ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫ ପାଳନ ପ୍ରସ୍ତୁତି ବୈଠକ
ଭୁବନେଶ୍ୱର: ଚଳିତ ବର୍ଷ ୭୯ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବେ ଓ ସମ୍ମିଳିତ ପ୍ୟାରେଡ୍ରେ ଅଭିବାଦନ ଗ୍ରହଣ କରିବେ। ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୫ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ମୁଖ୍ୟ ଶାସନ ସଚିବ, ସୂଚନା ଓ ଲୋକସମ୍ପର୍କ ବିଭାଗ ହେମନ୍ତ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ…
