ମହିଳା ଓ ଶିଶୁ ବିକାଶ ପାଇଁ ସମନ୍ୱିତ ପଦକ୍ଷେପ ଉପରେ ନୂଆଦିଲ୍ଲୀରେ ଆଲୋଚନା

ନୂଆଦିଲ୍ଲୀ | ଭୁବନେଶ୍ୱର: ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଭାରତ ସରକାରଙ୍କ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ପକ୍ଷରୁ ନୂଆଦିଲ୍ଲୀଠାରେ ଆୟୋଜିତ ଦୁଇଦିନିଆ ବିଭାଗୀୟ ସମ୍ମିଳନୀରେ ଯୋଗଦେଇଛନ୍ତି। ଏହି ଅବସରରେ ସେ କେନ୍ଦ୍ରୀୟ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ଅନ୍ନପୂର୍ଣ୍ଣା ଦେବୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ମହିଳା ଓ ଶିଶୁ ବିକାଶ ବିଭାଗର କମିଶନର-ତଥା-ଶାସନ ସଚିବ ମୃଣାଳିନୀ ଦରସ୍ୱାଲ ମଧ୍ୟ ଏହି ଦୁଇଦିନିଆ ସମ୍ମିଳନୀରେ…

ଓଡ଼ିଶାକୁ ‘ୱିଣ୍ଡ ଇଣ୍ଡିଆ ୨୦୨୬’ ପୁରସ୍କାର

ଭୁବନେଶ୍ୱର: ଓଡ଼ିଶାର ସ୍ୱଚ୍ଛ ଶକ୍ତି ଅଭିଯାନ ଓ ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ବିପୁଳ ସଫଳତା ସ୍ୱରୂପ ରାଜ୍ୟକୁ ‘ୱିଣ୍ଡର୍ଜି ଇଣ୍ଡିଆ ୨୦୨୬’ (Windergy India 2026) ସମ୍ମିଳନୀରେ ସମ୍ମାନଜନକ “ୱିଣ୍ଡ ଇଣ୍ଡିଆ ୨୦୨୬: ଲିଡରସିପ୍ ଇନ୍ ୱିଣ୍ଡ ଏନର୍ଜି ଡି-ରିସ୍କିଂ”(Leadership in Wind Energy De-risking) ପୁରସ୍କାରରେ ସମ୍ମାନିତ କରାଯାଇଛି। ଗ୍ରୀଡକୋର ପରିଚାଳନା ନିର୍ଦ୍ଦେଶକ ଡଃ ସତ୍ୟପ୍ରିୟ ରଥ, କେନ୍ଦ୍ର ନୂତନ ଏବଂ ନବୀକରଣୀୟ ଶକ୍ତି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କଠାରୁ ବିଶିଷ୍ଟ ଶିଳ୍ପପତି ଓ ସରକାରୀ ପଦାଧିକାରୀଙ୍କ…

ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ ମନ୍ତ୍ରୀ

ଭୁବନେଶ୍ୱର: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ ପହଞ୍ଚିବା ପରେ, କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କଳିଙ୍ଗ ଷ୍ଟାଡିୟମ୍‌ଠାରେ ସେମାନଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଜଣାଇଛନ୍ତି। ଖେଳାଳିମାନଙ୍କ ସହ ଆଲୋଚନା କରି ମନ୍ତ୍ରୀ ଶ୍ରୀ ସୂରଜ କହିଛନ୍ତି ଯେ, ସେମାନେ ଓଡ଼ିଶାର ଗୌରବ…

ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତରିତ

ଭୁବନେଶ୍ବର: ରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ହାଲ୍ (HAL) ମାନୁଫାକ୍ଚରିଙ୍ଗ୍ ୟୁନିଟରେ ଶକ୍ତି ଇଞ୍ଜିନର ଦ୍ୱିତୀୟ ମାନୁଫାକ୍ଚରିଙ୍ଗ୍ ଲାଇନ୍ ଉଦ୍‌ଘାଟନ କରିଛନ୍ତି। ଏହା ସହିତ ସୁନାବେଡା ହାଲ୍‌ରେ ନିର୍ମିତ ୨୦୦୦ତମ ଇଞ୍ଜିନକୁ ପ୍ରତୀକାତ୍ମକ ଭାବେ ଭାରତୀୟ ବାୟୁସେନାକୁ ହସ୍ତାନ୍ତର କରିଥିଲେ। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ନିଜର ଅଭିଭାଷଣ ରଖି ରକ୍ଷାମନ୍ତ୍ରୀ ଶ୍ରୀ ସିଂହ କହିଛନ୍ତି ଯେ, ସେ ନିଜକୁ ଏଠାରେ ଅତିଥି ଭାବେ…

୭ମ ଓଡ଼ିଶା ଟ୍ରାଭେଲ ବଜାର: ୯,୦୦୦ରୁ ଅଧିକ ସଂରଚିତ B2B ଏବଂ B2G ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ମେ’ଫେୟାର ସାଙ୍କଚୁଆରୀଠାରେ ଆୟୋଜିତ ତ୍ରିଦିବସୀୟ ‘୭ମ ଓଡ଼ିଶା ଟ୍ରାଭେଲ ବଜାର (OTB) ୨୦୨୬’ ସଫଳତାର ସହ ଉଦ୍‌ଯାପିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଏବଂ ଫେଡେରେସନ ଅଫ୍ ଇଣ୍ଡିଆନ୍ ଚାମ୍ବର୍ସ ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (FICCI) ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ମେଗା ସମ୍ମିଳନୀ ରାଜ୍ୟର ପର୍ଯ୍ୟଟନ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବା ସହ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ନୂତନ ବ୍ୟବସାୟିକ ସମ୍ଭାବନା ସୃଷ୍ଟି କରିଛି। ଏହି ବିଶାଳ…

ସିନେମା ଐତିହ୍ୟ ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ଶୁଭାରମ୍ଭ

ଭୁବନେଶ୍ୱର: ଓଡ଼ିଆ ସିନେମାର ଗୌରବଜ୍ୱଳ ଅତୀତକୁ ପୁନର୍ଜୀବିତ କରିବା ଏବଂ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି ରାଜଧାନୀ ଭୁବନେଶ୍ୱରରେ ନବକଳେବର ପ୍ରାପ୍ତ ଅତ୍ୟାଧୁନିକ ‘କଳିଙ୍ଗ ଷ୍ଟୁଡ଼ିଓ’ର ଭବ୍ୟ ଲୋକାର୍ପଣ ହୋଇଛି।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ପୁନର୍ବିକଶିତ ଓ ନବୀକୃତ ବିଶ୍ୱସ୍ତରୀୟ ଷ୍ଟୁଡ଼ିଓକୁ ଲୋକାର୍ପିତ କରିଛନ୍ତି।  ଏହା ସହିତ ସିନେମା ଐତିହ୍ୟର ସୁରକ୍ଷା ପାଇଁ କଳିଙ୍ଗ ଷ୍ଟୁଡିଓରେ ନିର୍ମିତ ସ୍ୱତନ୍ତ୍ର ଆର୍କାଇଭ୍ ଓ ମ୍ୟୁଜିୟମର ମଧ୍ୟ ଶୁଭାରମ୍ଭ ହୋଇଛି। ଏହି…

ସର୍ବାଧିକ ସଂସ୍କାର ପାଇଁ ପିଏମଏୱାଇ-ଅର୍ବାନ୍ ଆୱାର୍ଡସ୍ ୨୦୨୬ (PMAY-Urban Awards 2026) ରେ ବିଶେଷ ସମ୍ମାନ

ଭୁବନେଶ୍ୱର: ବିଶ୍ୱ ଆବାସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (ସହରୀ) [PMAY-U] ଅଧୀନରେ ଆବାସ କ୍ଷେତ୍ରରେ ଆଣିଥିବା ସଂସ୍କାରମୂଳକ ପଦକ୍ଷେପ ପାଇଁ ଓଡ଼ିଶାକୁ ଜାତୀୟ ସ୍ତରରେ ବିଶେଷ ସ୍ୱୀକୃତି ମିଳିଛି। ଭାରତ ସରକାରଙ୍କ ଗୃହନିର୍ମାଣ ଓ ନଗର ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ PMAY-Urban Awards 2026 ଅଧୀନରେ PMAY-U 2.0ରେ ସର୍ବାଧିକ ସଂସ୍କାର ସାଧନ କରିଥିବା ରାଜ୍ୟ ଭାବେ ଓଡ଼ିଶାକୁ ଏହି ସ୍ୱୀକୃତି ପ୍ରଦାନ କରାଯାଇଛି। ନୂଆଦିଲ୍ଲୀଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଭାରତ ସରକାରଙ୍କ ଗୃହ ନିର୍ମାଣ…

ଚରିତ୍ର ଗଠନ, ଦାୟିତ୍ୱବୋଧ ଓ ମର୍ଯ୍ୟାଦାର ସହ ଜୀବନ ଯାପନ କରିବାରେ ଶିକ୍ଷାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି – ରାଜ୍ୟପାଳ

ଭୁବନେଶ୍ୱର: ଶିକ୍ଷା କେବଳ ଜୀବିକା ନିର୍ବାହ ପାଇଁ ଛାତ୍ରଛାତ୍ରୀଙ୍କୁ ପ୍ରସ୍ତୁତ କରିବା ନୁହେଁ, ବରଂ ଚରିତ୍ର ଗଠନ, ଦାୟିତ୍ୱବୋଧ ଓ  ମର୍ଯ୍ୟାଦାପୂର୍ଣ୍ଣ ଜୀବନଯାପନ  କରିବାରେ  ଶିକ୍ଷାର ମହତ୍ତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି କହିଛନ୍ତି। ଶନିବାର ଦିନ ଖୋର୍ଦ୍ଧାସ୍ଥିତ ବକ୍ସି ଜଗବନ୍ଧୁ ବିଦ୍ୟାଧର ହାଇସ୍କୁଲର ୧୨୫ତମ ବାର୍ଷିକ ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ ଏହା କହିଛନ୍ତି l ଏହି ସମାରୋହରେ ଉଦବୋଧନ ଦେଇ ରାଜ୍ୟପାଳ କହିଥିଲେ ଯେ, ଏହି ଐତିହାସିକ ଅବସର…

କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ

ଭୁବନେଶ୍ୱର: କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ଅନନ୍ୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ ହୋଇଛି। ଓୟୁଏଟି (OUAT) ର କୃଷି ଶିକ୍ଷା ସଦନ ସମ୍ମିଳନୀ କକ୍ଷରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି, କୃଷକ ସଶକ୍ତିକରଣ ଓ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏହି କାର୍ଯ୍ୟକ୍ରମର ଆନୁଷ୍ଠାନିକ ଉଦ୍‌ଘାଟନ କରିଛନ୍ତି। ୨୦୨୩…

‘ଶିକ୍ଷକ ନିଯୁକ୍ତିରେ ମେଧାକୁ ପ୍ରାଥମିକତା ଦିଆଯିବା ଉଚିତ’

ଭୁବନେଶ୍ୱର: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଖାଲି ଥିବା ଶିକ୍ଷକ ପଦବୀ ପାଇଁ ନିଯୁକ୍ତି ପ୍ରକ୍ରିୟା ନଭେମ୍ବର ମାସର ପ୍ରଥମ ସପ୍ତାହ ସୁଦ୍ଧା ଆରମ୍ଭ କରି ମାସ ଶେଷ ସୁଦ୍ଧା ସମ୍ପୂର୍ଣ୍ଣ କରିବାକୁ କୁଳାଧିପତି ତଥା ଓଡ଼ିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ସମସ୍ତ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟର କୁଳପତିମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଲୋକଭବନ ପରିସରସ୍ଥିତ ନ୍ୟୁ ଅଭିଷେକ ହଲ୍‌ର ସମ୍ମିଳନୀ କକ୍ଷରେ ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଚାଲିଥିବା ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ସମ୍ପର୍କିତ ଏକ ବୈଠକରେ…