ଜୟନ୍ତୀରେ ମହାନ ବିପ୍ଳବୀ ଶହୀଦ ଜୟୀ ରାଜଗୁରୁଙ୍କୁ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର: ପବିତ୍ର ଓଡ଼ିଶା ମାଟି ଅନେକ ବୀର ପୁରୁଷଙ୍କୁ ଜନ୍ମ ଦେଇଛି। ଦେଶ ପ୍ରେମରେ ଜୀବନକୁ ଆଲୋକରେ ଉଦ୍ଭାସିତ କରିଥିବା, ଚିନ୍ତାର ଉଚ୍ଚତମ ଶୃଙ୍ଗକୁ ସ୍ପର୍ଶ କରିଥିବା, ଦୃଢ଼ ସଂକଳ୍ପର ପରିଚୟ ଦେଇଥିବା ସେହିପରି ଜଣେ ପ୍ରଜ୍ଞାଦୀପ୍ତ ବ୍ୟକ୍ତିତ୍ୱ ଥିଲେ ବିପ୍ଳବୀ ଜୟୀ ରାଜଗୁରୁl ସେ ଥିଲେ ବେଦ, ଶାସ୍ତ୍ର, ନୀତି, ଅସ୍ତ୍ର-ଶସ୍ତ୍ର ଓ ରାଜନୀତିରେ ନିପୁଣ, ଖୋର୍ଦ୍ଧା ଗଡ଼ ରାଜା ମୁକୁନ୍ଦ ଦେବଙ୍କ ରାଜଗୁରୁ। ସାରା ଦେଶ ଯେତେବେଳେ ଇଂରେଜମାନଙ୍କ ଅଧୀନକୁ ଆସି ଯାଇଥିଲା, ସେତେବେଳେ ଏହି…

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ

କଟକ : କଟକସ୍ଥିତ ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ସର୍ଦ୍ଦାର ବଲ୍ଲଭଭାଇ ପଟେଲଙ୍କ 150 ତମ ଜନ୍ମ ଜୟନ୍ତୀ ଅବସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ ହୋଇଯାଇଛି। ଏହି ଅବସରରେ ଆରକ୍ଷୀ ମହାନିର୍ଦ୍ଦେଶକ (କ୍ରାଇମ ବ୍ରାଞ୍ଚ) ବିନୟତୋଷ ମିଶ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ମହାପୁରୁଷ ସର୍ଦ୍ଦାର ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସମ୍ମିଳିତ ପ୍ୟାରେଡରେ ଅଭିବାଦନ ଗ୍ରହଣ କରିଥିଲେ। ରାଷ୍ଟ୍ରର ଏକତା, ଅଖଣ୍ଡତା, ସୁରକ୍ଷା ତଥା ଦେଶର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ…

“ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି”

ଭୁବନେଶ୍ୱର: ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ୧୫୦ ତମ ଜୟନ୍ତୀ ତଥା ରାଷ୍ଟ୍ରୀୟ ଏକତା ଦିବସ ଅବସରରେ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡିଅମ ଠାରେ ଆୟୋଜିତ ଏକତା ଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏକତା, ଭାଇଚାରା ଓ ଦେଶପ୍ରେମ ଆମ ବିକଶିତ ଭାରତର ଶକ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଭିନ୍ନତାରେ ଏକତା ହେଉଛି ଭାରତର ଆତ୍ମା ଓ ଶକ୍ତି। ଜାତି, ଧର୍ମ,…

ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୮ତମ ସଂସ୍କୃତି ଚର୍ଚ୍ଚା

ଭୁବନେଶ୍ୱର : ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୮୮ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। କାର୍ଯ୍ୟକ୍ରମରେ “ନୌବାଣିଜ୍ୟ, ବାଲିଯାତ୍ରା ଏବଂ ଓଡ଼ିଆ ଅସ୍ମିତା” ଶୀର୍ଷକ ଉପରେ ଆଲୋଚନା କରାଯାଇଥିଲା। ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମରେ ଉତ୍କଳ ସଂସ୍କୃତି ବିଶ୍ୱ ବିଦ୍ୟାଳୟର ପ୍ରାକ୍ତନ କୁଳପତି ପ୍ରଫେସର ଅମିୟ କୁମାର ପଟ୍ଟନାୟକ ମୁଖ୍ୟବକ୍ତା ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ସେ ଓଡ଼ିଶାର ସମୃଦ୍ଧ ନୌବାଣିଜ୍ୟ ପରମ୍ପରା ଉପରେ ବିସ୍ତୃତ ଭାବରେ ଆଲୋଚନା କରିଥିଲେ। ଏଥିସହ ବାଲିଯାତ୍ରା ଆମ ଓଡ଼ିଆ ସଂସ୍କୃତିକୁ ଜାତୀୟ…

ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ବିଭିନ୍ନ ରାଜ୍ୟର ଉତ୍ପାଦ

ଭୁବନେଶ୍ୱର : ନଭେମ୍ବର ପହିଲାରୁ ୧୨ ତାରିଖ ପର୍ଯ୍ୟନ୍ତ ସୁଭଦ୍ରା ଶକ୍ତି ମେଳା ଇଡ଼କୋ ପ୍ରଦର୍ଶନୀ ପଡିଆରେ ଆୟୋଜିତ ହେଉଛି । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସ୍ଥାନୀୟ ମିଶନ ଶକ୍ତି ଭବନରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗାଁ ଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ, ନାରୀମାନେ ଆଜି ପ୍ରତ୍ୟେକ କ୍ଷେତ୍ରରେ ନିଜ ସାମର୍ଥ୍ୟ, ସୃଜନଶୀଳତା ଓ ଉଦ୍ୟୋଗୀତାର ପରିଚୟ ଦେଉଛନ୍ତି। ଏହି ଅପ୍ରତିମ ନାରୀ ଶକ୍ତିକୁ…

ଇଣ୍ଡିଆ ମେରିଟାଇମ୍ ସପ୍ତାହ 2025ରେ ‘ଐତିହ୍ୟ ଏବଂ ଆଶାର ଯାତ୍ରା’ ଶ୍ରେଷ୍ଠ ଷ୍ଟଲ୍ ପୁରସ୍କାର

ମୁମ୍ବାଇ : ପୂର୍ବ ଭାରତର ସାମୁଦ୍ରିକ ପ୍ରବେଶ ଦ୍ୱାର, ଓଡ଼ିଶା ପୁଣି ଥରେ ଏକ ଜାତୀୟ ମଞ୍ଚରେ ଏହାର ସାମୁଦ୍ରିକ ଶକ୍ତି, ନବସୃଜନ ଏବଂ ସାଂସ୍କୃତିକ ଗଭୀରତା ପ୍ରଦର୍ଶନ କରିଛି। ମୁମ୍ବାଇରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ସପ୍ତାହ (IMW) 2025ରେ ଓଡ଼ିଶା ରାଜ୍ୟ ଷ୍ଟଲ୍ ଏହାର ସୃଜନଶୀଳ ଡିଜାଇନ୍, ଆକର୍ଷଣୀୟ ବିଷୟବସ୍ତୁ ଏବଂ ରାଜ୍ୟର ସାମୁଦ୍ରିକ ଐତିହ୍ୟ ଏବଂ ଭବିଷ୍ୟତ ଦୃଷ୍ଟିକୋଣର ଦୂରଦୃଷ୍ଟିପୂର୍ଣ୍ଣ ଉପସ୍ଥାପନାକୁ ସ୍ୱୀକୃତି ଦେଇ ଶ୍ରେଷ୍ଠ ଷ୍ଟଲ୍ ମଧ୍ୟରୁ ଗୋଟିଏ ଭାବରେ ବିବେଚିତ ହୋଇଛି।…

ଜାତୀୟ ଜଳପଥ-୫ ଏବଂ ୬୪ର ବିକାଶ ଏବଂ କାର୍ଯ୍ୟକ୍ଷମ ପାଇଁ ବୁଝାମଣାପତ୍ର ସ୍ୱାକ୍ଷରିତ

ମୁମ୍ବାଇ : ଭାରତୀୟ ଆଭ୍ୟନ୍ତରୀଣ ଜଳପଥ ପ୍ରାଧିକରଣ (IWAI), ଓଡ଼ିଶା ସରକାର, ପାରାଦୀପ ବନ୍ଦର ପ୍ରାଧିକରଣ (PPA) ଏବଂ ମହାନଦୀ କୋଲଫିଲ୍ଡସ୍ ଲିମିଟେଡ୍ (MCL) ମଧ୍ୟରେ ମୁମ୍ବାଇର NESCO ଗ୍ରାଉଣ୍ଡରେ ଅନୁଷ୍ଠିତ ଇଣ୍ଡିଆ ମେରିଟାଇମ୍ ୨୦୨୫ ସମୟରେ ଜାତୀୟ ଜଳପଥ-୫ (NW–୫) ଏବଂ ଜାତୀୟ ଜଳପଥ-୬୪ (NW–୬୪) ର ବିକାଶ ଏବଂ କାର୍ଯ୍ୟକ୍ଷମତା ପାଇଁ ଏକ ଐତିହାସିକ ବୁଝାମଣାପତ୍ର (MoU) ସ୍ୱାକ୍ଷରିତ ହୋଇ ଯାଇଛି। ସ୍ଥାୟୀ ମାଲ ପରିବହନ ଏବଂ ଆଞ୍ଚଳିକ ଆର୍ଥିକ ଅଭିବୃଦ୍ଧି ପାଇଁ ଓଡ଼ିଶାର…

ନିରନ୍ତର ବାଣିଜ୍ୟ ଅଭିବୃଦ୍ଧିର ଚାବିକାଠି ଭାବେ ଜଳପଥର ପ୍ରଦର୍ଶନ କଲା ଓଡ଼ିଶା

ମୁମ୍ବାଇ : ଏଠାରେ ଆୟୋଜିତ ସାମୁଦ୍ରିକ ସପ୍ତାହ ୨୦୨୫ରେ ଓଡ଼ିଶା ସରକାର ସ୍ଥାୟୀ ଏବଂ ସମନ୍ୱିତ ପରିବହନ ବିକାଶ ପାଇଁ ନିଜର ଦୂରଦୃଷ୍ଟିସମ୍ପନ୍ନ ଦୃଷ୍ଟିକୋଣ ଉପସ୍ଥାପନ କରିଥିଲେ। “ନେଭିଗେଟିଙ୍ଗ ଗ୍ରୋଥ: ଇନଲାଣ୍ଡ ୱାଟରୱେଜ୍ ଇନ୍ ଦ ଫ୍ରଣ୍ଟ ଅଫ୍ ଫ୍ୟୁଚର ଟ୍ରାନ୍ସପୋର୍ଟ ଆଣ୍ଡ ଲଜିଷ୍ଟିକ୍ସ” ଉପରେ ଏକ ଉଚ୍ଚସ୍ତରୀୟ ପ୍ୟାନେଲ ଆଲୋଚନାରେ ଅଂଶଗ୍ରହଣ କରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀ ଆଭ୍ୟନ୍ତରୀଣ ଏବଂ…

ମାରିଟାଇମ ସପ୍ତାହ ୨୦୨୫: ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା ପ୍ରଦର୍ଶିତ

ମୁମ୍ବାଇ :  ମୁମ୍ବାଇ ନେସ୍କୋ ଗ୍ରାଉଣ୍ଡରେ ଆୟୋଜିତ ମାରିଟାଇମ ସପ୍ତାହ ୨୦୨୫ ଅବସରରେ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ଓଡିଶାର ଗୌରବୋଜ୍ଜଳ ନୌବାଣିଜ୍ୟ ପରମ୍ପରା ଉପରେ ଆଧାରିତ ଏକ ଷ୍ଟଲ୍ ଖୋଲାଯାଇଛିl ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିଛି I ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଯେ ଓଡ଼ିଶା ପାଭିଲିୟନ୍ ପରିଦର୍ଶନ କଲି ଏବଂ ରାଜ୍ୟର ଉଲ୍ଲେଖନୀୟ ସାମୁଦ୍ରିକ ଯାତ୍ରାକୁ ପ୍ରଦର୍ଶିତ କରୁଥିବା ଏକ…

ରାଜ୍ୟସ୍ତରୀୟ କଳା ଉତ୍ସବ ୨୦୨୫

ଭୁବନେଶ୍ୱର: ରାଜ୍ୟସ୍ତରୀୟ କଳା ଉତ୍ସବ-୨୦୨୫ ବୁଧବାର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, ୟୁନିଟ୍‌-୬, ଭୁବନେଶ୍ୱର ପରିସରରେ ଉଦଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଓସେପା, ଅନନ୍ୟା ଦାସ‌ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଓଡ଼ିଶାର ବିଭିନ୍ନ ଜୋନରୁ ଆସିଥିବା କୃତୀ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିବା ସହିତ କଳା କ୍ଷେତ୍ରରେ ଓଡ଼ିଶାର ଅବଦାନ ସବୁବେଳେ ଅନନ୍ୟ ବୋଲି ମତବ୍ୟକ୍ତ କରିଛନ୍ତି। ଛାତ୍ରଛାତ୍ରୀମାନେ ଭିତରେ ଲୁଚିରହିଥିବା ଅନ୍ତର୍ନିହିତ ଗୁଣାବଳୀର ପ୍ରକାଶ ପାଇଁ ଏହି କାର୍ଯ୍ୟକ୍ରମ ଏକ…