ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି : ପାଞ୍ଚ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ  ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ  ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ  ଗିରଫ କରିଛି। ଏହା ସହିତ ଏହି ମାମଲାରେ ମୋଟ ଗିରଫ ସଂଖ୍ୟା 25କୁ ବୃଦ୍ଧି ପାଇଛି। ଗିରଫ ହୋଇଥିବା ପାଞ୍ଚ ଅଭିଯୁକ୍ତ ହେଉଛନ୍ତି ବଲାଙ୍ଗୀର ଥାନା ମୁରିବାହଲର  କୁଳମଣି ରାଣା (୨୪), ବଲାଙ୍ଗୀର ସଦର ଥାନା କୁଟମଦୋଳାର ଅଜାଉଦିନ କୁମ୍ଭାର (୨୮), ଜଗନ୍ନାଥ ପଡାର…

ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୁଦ୍ଧରେ ଶକ୍ତ କାର୍ଯ୍ୟାନୁଷ୍ଠାନ ନେବାପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ

ଭୁବନେଶ୍ୱର; ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ରାପଡ଼ା ଜିଲ୍ଲା ଗସ୍ତ କରି ଜିଲ୍ଲା ପ୍ରଦକ୍ଷଣ ଗୃହ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା ଘୋଷଣା କରିଛନ୍ତି ଯେ ରାଜ୍ୟ ସରକାରଙ୍କ ଦ୍ଵିତୀୟ ବର୍ଷର ଆରମ୍ଭ କେନ୍ଦ୍ରାପଡ଼ା ଜିଲ୍ଲାରେ ବିକାଶମୂଳକ କାର୍ଯ୍ୟ ଆରମ୍ଭରୁ ହିଁ ହେବ। ସମୀକ୍ଷାରୁ ଜଣା ଯାଇଛି ଯେ, କେନ୍ଦ୍ରାପଡ଼ା ଜିଲ୍ଲାରେ ଜଳ ସମ୍ପଦର ବିକାଶ ହେବା ପାଇଁ…

ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଜୁନ ୯ ରେ

ଭୁବନେଶ୍ୱର:  ଆସନ୍ତା ଜୁନ ୯ ତାରିଖ (ସୋମବାର) ଦିନ ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଜୁନ ୬ ତାରିଖ ଦିବା ୧୧ ଘଟିକା ଠାରୁ ଆରମ୍ଭ ହେବ । ଏଥନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ (https://janasunani.odisha.gov.in/) ମାଧ୍ୟମରେ ଜିଲ୍ଲାପାଳ ଏବଂ ଜିଲ୍ଲା ଆରକ୍ଷୀ ଅଧ୍ୟକ୍ଷକଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକରଣ ପ୍ରାପ୍ତି ସ୍ଵୀକାର ପତ୍ର, ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୨ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଲୋକସେବା ଭବନର କନଭେନସନ କେନ୍ଦ୍ରରେ ଉଦଯାପିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ମଧୁମିତା ନାୟକ ଉଦଘାଟନ କରିଥିଲେ । ଶ୍ରମ ବିଭାଗ ର ଅତିରିକ୍ତ ଶାସନ ସଚିବ ରାଜେଶ କୁମାର ଅଗ୍ରୱାଲା ଏହି କାର୍ଯକ୍ରମରେ ସମ୍ମାନିତ ଅତିଥି ଭାବେ ଯୋଗଦାନ କରିଥିଲେ।  ନିରଞ୍ଜନ…

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ସୁରକ୍ଷା ବନ୍ଦୋବସ୍ତ ସମ୍ପର୍କରେ ଗୁରୁତ୍ଵପୂର୍ଣ୍ଣ ବୈଠକ

ଆସନ୍ତା ଜୁନ ମାସ ୨୭ ତାରିଖରେ ପୁରୀର ବିଶ୍ଵପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି I ଏହି ରଥଯାତ୍ରାକୁ ଶୃଙ୍ଖଳିତ ଏବଂ ସୁପରିଚାଳନା କରିବା ନିମନ୍ତେ ଆଜି ଅପରାହ୍ନରେ କଟକସ୍ଥିତ ରାଜ୍ୟ ପୋଲିସ ମୁଖ୍ୟ କାର୍ଯ୍ୟIଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଗୁରୁତ୍ଵପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା I ଏହି ଅବସରରେ ଡିଜିପି ଶ୍ରୀ ଖୁରାନିଆ ରଥଯାତ୍ରାକୁ ଶୃଙ୍ଖଳିତ କରିବା  ପାଇଁ ସକ୍ରିୟ ତଥା ସଜାଗ ରହିବାକୁ ବରିଷ୍ଠ ପୋଲିସ ଅଧିକାରୀ ମାନଙ୍କୁ …

ବିଏମସିରେ ହେବ ଆଉ ୩ଟି ଓଡିଏ କୋର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମସି) ପକ୍ଷରୁ ଆଉ ତିନିଟି ଓଡ଼ିଶା ବିକାଶ ପ୍ରାଧିକରଣ (ଓଡିଏ) ଅଦାଲତ ସ୍ଥାପନ କରାଯିବ । ବିଏମସି ପରିସର ଅଞ୍ଚଳରେ ବାସଗୃହ ପ୍ଲାନ ଅନୁମୋଦନକୁ ନେଇ ସୃଷ୍ଟି ହେଉଥିବା ବିବାଦର ଏହି କୋର୍ଟଗୁଡିକ ସମାଧାନ କରିବ । ସମ୍ପ୍ରତି ଏହାକୁ ନେଇ ହଜାର ହଜାର ମାମଲା ରହିଥିବାବେଳେ ତାହା ସମାଧାନ କରିବାକୁ ଗୋଟିଏ ମାତ୍ର ଓଡ଼ିଏ କୋର୍ଟ ରହିଛି । ଜଣେ ଅଧିକାରୀଙ୍କ କହିବା ଅନୁଯାୟୀ ବିଏମସିର ଓଡ଼ିଏ କୋର୍ଟରେ ସମ୍ପ୍ରତି…

ଅନଲାଇନ କ୍ରିକେଟ୍ ବେଟିଂରେ ଠକାମି: ଦୁଇ ଗିରଫ

କଟକ : ଅନଲାଇନ ଗେମରେ କ୍ରିକେଟ ବେଟିଂ  ମାଧ୍ୟମରେ  ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ  ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ…

ଦୁର୍ଦ୍ଦାନ୍ତ ମାଓବାଦୀଙ୍କ ଆତ୍ମସମର୍ପଣ

ଭୁବନେଶ୍ୱର : ବଂଶଧାରା- ଘୁମୁସର- ନାଗାବଳି ( BGN) ଡିଭିଜନର ଘୁମସର ଏରିଆ କମିଟିର  ଦୁର୍ଦ୍ଦାନ୍ତ ମାଓବାଦୀ ବିଜୟ ପୁନେମ ଓରଫ ଅଜୟ  ରାୟଗଡା ଜିଲ୍ଲା ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଛତିଶଗଡ଼ର ବିଜାପୁର ଜିଲ୍ଲା ହୁସୁର ଥାନା ଅଞ୍ଚଳର  ନିବାସୀ ବିଜୟ ଗୋଟିଏ ପିସ୍ତଲ୍ ଓ 8 ରାଉଣ୍ଡ ଗୁଳି ସହିତ ଆତ୍ମସମର୍ପଣ କରିଛନ୍ତି। ତାଙ୍କ ନାମରେ ଓଡିଶା ସରକାରଙ୍କ ତରଫରୁ 4 ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା। ସେ କନ୍ଧମାଳ ଜିଲ୍ଲା ଓ…

” ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ କର୍ମଶାଳା

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ସାଇବର କମ୍ପ୍ଲେକ୍ସ ଠାରେ ରାଜ୍ୟ କ୍ରାଇମବ୍ରାଞ୍ଚ ଆନୁକୂଲ୍ୟରେ  ” ସାଇବର ଅପରାଧର ତଦନ୍ତ ଏବଂ ସାଇବର ବୁଦ୍ଧିମତ୍ତା” ସମ୍ପର୍କିତ ଏକ କର୍ମଶାଳା ଉଦଘାଟିତ ହୋଇଯାଇଛି। ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହି କର୍ମଶାଳାକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ।  ଆଗାମୀ ଦିନରେ ସାଇବର ଅପରାଧକୁ ରୋକିବାକୁ  ରାଜ୍ୟର ସମସ୍ତ ରେଞ୍ଜ ଏବଂ ଜିଲ୍ଲା ସ୍ତରରେ “ସାଇବର ଅପରାଧ ତଦନ୍ତ” ସମ୍ପର୍କିତ କର୍ମଶାଳାର ଆୟୋଜନ କରାଯିବ…

ବାଂଲାଦେଶୀ ବିବାଦ: ଭୁବନେଶ୍ୱର ମେୟରଙ୍କ ବିରୋଧରେ ବିକ୍ଷୋଭ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମର ମେୟର ସୁଲୋଚନା ଦାସ ବାଂଲାଦେଶୀଙ୍କୁ ସମର୍ଥନ କରି ମନ୍ତବ୍ୟ ଦେବା ପ୍ରତିବାଦରେ ତାଙ୍କ ବିରୋଧରେ ବିକ୍ଷୋଭ ଜାରି ରହିଛି । ମେୟର ଶୁକ୍ରବାର ନୟାପଲ୍ଲୀସ୍ଥିତ ୱାର୍ଡ ନମ୍ବର ୩୯ର ଏକ ନୂଆ କାର୍ଯ୍ୟାଳୟ କୋଠା ଉଦଘାଟନ କରିବାକୁ ପହଞ୍ଚିବା ସମୟରେ ତାଙ୍କୁ ଜନସାଧାରଣଙ୍କ ପକ୍ଷରୁ କଳାପତାକା ପ୍ରଦର୍ଶନ କରାଯିବା ସହିତ ତାଙ୍କ ବିରୋଧରେ ଲେଖାଥିବା ପ୍ଲା କାର୍ଡ ଧରି ବିକ୍ଷୋଭ କରାଯାଇଥିଲା । ସୂଚନଯୋଗ୍ୟ ଯେ ନିକଟରେ ମେୟର ଶ୍ରୀମତୀ ଦାସ…