ବିଭ୍ରାନ୍ତକାରୀ ସୂଚନାର ତ୍ୱରିତ ମୁକାବିଲା ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଗୁରୁତ୍ୱାରୋପ
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶା ଆର୍.ଏସ୍. ଗୋପାଳନଙ୍କ ଅଧ୍ୟକ୍ଷତାରେ ସ୍ୱତନ୍ତ୍ର ସଘନ ସଂଶୋଧନ ସମ୍ପର୍କିତ ଆଭାସି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଉପ ମୁଖ୍ୟ ନିର୍ବାଚନ ଅଧିକାରୀ ଡ. ଲକ୍ଷ୍ମୀ ପ୍ରସାଦ ସାହୁ, ଲୋକସମ୍ପର୍କ ଅଧିକାରୀ ସୌରଭ ପ୍ରଧାନଙ୍କ ସମେତ ସମସ୍ତ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଯୋଗଦେଇଥିଲେ। ସ୍ୱତନ୍ତ୍ର ସଘନ ସଂଶୋଧନର ମହତ ଉଦ୍ଦେଶ୍ୟ ଓ ସମୟୋଚିତ ଆବଶ୍ୟକତା, ମତଦାତାଙ୍କ ଯୋଗ୍ୟତା, ବିଭ୍ରାନ୍ତକାରୀ ସୂଚନାର ମୁକାବିଲା ସମ୍ପର୍କରେ ମୁଖ୍ୟ ନିର୍ବାଚନ ଅଧିକାରୀ…


