ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାରେ ଭାଗନେବେ ୨୨ ଦେଶର କ୍ରୀଡ଼ାବିତ୍‌

ଭୁବନେଶ୍ୱର: ଓଡ଼ିଶାରେ ପ୍ରଥମ ଥର ପାଇଁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ୍ ପ୍ରତିଯୋଗିତାର ଆୟୋଜନ କରାଯିବ। ଅକ୍ଟୋବର ମାସ ୧୧ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଆଥଲେଟିକ୍ସ ସେଣ୍ଟର ଠାରେ ୨୮ତମ ଆଇଆଇଟିଏଫ-ଏଟିଟିୟୁ ଏସୀୟ ଟେବୁଲ ଟେନିସ୍‌ ଟିମ୍ ଚାମ୍ପିୟନସିପ-୨୦୨୫ (28th ITTF-ATTU Asian Table Tennis Team Championships 2025) ର ଆୟୋଜନ କରାଯିବ। ଅନ୍ତର୍ଜାତୀୟ ଟେବୁଲ ଟେନିସ୍‌ ମହାସଂଘ, ଭାରତୀୟ ଟେବୁଲ ଟେନିସ୍‌ ମହାସଂଘ, ଏସିଆନ୍‌ ଟେବୁଲ ଟେନିସ୍‌…

ଅଗଷ୍ଟ ୧୦ ତାରିଖରେ କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ଆୟୋଜିତ ହେବ ୱାର୍ଲଡ଼ ଆଥଲେଟିକ୍ କଣ୍ଟିନେଣ୍ଟାଲ ଟୁର୍ (ବ୍ରୋଞ୍ଜ ଲେଭେଲ)। ଆସନ୍ତା ଅଗଷ୍ଟ ମାସ ୧୦ ତାରିଖ ଦିନ ଏହି ବିଶ୍ୱ ସ୍ତରୀୟ ପ୍ରତିଯୋଗିତାର ଆୟୋଜନ କରାଯିବ। କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏହି ପ୍ରତିଯୋଗିତା ସମ୍ବନ୍ଧୀୟ ସବିଶେଷ ବିବରଣୀ ପ୍ରଦାନ କରିଛନ୍ତି। ସେ କହିଛନ୍ତି ଯେ, ଭୁବନେଶ୍ୱର କଳିଙ୍ଗ ଷ୍ଟାଡ଼ିୟମ୍ ଠାରେ ବିଶ୍ୱ ସ୍ତରୀୟ ଆଥଲେଟିକ୍ ପ୍ରତିଯୋଗିତାର ଆୟୋଜନ କରାଯିବ।…

ବର୍ମିଂହାମ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତଙ୍କ ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି  କ୍ରମରେ ୨ ଜଣ ଯୁବ କ୍ରୀଡାବିତ କରାଟେରେ  ରିତେଶ ରାୟ ସ୍ୱର୍ଣ୍ଣ ପଦକ ଏବଂ ଅଭିଷେକ ପଟ୍ଟନାୟକ ବ୍ରୋଞ୍ଚ  ପଦକ ବିଜୟୀ ହୋଇ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। ଓଡିଶା ପୋଲିସର କ୍ରୀଡ଼ାବିତମାନେ ଗତ ତିନି ଦିନ ମଧ୍ୟରେ 6 ଟି ସ୍ଵର୍ଣ…

ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୋଂଟାନା ପ୍ରତିନିଧିମଣ୍ଡଳୀ

ଭୁବନେଶ୍ୱର: ଯୁକ୍ତରାଷ୍ଟ୍ର ଆମେରିକାର ମୋଂଟାନାରୁ ଆସିଥିବା ଏକ ୧୦ ଜଣିଆ ପ୍ରତିନିଧିମଣ୍ଡଳୀ ଗୁରୁବାର ଦିନ ଓଡିଶାର ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟିଙ୍କୁ ରାଜଭବନରେ ସାକ୍ଷାତ କରିଥିଲେ। ଇଣ୍ଡିଆ ଟ୍ରେକ – ୨୦୨୫ କାର୍ଯ୍ୟକ୍ରମରେ ପ୍ରତିନିଧିମଣ୍ଡଳୀ ଭାରତ ଗସ୍ତରେ ଅଛନ୍ତି। ପ୍ରତିନିଧିମଣ୍ଡଳୀଙ୍କୁ ସ୍ୱାଗତ ଜଣାଇ ରାଜ୍ୟପାଳ ଓଡିଶାର ସମୃଦ୍ଧ ସଂସ୍କୃତି, କଳା ଏବଂ ସାମାଜିକ ପ୍ରଗତି ବିଷୟରେ ଅବଗତ କରାଇଥିଲେ। ପ୍ରତିନିଧିମଣ୍ଡଳୀ ଭାରତର ବିବିଧତା ଅନୁସନ୍ଧାନ କରିବାକୁ ରାଜ୍ୟପାଳ ଗୁରୁତ୍ୱାରୋପ କରି ଏପରି ପରିଦର୍ଶନ ବିଭିନ୍ନ ଦେଶର…

ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡାରେ ଓଡ଼ିଶା ପୋଲିସର ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କନଷ୍ଟେବଳ ଅଶୋକ ଦଣ୍ଡସେନା ଓ ସୁସ୍ମିତା ଟିଗା ରାଜ୍ୟ ପୋଲିସ ପାଇଁ ଗୌରବ ଆଣିଛନ୍ତି।  ଅଶୋକ ଦଣ୍ଡସେନା  ୮୦୦  ମିଟର (ପୁରୁଷ ବର୍ଗ)  ଦୌଡ଼ରେ ସ୍ୱର୍ଣ୍ଣ ପଦକ ଏବଂ କନଷ୍ଟେବଳ ସୁସ୍ମିତା ଟିଗା ୮୦୦  ମିଟର (ମହିଳା ବର୍ଗ)  ଦୌଡ଼ରେ ରୌପ୍ୟ ପଦକ ହାସଲ କରି ଏକ ନୂତନ ମାଇଲ ଖୁଣ୍ଟ ସ୍ଥାପନ କରିଛନ୍ତି।…

କଳିଙ୍ଗ ଷ୍ଟାଡିୟମରେ  ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଭୁବନେଶ୍ୱର : ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସମବେତ ଯୋଗାଭ୍ୟାସ କରିବା ସହିତ ଯୋଗ ହେଉଛି ବିଶ୍ୱ ମାନବ ସମାଜକୁ ଭାରତର ଏକ ମହାର୍ଘ୍ୟ ଉପହାର ବୋଲି କହିଛନ୍ତି। ଏହି ଅବସରରେ ଭିଡିଓ କନଫରେନସିଂ…

କୁମ୍ଭୀରମାନଙ୍କ ସଂରକ୍ଷଣ ପାଇଁ ଓଡ଼ିଶା ଏକ ଉଚ୍ଚକୋଟୀର ମାର୍ଗଦର୍ଶକ : ଜଙ୍ଗଲମନ୍ତ୍ରୀ

ଭୁବନେଶ୍ବର: ଜୁନ ୧୭ ତାରିଖ ଅନ୍ତର୍ଜାତୀୟ କୁମ୍ଭୀର ଦିବସ। ଏହି ଅବସରରେ ‘ଓଡ଼ିଶାରେ କୁମ୍ଭୀର ସଂରକ୍ଷଣ ପ୍ରକଳ୍ପର ୫୦ ବର୍ଷ ପୂର୍ତ୍ତି ସମାରୋହ’ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ ପରିସରରେ ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ, ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ବିଭାଗ ଆନୁକୂଲ୍ୟରେ  ମହାସମାରୋହରେ ପାଳିତ ହୋଇଯାଇଛି। ସମାରୋହକୁ ଭିଡିଓ ବାର୍ତ୍ତା ଦେଇ ଜଙ୍ଗଲ, ପରିବେଶ, ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶରାମ ସିଂଖୁଣ୍ଟିଆ କହିଲେ ଯେ, ଆମ ରାଜ୍ୟ ଓଡ଼ିଶା, ଭାରତରେ ଦେଖାଯାଉଥିବା ସମସ୍ତ କୁମ୍ଭୀର ପ୍ରଜାତି-ବଉଳା, ମଗର ଓ ଘଡ଼ିଆଳର ଏକ ମହତ୍ୱପୂର୍ଣ୍ଣ ଆବାସସ୍ଥଳୀ…

ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନର ଯୋଜନା

ତେଲଆଭିଭ: ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଇରାନ ଚାହୁଁଛି । ଇରାନର ଇସଲାମିକ ସରକାର ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଷଡଯନ୍ତ୍ର ପ୍ରସ୍ତୁତ କରିଛନ୍ତି ବୋଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଦାବି କରିଛନ୍ତି । ସେ କହିଛନ୍ତି, ଟ୍ରମ୍ପଙ୍କୁ ଇରାନ ତାହାର ଏକ ନମ୍ବର ଶତ୍ରୁ ଭାବରେ ବିବେଚନା କରୁଛି । ସେଥିପାଇଁ ତାହା ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଯୋଜନା କରିଛି । ନେତାନ୍ୟାହୁ କହିଛନ୍ତି, ଅନ୍ୟମାନେ ଯେଉଁଭଳି ଇରାନ ସହିତ ଆଲୋଚନା କରିବା…

ଭୁବନେଶ୍ୱର – ଆବୁଧାବି ସିଧାସଳଖ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା  ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ। ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ…

ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ ୨.୫ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଶ୍ରାବଣୀଙ୍କ ସଫଳତା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ…