁଦ୍ଧାର କରାଯାଉଥିବା ବେଳେ ରାଜ୍ୟପାଳଙ୍କ ପରିଦର୍ଶନ ଗୁରୁତ୍ୱ ବହନ କରୁଛି । ମାଇ ସନ୍ ଭିଏତନାମର ସବୁଠାରୁ…

ଓଡ଼ିଶା ବିଧାନସଭାର ସଂକ୍ଷିପ୍ତ ଇତିହାସ ପୁସ୍ତକ ଉନ୍ମୋଚିତ

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଗବେଷଣା ଶାଖା ପକ୍ଷରୁ ପ୍ରକାଶିତ “A Brief History of Odisha Legislative Assembly”ପୁସ୍ତକ ଉନ୍ମୋଚିତ ହୋଇଯାଇଛି । ପୁସ୍ତକଟିକୁ ଆନୁଷ୍ଠାନିକ ଭାବେ ଉନ୍ମୋଚନ କରି ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ କହିଲେ ଯେ ଆମ ସମସ୍ତଙ୍କ ପାଇଁ ଏହି ପୁସ୍ତକ ପ୍ରକାଶନର ଯଥାର୍ଥତା ରହିଛି । ଏହି ପୁସ୍ତକ ଲୋକପ୍ରତିନିଧିଙ୍କଠାରୁ ଆରମ୍ଭ କରି ଗବେଷକ, ବୁଦ୍ଧିଜୀବୀ, ବିଦ୍ୟାର୍ଥୀ ତଥା ସାଧାରଣ ଜନତାଙ୍କ ପାଇଁ ନିଶ୍ଚିତ ଭାବେ ଉପାଦେୟ ହୋଇପାରିବ ବୋଲି ବାଚସ୍ପତି…

ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଳାତ୍ମକତା, ସୃଜନଶୀଳତା ଓ ସାଂସ୍କୃତିକ ଐତିହ୍ୟ ପ୍ରତି ଶ୍ରଦ୍ଧାର ମୂଲ୍ୟବୋଧକୁ ବଜାୟ ରଖନ୍ତୁ- ରାଜ୍ୟପାଳ:

ଭୁବନେଶ୍ୱର : ଓଡ଼ିଶାର ଗର୍ବ ଓ ଗୌରବ ସଂଗୀତ ସୁଧାକର ବାଳକୃଷ୍ଣ ଦାଶଙ୍କ କଳାତ୍ମକତା, ସୃଜନଶୀଳତା ଓ ସାଂସ୍କୃତିକ ଐତିହ୍ୟ ପ୍ରତି ଶ୍ରଦ୍ଧାର ମୂଲ୍ୟବୋଧକୁ ବଜାୟ ରଖିବାକୁ ଡ଼. ହରି ବାବୁ କମ୍ଭମପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୬ ତାରିଖ ସନ୍ଧ୍ୟାରେ “ସଂଗୀତ ସୁଧାକର ବାଳକୃଷ୍ଣ ଦାଶ ଫାଉଣ୍ଡେସନ” ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ରବୀନ୍ଦ୍ର ମଣ୍ଡପଠାରେ ଫାଉଣ୍ଡେସନର ବାର୍ଷିକ ଉତ୍ସବ ଏବଂ ସଂଗୀତ  ସୁଧାକର ବାଳକୃଷ୍ଣ ଦାଶଙ୍କ ଜୟନ୍ତୀ ପାଳନ ଅବସରରେ ମୁଖ୍ୟ ଅତିଥି…

ଭାରତୀୟ ସାଂସ୍କୃତିକ ଐତିହ୍ୟ ଉପରେ ତୃତୀୟ ଅନ୍ତର୍ଜାତୀୟ ସମ୍ମିଳନୀ ଉଦଯାପିତ

ଭୁବନେଶ୍ୱର : ଅତୀତ କେବଳ ଇତିହାସ ନୁହେଁ, ବରଂ ଆଧୁନିକ ବିଶ୍ୱ ସମସ୍ୟାର ମୁକାବିଲା ପାଇଁ ପ୍ରେରଣା ଦିଏ ବୋଲି ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି କହିଛନ୍ତି । ଚଳିତ ମଇ ୨୫ ତାରିଖ ଦିନ ଭୁବନେଶ୍ୱର ଠାରେ ଓଡିଶା ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, ଉତ୍କଳ ବିଶ୍ୱବିଦ୍ୟାଳୟର ଇନଷ୍ଟିଚ୍ୟୁଟ୍ ଅଫ୍ ମିଡ଼ିଆ ଷ୍ଟଡ଼ିଜର ମିଳିତ ଆନୁକୂଲ୍ୟରେ “କଳିଙ୍ଗ ଏବଂ ଦକ୍ଷିଣ-ପୂର୍ବ ଏସିଆ – ସଭ୍ୟତା ସଂଯୋଗ” ଶୀର୍ଷକ ସମ୍ପର୍କିତ ଭାରତୀୟ…