ଅଗଷ୍ଟ ୭ରୁ ୨୧ ପର୍ଯ୍ୟନ୍ତ ସମସ୍ତ ପୌରାଞ୍ଚଳରେ ଗରିମା ଜନସଚେତନତା ଓ ଆଇନ ପ୍ରବର୍ତ୍ତନ କାର୍ଯ୍ୟକ୍ରମ

ଭୁବନେଶ୍ୱର : ସ୍ୱଚ୍ଛତା କର୍ମଚାରୀଙ୍କ ମର୍ଯ୍ୟାଦା, ସୁରକ୍ଷା, ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସମସ୍ତ ପୌରାଞ୍ଚଳରେ ୧୫ ଦିନିଆ ରାଜ୍ୟବ୍ୟାପୀ ସୂଚନା, ଶିକ୍ଷା ଓ ଯୋଗାଯୋଗ  ଅଭିଯାନ ‘ଆଇନଗତ ସଫେଇ, ସୁରକ୍ଷିତ ସଫେଇ’ଆରମ୍ଭ ହୋଇଛି। ଅଗଷ୍ଟ ୭ ରୁ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଭିଯାନ ଅଗଷ୍ଟ ୨୨ ତାରିଖରେ ଭୁବନେଶ୍ୱର ଲୋକସେବା ଭବନସ୍ଥିତ ରାଜ୍ୟ ସମ୍ମିଳନୀ କେନ୍ଦ୍ରରେ ଆୟୋଜିତ…

ସିଧାସଳଖ ଡିବିଟି ମାଧ୍ୟମରେ ଲଗାଣ ବର୍ଷା ଓ ବନ୍ୟା କ୍ଷତିଗ୍ରସ୍ତଙ୍କୁ କ୍ଷତିପୂରଣ ପ୍ରଦାନ ନିର୍ଦ୍ଦେଶ

ଭୁବନେଶ୍ୱର: ଲୋକସେବା ଭବନଠାରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ବନ୍ୟା କ୍ଷୟକ୍ଷତି ଆକଳନ ସମ୍ପର୍କରେ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଏବଂ ଜିଲ୍ଲାପାଳମାନଙ୍କ ସହ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଆଲୋଚନା କରିଛନ୍ତିl କ୍ଷୟକ୍ଷତି ଆକଳନ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଥିବା ବେଳେ ପ୍ରାୟ ପ୍ରଭାବିତ ଜିଲ୍ଲାମାନଙ୍କର ରିପୋର୍ଟ ଇତିମଧ୍ୟରେ ରାଜ୍ୟସରକାରଙ୍କ ହସ୍ତଗତ ହୋଇଛି; ତେବେ କିଛି ଜିଲ୍ଲାରେ ସମ୍ପୂର୍ଣ୍ଣ ରୂପେ ବନ୍ୟାଜଳ ପ୍ରଭାବ ହ୍ରାସ ହୋଇନଥିବାରୁ ପରିସ୍ଥିତିରେ ସୁଧାର ଆସିବା ପରେ ଯଥାଶୀଘ୍ର…

ସ୍ୱୟଂ ସହାୟିକା ଗୋଷ୍ଠୀ ଗ୍ରାମୀଣ ଅର୍ଥନୀତିର ଏକ ସୁଦୃଢ଼ ଭିତ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର: ମିଶନ ଶକ୍ତି ବିଭାଗ  ପକ୍ଷରୁ ଭୁବନେଶ୍ୱରସ୍ଥିତ କୃଷି ଶିକ୍ଷା ସଦନ, ଓ.ୟୁ.ଏ.ଟିଠାରେ ଏକ ଦିବସୀୟ ରାଜ୍ୟସ୍ତରୀୟ ଆଲୋଚନାଚକ୍ର-ସହ-ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗଦେଇ କହିଥିଲେ ଯେ, ସ୍ୱୟଂ ସହାୟିକା ଗୋଷ୍ଠୀଗୁଡ଼ିକ କେବଳ ମହିଳାଙ୍କ ଆର୍ଥିକ ସଶକ୍ତିକରଣର ମାଧ୍ୟମ ନୁହେଁ, ବରଂ ଗ୍ରାମୀଣ ଅର୍ଥନୀତିର ଏକ ସୁଦୃଢ଼ ଭିତ୍ତି। ମହିଳା ପରିଚାଳିତ ଉଦ୍ୟୋଗଗୁଡ଼ିକର ଗୁଣାତ୍ମକ ବିକାଶ, ବଜାର ସଂଯୋଗ, ଦକ୍ଷତା ବିକାଶ ଓ ପ୍ରଯୁକ୍ତିର ବ୍ୟବହାର…

ରାଜ୍ୟର ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ବୃଦ୍ଧି ବ୍ୟବସ୍ଥା ଆଗକୁ ବଢ଼ାଇବା ପାଇଁ ଏକ ମିଳିତ ପ୍ରତିବଦ୍ଧତା ପ୍ରସଙ୍ଗରେ ଆଲୋଚନା

ଭୁବନେଶ୍ୱର: ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ତଥା ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରାଜ୍ୟରେ ଥିବା କେନ୍ଦ୍ର ସରକାରଙ୍କ ପ୍ରମୁଖ ଅନୁଷ୍ଠାନ ଗୁଡିକର ମୁଖ୍ୟଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ରାଜ୍ୟ ଅତିଥି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ଆଲୋଚନାରେ ନାଇଜର, ଆଇଏଲଏସ, ଆଇଆଇଟି,ଆଇଏମଏମଟି, ଆରଏମଆରସି  ଭଳି ପ୍ରତିଷ୍ଠିତ ସଂସ୍ଥାର ଅଧିକାରୀ ମାନେ ଯୋଗ ଦେଇଥିଲେ। ଉକ୍ତ ବୈଠକରେ ଅନୁଷ୍ଠାନ ମୁଖ୍ୟମାନେ ନିଜ ନିଜ ଅନୁଷ୍ଠାନର ପ୍ରମୁଖ…

ଯାତ୍ରୀଙ୍କୁ ପ୍ରତି ୫୦ କିଲୋମିଟରରେ ମିଳିବ ସମସ୍ତ ସୁବିଧା

ଭୁବନେଶ୍ୱର: ରାଜ୍ୟର ସଡ଼କ ନେଟ୍‌ୱାର୍କ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଦୁର୍ଘଟଣାମୁକ୍ତ କରିବା ଦିଗରେ ଅନେକ ଯୋଜନା ପ୍ରସ୍ତୁତ ହେଉଛି। ତେବେ ଜାତୀୟ ରାଜପଥ, ରାଜ୍ୟ ରାଜପଥ, ଏକ୍ସପ୍ରେସ୍‌ ୱେ କିମ୍ବା ଜିଲ୍ଲା ମୁଖ୍ୟ ସଡ଼କରେ ଦୀର୍ଘ ଯାତ୍ରା କରୁଥିବା ଗାଡ଼ିଚାଳକ ତଥା ପର୍ଯ୍ୟଟକଙ୍କୁ ରାସ୍ତାକଡ଼ରେ ସର୍ବନିମ୍ନ ସୁବିଧା ପ୍ରଦାନ କରିବା ଜରୁରୀ ହୋଇପଡ଼ିଛି। ଏହାକୁ ଦୃଷ୍ଟିରେ ରଖି ରାସ୍ତାକଡ଼ରେ ୱେ-ସାଇଡ୍‌ ଆମିନିଟିସ୍‌ ସେଣ୍ଟର (ସଡ଼କ ପାର୍ଶ୍ଵ ସୁବିଧା କେନ୍ଦ୍ର) ପ୍ରତିଷ୍ଠା ନେଇ ଆଇନ, ପୂର୍ତ୍ତ…

ଓଡ଼ିଶାର ସ୍ୱଚ୍ଛ ଶକ୍ତିରେ ଅଗ୍ରଗତି ବିଷୟରେ ବଖାଣିଲେ ଉପ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀସ୍ଥିତ ହୋଟେଲ ଲି ମେରିଡିଏନଠାରେ ଆୟୋଜିତ ୭ମ ସିଆଇଆଇ ଅନ୍ତର୍ଜାତୀୟ ଶକ୍ତି ସମ୍ମିଳନୀ ୨୦୨୬ରେ ଓଡ଼ିଶାର ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଯୋଗଦେଇ ରାଜ୍ୟର ସ୍ୱଚ୍ଛ ଶକ୍ତି ଓ ସବୁଜ ଉତ୍ପାଦନ କ୍ଷେତ୍ରର ଅଗ୍ରଗତି ବିଷୟରେ ଆଲୋକପାତ କରିଛନ୍ତି। କେନ୍ଦ୍ର ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, ଭୁଟାନ ଶକ୍ତି ମନ୍ତ୍ରୀ ଲିୟନପୋ ଜେମ୍ ସେରିଙ୍ଗ ଓ ଶ୍ରୀଲଙ୍କାର ଶକ୍ତି ମନ୍ତ୍ରୀ ଅନୁରା କରୁଣାଥିଲାକେଙ୍କ ଉପସ୍ଥିତିରେ ଆୟୋଜିତ ଏହି ସମ୍ମିଳନୀରେ ଭାରତର ଶକ୍ତି…

ସଚିବସ୍ତରୀୟ ବୈଠକ: ବନ୍ୟା ପରବର୍ତ୍ତୀ ପୁନରୁଦ୍ଧାର, ଘାଇ ମରାମତି ଓ ସ୍ୱାସ୍ଥ୍ୟସେବାକୁ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଂଜନ କୁମାର ସିଂ, ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବଙ୍କ ସମେତ ଅନ୍ୟ ସମସ୍ତ ବିଭାଗର ପ୍ରମୁଖ ଶାସନ ସଚିବ ଏବଂ କମିଶନର ତଥା ଶାସନ ସଚିବମାନେ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।…

“ସ୍ୱାସ୍ଥ୍ୟ ସେବା,ଗବେଷଣା ଓ ଭିତ୍ତିଭୂମିରେ ଉନ୍ନତି ଆସିବ”

ଭୁବନେଶ୍ୱର: ଖାରବେଳ ଭବନ ସମ୍ମିଳନୀ କକ୍ଷରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସହ ଗୁଜୁରାଟର ଆଇ-ହବ, ଅନ୍ତରା ଫାଉଣ୍ଡେସନ, ସର୍ବଭାରତୀୟ ଆୟୁର୍ବେଦ ସଂସ୍ଥାନ, ଅଦାନୀ ଗ୍ରୁପର ସେବାଦାନ ଆରୋଗ୍ୟ ଫାଉଣ୍ଡେସନ, ହେଲଥ ସିଷ୍ଟମ ଟ୍ରାଂସଫରମେସନ ପ୍ଲାଟଫର୍ମ, ଏମ୍ସ ଦିଲ୍ଲୀର ସେଣ୍ଟର ଫର ଏମେରଜେନ୍ସି ଏବଂ ଟ୍ରମା କେୟାର, କୋଚିର ଅମ୍ରିତା ହସ୍ପିଟାଲର ପେଡିଆଟ୍ରିକ କାର୍ଡିଆକ କେୟାର, କ୍ୟୁ।ଲିଟି କଣ୍ଟ୍ରୋଲ ଅଫ ଇଣ୍ଡିଆର ଏନଏବିଏଲ ମାନ୍ୟତା ପ୍ରାପ୍ତ ମେଡ଼ିକାଲ କଲେଜ ଏବଂ ହସ୍ପିଟାଲ/ଜିଲ୍ଲା ମୁଖ୍ୟ ହସ୍ପିଟାଲ ଲ୍ୟାବ,…

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟିର ଅନୁମୋଦନ

ଭୁବନେଶ୍ୱର: ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ସିଟି ଇକୋନୋମିକ୍ ରିଜିଅନ୍ (ବିକେପିପିଇଆର୍) ବିକାଶ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ପ୍ରକଳ୍ପ ପ୍ରସ୍ତାବ ରିପୋର୍ଟ (ପିପିଆର୍)କୁ ରାଜ୍ୟସ୍ତରୀୟ ପ୍ରକଳ୍ପ ମନିଟରିଂ କମିଟି (ଏସ୍ଏଲପିଏମସି)ରେ ଅନୁମୋଦନ କରାଯାଇଛି। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବାହ୍ୟ ସହାୟତାପ୍ରାପ୍ତ ପ୍ରକଳ୍ପ (ଇଏପି) ଅଧୀନରେ ଏହି ପ୍ରକଳ୍ପକୁ ଆଗକୁ ନେବା ନେଇ ବିସ୍ତୃତ ଆଲୋଚନା ହୋଇଥିଲା। କେନ୍ଦ୍ର ସରକାରଙ୍କ ସିଟି ଇକୋନୋମିକ୍ ରିଜିଅନ୍ (ସିଇଆର) ଯୋଜନାର ପ୍ରଥମ ପର୍ଯ୍ୟାୟରେ ଦେଶର ଚାରିଟି ପାଇଲଟ୍ ଅର୍ଥନୈତିକ…

ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥା ଏବଂ ଭିତ୍ତିଭୂମି ସମ୍ପର୍କରେ ରାଜସ୍ୱ ମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

ଭୁବନେଶ୍ୱର: ଓଡ୍ରାଫକୁ ରାଜ୍ୟର ରାଜ୍ୟ ବିପର୍ଯ୍ୟୟ ପ୍ରଶମନ ବାହିନୀ /ଷ୍ଟେଟ୍ ଡିଜାଷ୍ଟର୍ ରେସପନ୍ସ୍ ଫୋର୍ସ୍ (SDRF) ଭାବେ ଉନ୍ନୀତ କରାଯିବ ଏବଂ ଏହାକୁ ବିପର୍ଯ୍ୟୟ ମୁକାବିଲା ପାଇଁ ଏକ ସମ୍ପୂର୍ଣ୍ଣ ସମର୍ପିତ ବାହିନୀରେ ପରିଣତ କରିବା ଦିଗରେ ପର୍ଯ୍ୟାୟକ୍ରମେ ପଦକ୍ଷେପ ଗ୍ରହଣ କରାଯିବ। ସେହିପରି, ଓଡ୍ରାଫ ପାଇଁ ସ୍ୱତନ୍ତ୍ର ବାଟାଲିଅନ୍ ଗଠନ ସହିତ ଏହାର ନେତୃତ୍ୱ ଓ ପରିଚାଳନା ପାଇଁ ଜଣେ ସ୍ଵତନ୍ତ୍ର ଅଧିକାରୀ ନିଯୁକ୍ତ କରିବାକୁ ମଧ୍ୟ ପଦକ୍ଷେପ ନିଆଯିବ। ଲୋକସେବା ଭବନଠାରେ ରାଜସ୍ୱ ଓ…