୪୦ ରୁ ୮୦ ବର୍ଷ କଳାକାରଙ୍କ ଭତ୍ତା ୩୦୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର/କେନ୍ଦୁଝର : ରାଜ୍ୟର ପାରମ୍ପରିକ କଳାକାରଙ୍କ ପାଇଁ ଖୁସିର ଖବର। ୨୦୨୫ ଶେଷ ହୋଇ ୨୦୨୬ ଆରମ୍ଭ ହେଉଥିବା ସମୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାକାର ମାନଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କେନ୍ଦୁଝରର ପାର୍କଲେନ ଠାରେ ଆୟୋଜିତ ୪୮ ତମ ରାଜ୍ୟସ୍ତରୀୟ ପାଲା ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହାଦ୍ବାରା ରାଜ୍ୟ କଳାକାର ଓ ସେମାନଙ୍କ ପରିବାର ବର୍ଗଙ୍କ ମଧ୍ୟରେ ଖୁସି ଓ ଆନନ୍ଦର ପରିବେଶ ସୃଷ୍ଟି ହୋଇଛି। ଓଡ଼ିଆ ଅସ୍ମିତାର ସୁରକ୍ଷା ଓ…


