ଆନ୍ତଃରାଜ୍ୟ ଅପରାଧ, ନକ୍ସଲ ଦମନ ଓ ସମନ୍ୱିତ ସୁରକ୍ଷା ରଣନୀତି ଉପରେ ଭୁବନେଶ୍ୱରଠାରେ ବ୍ୟାପକ ଆଲୋଚନା
ଭୁବନେଶ୍ୱର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରଣାଳୟର ନିର୍ଦ୍ଦେଶକ୍ରମେ ଭୁବନେଶ୍ୱରଠାରେ ପୂର୍ବାଞ୍ଚଳ ଆଞ୍ଚଳିକ ପୋଲିସ ସମନ୍ୱୟ କମିଟି (Eastern Regional Police Coordination Committee–ERPCC)ର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଓଡ଼ିଶା ପୋଲିସର ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ସମେତ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼ ଏବଂ ଝାଡ଼ଖଣ୍ଡର ଆରକ୍ଷୀ ମହାନିର୍ଦ୍ଦେଶକ, କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ (CAPFs), କେନ୍ଦ୍ରୀୟ ପୋଲିସ ସଂଗଠନ (CPOs) ଏବଂ ବିଭିନ୍ନ ରାଜ୍ୟର ବରିଷ୍ଠ ପୋଲିସ ଅଧିକାରୀମାନେ ଅଂଶଗ୍ରହଣ କରିଥିଲେ। ବୈଠକର…


