ସମସ୍ତ ୧୫ଟି କଲେଜ ବିରୋଧରେ ଥିବା ‘କାରଣ ଦର୍ଶାଅ’ ପ୍ରକ୍ରିୟା ରଦ୍ଦ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଦାଖଲ କରାଯାଇଥିବା ଅନୁପାଳନ ରିପୋର୍ଟ ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ନାହିଁ ବୋଲି ସ୍ପଷ୍ଟ କରିଛି ଇ.ଆର୍.ସି (ERC)।ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ (Teacher Education Institution) ଗୁଡ଼ିକ ପାଇଁ ଏହା ଏକ ବଡ଼ ଆଶ୍ୱସ୍ତିକର ଖବର। ଜାତୀୟ ଶିକ୍ଷକ ଶିକ୍ଷା ପରିଷଦ (NCTE), ନୂଆଦିଲ୍ଲୀର ପୂର୍ବାଞ୍ଚଳ କମିଟି (ERC) ଅକ୍ଟୋବର ୧, ୨୦୨୬ ରେ ଅନୁଷ୍ଠିତ ଏହାର ୪୧୦ତମ ବୈଠକରେ ରାଜ୍ୟର ସମ୍ପୃକ୍ତ ସମସ୍ତ…

ଛାତ୍ର ସଂସଦ ନିର୍ବାଚନକୁ ଶାନ୍ତି ଓ ଶୃଙ୍ଖଳାର ସହ ପରିଚାଳନା କରିବା ନିମନ୍ତେ ଜିଲ୍ଲାପାଳ ଓ ଏସ୍‌ପିମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ଚଳିତ ବର୍ଷ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ କରିବା ପାଇଁ ବିଜ୍ଞପ୍ତି ଜାରି କରାଯାଇଛି। ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ସଂସଦ ନିର୍ବାଚନ ଯେପରି ଶାନ୍ତି ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହେବ, ସେ ନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର…

ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ଅମୃତ ମଣୋହି ଜମି କିସମ ପରିବର୍ତ୍ତନ ପାଇଁ ଆସିଥିଲା, ଶେଷରେ ଜମି ଫେରିଲା ମହାପ୍ରଭୁଙ୍କ ନାମରେ

ଭୁବନେଶ୍ୱର: ଶ୍ରୀ ଗୁଣ୍ଡିଚା ମନ୍ଦିର ଶରଧା ବାଲି ନିକଟବର୍ତ୍ତୀ ମୂଲ୍ୟବାନ ଜମି। ସାବିକ ରେକର୍ଡରେ ମାଲିକ ମହାପ୍ରଭୁ ଶ୍ରୀଜଗନ୍ନାଥ। ସ୍ଥିତି—ଅମୃତ ମଣୋହି। ପରେ ବଦଳିଗଲା ରେକର୍ଡ, ଆସିଲା ବ୍ୟକ୍ତିଗତ ନାମ ଏବଂ ହେଲା ବିକ୍ରୟ। କିସମ ପରିବର୍ତ୍ତନ ଓ ନିଜସ୍ୱ ଅଧିକାରର ଦାବିକୁ ନେଇ ବିଷୟ ଯାଇ ପହଞ୍ଚିଲା ଓଡ଼ିଶା ରାଜସ୍ୱ ପର୍ଷଦରେ। ଶେଷରେ ରାଜସ୍ୱ ପର୍ଷଦର ହସ୍ତକ୍ଷେପରେ ମହାପ୍ରଭୁଙ୍କ ଅମୃତ ମଣୋହି ଜମିର ମୂଳ ସ୍ଥିତି ପୁଣି ସ୍ପଷ୍ଟ ହୋଇଛି। ଯେଉଁ ଜମିକୁ ବ୍ୟକ୍ତିଗତ ରେକର୍ଡରେ…

ବିଧାନସଭାରେ ଭାରତୀୟ ଷ୍ଟାମ୍ପ (ଓଡ଼ିଶା ସଂଶୋଧନ) ବିଲ୍, ୨୦୨୬ ଉପସ୍ଥାପନ

ଭୁବନେଶ୍ୱର: ରାଜ୍ୟରେ ଆପାର୍ଟମେଣ୍ଟ ୟୁନିଟ୍‌ଗୁଡ଼ିକର ପଞ୍ଜୀକରଣ ଓ ହସ୍ତାନ୍ତର ପ୍ରକ୍ରିୟାକୁ ଅଧିକ ସରଳ, ସ୍ୱଚ୍ଛ ଓ ସୁଗମ କରିବା ଉଦ୍ଦେଶ୍ୟରେ ଭାରତୀୟ ଷ୍ଟାମ୍ପ (ଓଡ଼ିଶା ସଂଶୋଧନ) ବିଲ୍, ୨୦୨୬ ବିଧାନସଭାରେ ବିଚାର ପାଇଁ ଉପସ୍ଥାପିତ ହୋଇଛି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ବିଧାନସଭାରେ ଏହି ବିଲ୍ ଉପସ୍ଥାପନ କରିଛନ୍ତି l ଏହି ସଂଶୋଧନର ମୁଖ୍ୟ ଉଦ୍ଦେଶ୍ୟ ହେଉଛି, ଆପାର୍ଟମେଣ୍ଟର ସାଧାରଣ କ୍ଷେତ୍ର ଓ ସୁବିଧାଗୁଡ଼ିକର ହସ୍ତାନ୍ତରକୁ ସରଳ କରିବା, ଆପାର୍ଟମେଣ୍ଟ ମାଲିକମାନଙ୍କ…

ଦୀର୍ଘ ସମୟ ଧରି ଅବ୍ୟବହୃତ ସରକାରୀ ଜମିର ସମୀକ୍ଷା କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ବିକାଶମୂଳକ ଓ ଜନକଲ୍ୟାଣକାରୀ ପ୍ରକଳ୍ପ ପାଇଁ ଉପଲବ୍ଧ ସରକାରୀ ଜମିର ସୁବ୍ୟବସ୍ଥିତ, ଉତ୍ପାଦନଶୀଳ ଓ ସର୍ବୋତ୍ତମ ବ୍ୟବହାର ସୁନିଶ୍ଚିତ କରିବା ଉପରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଗୁରୁତ୍ୱ ଦେଇଛି। ଏହି ପରିପ୍ରେକ୍ଷୀରେ ଦୀର୍ଘ ସମୟ ଧରି ଅବ୍ୟବହୃତ ରହିଥିବା କିମ୍ବା ଅନୁମୋଦିତ ଉଦ୍ଦେଶ୍ୟ ବ୍ୟତୀତ ଅନ୍ୟ କାର୍ଯ୍ୟରେ ବ୍ୟବହୃତ ହେଉଥିବା ଲିଜ୍‌ପ୍ରଦତ୍ତ ତଥା ଆଲିଏନେଟ୍‌ ବା ହସ୍ତାନ୍ତରିତ ହୋଇଥିବା ସରକାରୀ ଜମିର ସମୀକ୍ଷା କରି ଆଇନ୍ ଅନୁଯାୟୀ ଆବଶ୍ୟକ ପଦକ୍ଷେପ…

ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ଓ ଇ-ପୋର୍ଟାଲର ଉପଯୋଗ ନେଇ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମୀକ୍ଷା

ଭୁବନେଶ୍ୱର: ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଦୀର୍ଘଦିନ ଧରି ଶ୍ରୀଜଗନ୍ନାଥଙ୍କ ଜମିରେ ବସବାସ କରୁଥିବା ସେବାୟତ ଓ ଅଣସେବାୟତଙ୍କୁ ଜମି ଅଧିକାର ପ୍ରଦାନ ନେଇ ଆରମ୍ଭ ହୋଇଥିବା ପ୍ରକ୍ରିୟାକୁ ଆଗକୁ ନେବା ପାଇଁ ଆଜି ଲୋକସେବା ଭବନସ୍ଥିତ ଆଇନ ବିଭାଗ ସମ୍ମିଳନୀ କକ୍ଷରେ ଏହି ବୈଠକ ଅନୁଷ୍ଠିତ…

ଶିକ୍ଷକମାନଙ୍କ ସମସ୍ୟା: କମିଟିର ସୁପାରିଶକୁ ଉପଯୁକ୍ତ ବିଚାର କରାଯାଇ ନିଷ୍ପତ୍ତି ନିଆଯିବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ରାଜ୍ୟର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଶିକ୍ଷକ ମାନଙ୍କର ବିଭିନ୍ନ ସମସ୍ୟା ସମ୍ପର୍କରେ ଗଠିତ କମିଟି ଏହାର ରିପୋର୍ଟ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀଙ୍କ ନିର୍ଦ୍ଦେଶରେ ଏହି କମିଟି ୨୦୨୫ ଡିସେମ୍ବର ୬ ତାରିଖରେ ଗଠିତ ହୋଇଥିଲା ଏବଂ ୨୦୨୬ ଫେବୃଆରୀ ୩ ତାରିଖରେ ପୁର୍ନଗଠିତ ହୋଇଥିଲା। କମିଟି…

ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ବାଚସ୍ପତିଙ୍କ ଯୋଗଦାନ

ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ, ଲୋକସଭାକୁ ୭୪ ଜଣ ମହିଳା ନିର୍ବାଚିତ ହୋଇଥିଲେ-ଯାହା ସଦନର ମୋଟ ସଦସ୍ୟ ସଂଖ୍ୟାର ୧୩.୬ ପ୍ରତିଶତ। ଭାରତର ପଞ୍ଚାୟତି ରାଜ ଅନୁଷ୍ଠାନଗୁଡ଼ିକରେ ୧୪.୫ ଲକ୍ଷରୁ ଅଧିକ ମହିଳା ନିର୍ବାଚିତ ପ୍ରତିନିଧି ଭାବରେ କାର୍ଯ୍ୟ କରୁଛନ୍ତି, ଯାହା ମୋଟ ପ୍ରତିନିଧିଙ୍କ ପ୍ରାୟ ୪୬ ପ୍ରତିଶତ। ଭାରତର ଅନୁଷ୍ଠାନଗୁଡ଼ିକରେ ମହିଳାମାନେ କେବଳ ଅଂଶଗ୍ରହଣ କରନ୍ତି ନାହିଁ, ବରଂ ଦକ୍ଷତାର ସହ କାର୍ଯ୍ୟ କରନ୍ତି ଏବଂ ନେତୃତ୍ୱ ନିଅନ୍ତି। ଲୋକସଭା ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମହିଳାଙ୍କ…

ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଏବଂ ନାଲ୍‌କୋ ରିସର୍ଚ୍ଚ ଓ ଟେକ୍ନୋଲୋଜି ସେଣ୍ଟର ମଧ୍ୟରେ ବୁଝାମଣା

ଭୁବନେଶ୍ୱର: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ଼, ଓଡ଼ିଶାର ୪୩ତମ ପ୍ରତିଷ୍ଠା ଦିବସ ସମାରୋହ ଭୁବନେଶ୍ୱରସ୍ଥିତ ଓୟୁଏଟିର କୃଷି ଶିକ୍ଷା ସଦନଠାରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ତଥା ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ନିଜ ଅଭିଭାଷଣରେ ମନ୍ତ୍ରୀ କହିଥିଲେ, ବିଗତ ୪୩ ବର୍ଷ ଧରି ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ପରିବେଶ ସୁରକ୍ଷା ପ୍ରତି ନିଜର…

ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି

ଭୁବନେଶ୍ୱର: ରାଜ୍ୟର ପୌରପରିଷଦ, ବିଜ୍ଞାପିତ ଅଞ୍ଚଳ ପରିଷଦ ଏବଂ ମହାନଗର ନିଗମଗୁଡ଼ିକର ଆଗାମୀ ସାଧାରଣ ନିର୍ବାଚନ ପାଇଁ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପ୍ରକ୍ରିୟା ସମ୍ପନ୍ନ କରିବା ନିମନ୍ତେ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସଂଶୋଧିତ କାର୍ଯ୍ୟସୂଚୀ ଜାରି କରାଯାଇଛି। ପୂର୍ବରୁ ବିଭାଗ ପକ୍ଷରୁ ଜାରି ହୋଇଥିବା କାର୍ଯ୍ୟସୂଚୀର ଆଂଶିକ ସଂଶୋଧନ କରାଯାଇ ଏହି ସଂଶୋଧିତ କାର୍ଯ୍ୟସୂଚୀ ସମ୍ପର୍କରେ ବୌଦ୍ଧ ଜିଲ୍ଲାକୁ ବାଦ ଦେଇ ସମସ୍ତ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ଅବଗତ କରାଯାଇଛି।…