ଗ୍ରୀଷ୍ମ ପ୍ରବାହ ମୁକାବିଲା : ଏସଓପିର କଡ଼ାକଡ଼ି ଅନୁପାଳନ ପାଇଁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର: ଆସନ୍ନ ଗ୍ରୀଷ୍ମ ପ୍ରବାହର ମୁକାବିଲା ପାଇଁ ବିଭାଗୀୟ ପ୍ରସ୍ତୁତି ଏବଂ ମାର୍ଗଦର୍ଶିକା (SOP) ର ଏକ ଉଚ୍ଚସ୍ତରୀୟ ସମୀକ୍ଷା ଖାରବେଳ ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର ଏହି ବୈଠକରେ ପୌର ପ୍ରଶାସନର ପ୍ରସ୍ତୁତିର ବିସ୍ତୃତ ସମୀକ୍ଷା କରିଛନ୍ତି। ବୈଠକ ପ୍ରାରମ୍ଭରେ ପୌର ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ଆଲୋଚ୍ୟ ସୂଚୀ ଉପସ୍ଥାପନ କରିବା ସହ ଗ୍ରୀଷ୍ମ ପ୍ରବାହ ପାଇଁ…


