କଳିଙ୍ଗ ଷ୍ଟାଡ଼ିୟମ୍‌ରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡ଼ିୟମ୍‌ ଠାରେ ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହୋଇଯାଇଛି। ପ୍ରତିଯୋଗିତାର ଉଦ୍‌ଘାଟନୀ ସମାରୋହରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମସ୍ତ କ୍ରୀଡ଼ାବିତମାନଙ୍କର ଉତ୍ସାହ ବର୍ଦ୍ଧନ କରିଥିଲେ। ଅଲ୍‌ ଇଣ୍ଡିଆ ସିନିୟର ବ୍ୟାଡ଼ମିଣ୍ଟନ ରାଙ୍କିଙ୍ଗ ଟୁର୍ଣ୍ଣାମେଣ୍ଟର ଆୟୋଜନ ହେବା ଦ୍ୱାରା ସର୍ବ ଭାରତୀୟ ସ୍ତରରେ ବ୍ୟାଡ଼ମିଣ୍ଟନ ଖେଳାଳୀମାନେ ନିଜର ପ୍ରତିଭା ପ୍ରଦର୍ଶନ ପାଇଁ ଏକ ପ୍ରକୃଷ୍ଟ ମଞ୍ଚ ପାଇପାରିବା ସହିତ ପ୍ରତିଯୋଗିତାର ଆୟୋଜନ ମାଧ୍ୟମରେ କ୍ରୀଡ଼ା…

ବର୍ମିଂହାମ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତଙ୍କ ସଫଳତା

ଭୁବନେଶ୍ବର : ଯୁକ୍ତରାଷ୍ଟ୍ର ଆମେରିକାର ବର୍ମିଂହାମରେ ଅନୁଷ୍ଠିତ ହୋଇଥିବା ପ୍ରତିଷ୍ଠିତ ବିଶ୍ୱ ପୋଲିସ ଏବଂ ଅଗ୍ନିଶମ କ୍ରୀଡା ୨୦୨୫ରେ ଓଡ଼ିଶା ପୋଲିସର କ୍ରୀଡାବିତମାନେ ନିରନ୍ତର ଭାବେ ସଫଳତା ହାସଲ କରି ଚାଲିଛନ୍ତି। ଏହି  କ୍ରମରେ ୨ ଜଣ ଯୁବ କ୍ରୀଡାବିତ କରାଟେରେ  ରିତେଶ ରାୟ ସ୍ୱର୍ଣ୍ଣ ପଦକ ଏବଂ ଅଭିଷେକ ପଟ୍ଟନାୟକ ବ୍ରୋଞ୍ଚ  ପଦକ ବିଜୟୀ ହୋଇ ଓଡିଶା ପୋଲିସକୁ ଗୌରବାନ୍ଵିତ କରିଛନ୍ତି। ଓଡିଶା ପୋଲିସର କ୍ରୀଡ଼ାବିତମାନେ ଗତ ତିନି ଦିନ ମଧ୍ୟରେ 6 ଟି ସ୍ଵର୍ଣ…

ମୁଖ୍ୟଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବ ସ୍ତରୀୟ ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜନକୈନ୍ଦ୍ରିକ ଶାସନ ପରିଚାଳନା ପାଇଁ  ବୈଷୟିକ ଜ୍ଞାନକୌଶଳର ବ୍ୟାପକ ବ୍ୟବହାର ଉପରେ ମୁଖ୍ୟ ଶାସନ ଗୁରୁତ୍ୱ ଦେଇଛନ୍ତି । କାର୍ଯ୍ୟକାରୀ ହେଉଥିବା ଜନଶୁଣାଣି ବ୍ୟବସ୍ଥାରେ ବୈଷୟିକ ଜ୍ଞାନ କୌଶଳ କିପରି ସହାୟକ ହୋଇଛି, ସେ ସଂପର୍କରେ ବୈଠକରେ ସମୀକ୍ଷାକର।ଯାଇଥିଲା। ୨୦୨୪ ଜୁନ ମାସ ଠାରୁ ବିଭିନ୍ନ ମାଧ୍ୟମରେ ଗୃହୀତ ହୋଇଥିବା ଜନ ଅଭିଯୋଗ ମଧ୍ୟରେ ଅଦ୍ୟାବଧି …

ବିଶ୍ୱ ସଙ୍ଗୀତ ଦିବସ

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ମିଳିତ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ବିଶ୍ୱ ସଙ୍ଗୀତ ଦିବସ ପାଳନ କରାଯାଇଛି। କାର୍ଯ୍ୟକ୍ରମରେ କାର୍ତ୍ତିକ ଚନ୍ଦ୍ର ସାହୁ ଓ ସାଥୀଙ୍କ ଦ୍ୱାରା ଓଡ଼ିଶୀ କଣ୍ଠ ସଙ୍ଗୀତ, ଯାମିନୀ ରଞ୍ଜନ ଦାଶ ଓ ସାଥୀଙ୍କ ଦ୍ୱାରା ହିନ୍ଦୁସ୍ତାନୀ କଣ୍ଠ ସଙ୍ଗୀତ, ବାସୁଦେବ ସ୍ୱାଇଁଙ୍କ ଦ୍ୱାରା ବାଦ୍ୟଯନ୍ତ୍ର ଏବଂ ଦେବେନ୍ଦ୍ରନାଥ ଦାଶ ଓ ସାଥୀଙ୍କ ଦ୍ୱାରା ଦାସକାଠିଆ ପରିବେଷଣ…

ଡାଇରିଆ ମୁକାବିଲା: କଟକ, ଯାଜପୁର ଓ ଭଦ୍ରକରେ ବିଶେଷଜ୍ଞ ଟିମ୍ ର ଅନୁଧ୍ୟାନ

ଭୁବନେଶ୍ବର: ରାଜ୍ୟରେ ଡାଇରିଆ ସଂକ୍ରମଣର ତ୍ଵରିତ ମୁକାବିଲା ପାଇଁ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଡକ୍ଟର ମୁକେଶ ମହାଲିଙ୍ଗ, ମନ୍ତ୍ରୀ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଓ  ସୂଚନା ଓ ପ୍ରଯୁକ୍ତିବିଦ୍ୟାଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ବସିଥିଲା l ଯାଜପୁର, କଟକ, ଭଦ୍ରକ, ଢେଙ୍କାନାଳ, କେନ୍ଦୁଝର, କେନ୍ଦ୍ର୍ରାପଡା ଆଦି ଛଅଟି ଜିଲ୍ଲାର ଜିଲ୍ଲାପାଳମାନଙ୍କ ସହ ଆଭାସି ମାଧ୍ୟମରେ ଡାଇରିଆ ସ୍ଥିତି ଓ ମୁକାବିଲାର ବିଭିନ୍ନ ଦିଗ ଉପରେ ମାନ୍ୟବର ମନ୍ତ୍ରୀ…

ସମସ୍ତ ଜିଲ୍ଲାରେ ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଅନୁଷ୍ଠିତ

ଭୁବନେଶ୍ୱର: ପ୍ରତିବର୍ଷ ପରି ଜୁନ୍‌ ୧୮ ଓ ୧୯ ତାରିଖରେ ଓଡ଼ିଶାର ସମସ୍ତ ୩୦ଟି ଜିଲ୍ଲାରେ ବାର୍ଷିକ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ ଆୟୋଜିତ ହୋଇଯାଇଛି। ଏହି ଅଭ୍ୟାସର ମୂଳ ଉଦ୍ଦେଶ୍ୟ ଥିଲା ପ୍ରସ୍ତୁତିର ପରୀକ୍ଷା, ଯାଞ୍ଚ, ଜରୁରୀକାଳୀନ ପ୍ରତିକି୍ରୟା ଏବଂ ସୁରକ୍ଷିତ ବ୍ୟବସ୍ଥା ସୁନିଶ୍ଚିତ କରିବା ସହ ଭବିଷ୍ୟତରେ ଆପଦକାଳୀନ ସ୍ଥିତିର ମୁକାବିଲା ପ୍ରସ୍ତୁତି ତ୍ୱରାନ୍ୱିତ କରିବା। ୨୦୨୫ ଜୁନ୍‌ ୧୮ରେ ସମସ୍ତ ୩୦ଟି ଜିଲ୍ଲାର ଜିଲ୍ଲା ମୁଖ୍ୟାଳୟ ଏବଂ ସମସ୍ତ ବ୍ଲକ୍‌ ଏବଂ ପୌର ପରିଷଦ…

ରାଜ୍ୟରେ  ‘‘ଷ୍ଟପ୍-ଡାଇରିଆ’ଅଭିଯାନ ଆରମ୍ଭ

ଭୁବନେଶ୍ୱର: ବର୍ଷା ଋତୁରେ ଜଳବାହିତ ରୋଗ ଡାଇରିଆର ନିରାକରଣ ନିମନ୍ତେ ସାରା ରାଜ୍ୟରେ ଷ୍ଟପ ଡାଇରିଆ ଅଭିଯାନ ଆରମ୍ଭ କରାଯାଇଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡଃ ମୁକେଶ ମହାଲିଙ୍ଗ ଢେଙ୍କାନାଳ ଜିଲ୍ଲା ଭୁବନ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଠାରେ ଏହି ଅଭିଯାନର ଶୁଭ ଉଦଘାଟନ୍ କରି କହିଥିଲେ ଯେ ଲୋକଙ୍କର ସ୍ଵାସ୍ଥ୍ୟ ସୁରକ୍ଷା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାର୍ଗଦର୍ଶନରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ଵ ଦେଉଛନ୍ତି। ଡାଇରିଆ ଏକ ବର୍ଷା…

ଏଆଇ ମାଧ୍ୟମରେ ଜଳ ସଂପଦର ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନକୁ ଗୁରୁତ୍ୱ

ଭୁବନେଶ୍ୱର:  ରାଜ୍ୟ ଜଳ ସୂଚନା ବିଜ୍ଞାନ କେନ୍ଦ୍ର (ଏସଡବ୍ଲୁଆଇସି) ଏବଂ ଭୁବନେଶ୍ୱର ଆଇଆଇଟି ସହଯୋଗରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରି ଜଳ ସମ୍ପଦର ପରିଚାଳନା ଏବଂ ତଥ୍ୟ  ସଂଚାରଣ ଓ ଡିଜିଟାଇଜେସନର ଶ୍ରେଷ୍ଠ ଅଭ୍ୟାସ ଅବଲମ୍ବନ କରିବା  ସଂପର୍କିତ  ଏକ ବୈଷୟିକ  କର୍ମଶାଳା ଅନୁଷ୍ଠିତ  ହୋଇଯାଇଛି। ଏହି କର୍ମଶାଳାକୁ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗ ଉଦ୍ଘାଟନ କରିବା ସହିତ ଜଳ ସମ୍ପଦ ପରିଚାଳନା…

ଭୁବନେଶ୍ୱର – ଆବୁଧାବି ସିଧାସଳଖ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳ ଆରମ୍ଭ କରାଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ଭୁବନେଶ୍ୱରରୁ ଆବୁଧାବିକୁ ସିଧାସଳଖ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଭୁବନେଶ୍ୱରରୁ ଆବୁଧାବିକୁ ଏହି ବିମାନ ସେବା  ଇଣ୍ଡିଗୋ ଏୟାର ଲାଇନ୍ସ ଜରିଆରେ ଆରମ୍ଭ କରାଯାଇଛି। ଏହା ସିଧାସଳଖ ଆବୁଧାବିକୁ ଯାତ୍ରା କରିବ। ସୂଚନାଯୋଗ୍ୟ ଯେ, ସପ୍ତାହରେ ପ୍ରତ୍ୟେକ ମଙ୍ଗଳବାର, ଗୁରୁବାର ଓ ଶନିବାର ଏହି ବିମାନସେବା ଉପଲବ୍ଧ ହେବ। ୧୮୦ ଜଣ ଯାତ୍ରୀ…

ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଶ୍ରାବଣୀ ନନ୍ଦ ସମ୍ବର୍ଦ୍ଧିତ

ଭୁବନେଶ୍ୱର: ଏସିଆନ୍‌ ଆଥଲେଟିକ୍ସ ଚାମ୍ପିୟନସିପ୍- ୨୦୨୫ରେ ୪x୧୦୦ ରିଲେ ଦୌଡ଼ରେ ରୌପ୍ୟ ପଦକ ଅର୍ଜନ କରି ଆମ ଦେଶ ଓ ରାଜ୍ୟ ପାଇଁ ସୁନାମ ଅର୍ଜନ କରିଥିବା ଓଡ଼ିଆ କ୍ରୀଡ଼ାବିତ୍‌ ଶ୍ରାବଣୀ ନନ୍ଦଙ୍କୁ ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଆଜି ସମ୍ବର୍ଦ୍ଧିତ କରାଯାଇଛି। ଶ୍ରାବଣୀ ନନ୍ଦଙ୍କୁ ୨.୫ଲକ୍ଷ ଟଙ୍କାର ପୁରସ୍କାର ରାଶି ପ୍ରଦାନ କରାଯାଇଛି। ଶ୍ରାବଣୀଙ୍କ ସଫଳତା ପାଇଁ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରାବଣୀଙ୍କ ସଫଳତା ଓଡ଼ିଶାର ସମସ୍ତ କ୍ରୀଡ଼ାବିତ…