‘ପାନୀୟଜଳ ହେଉଛି ପ୍ରତ୍ୟେକ ଲୋକଙ୍କର ଆବଶ୍ୟକତା’

ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ସମୀକ୍ଷା ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଗ୍ରାମୀଣ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ସ୍ଥିତି ସଂପର୍କରେ ଗତକାଲି ଗୁରୁବାର ମୁଖ୍ୟ ଶାସନ ସଚିବ  ମନୋଜ ଆହୁଜା ଲୋକସେବା ଭବନରେ ସମୀକ୍ଷା କରିଛନ୍ତି। ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ କମିଶନର ତଥା ଶାସନ ସଚିବ ଗିରୀଶ ଏସ୍‌. ଏନ୍‌ , ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ବିନୀତ ଭରଦ୍ୱାଜଙ୍କ ସମେତ ବିଭାଗର ଅନ୍ୟ ବରିଷ୍ଠ ପଦାଧିକାରୀମାନେ…

‘ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ସମାଜ ସଂସ୍କାରକ’

ଭୁବନେଶ୍ୱର: ଅହିଲ୍ୟାବାଈ କେବଳ ଶାସକ ନଥିଲେ, ସେ ଥିଲେ ଜଣେ ସମାଜ ସଂସ୍କାରକ। ତାଙ୍କ ଜୀବନ ଓ କାର୍ଯ୍ୟ ଆମ ପାଇଁ ଏକ ପ୍ରେରଣାର ଉତ୍ସ ଏବଂ ସେ ନାରୀ ଶକ୍ତି, ସୁଶାସନ ଓ ସମାଜ ସେବାର ଏକ ଅନନ୍ୟ ଉଦାହରଣ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ଥାନୀୟ ଜୟଦେବ ଭବନ ଠାରେ ଆୟୋଜିତ ପୂଣ୍ୟଶ୍ଳୋକା ମହାରାଣୀ ଅହିଲ୍ୟାବାଈ ହୋଲକରଙ୍କ ୩୦୦ ତମ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନ ଅବସରରେ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେଯେ, ଅହିଲ୍ୟାବାଈ…

ବିଶ୍ୱ ତମାଖୁ ନିଷେଧ ଦିବସ

4ଟି ପର୍ଯ୍ୟାୟରେ ଆରମ୍ଭ ହେଲା ବର୍ଷବ୍ୟାପୀ ସଚେତନତା କାର୍ଯ୍ୟକ୍ରମ ଭୁବନେଶ୍ୱର: ଭାରତରେ ପ୍ରାୟ ବର୍ଷକୁ ୧୪ ଲକ୍ଷ ଲୋକ ତମାଖୁ ସେବନ ଯୋଗୁ ଜୀବନ ହରାଉଛନ୍ତି। ପ୍ରତି ବର୍ଷ ଭାରତରେ ବିଭିନ୍ନ କାରଣରୁ ଯେତିକି ମୃତ୍ୟୁ ହେଉଛି, ତା’ର ପ୍ରାୟ ୧୦ ପ୍ରତିଶତ କେବଳ ତମାଖୁଜନିତ । ଜନସାଧାରଣ, ବିଶେଷକରି ଯୁବ ସମାଜ ଏଥିରୁ କିପରି ମୁକ୍ତି ପାଇବେ, ସେ ବିଷୟକୁ ଆଜି ଗମ୍ଭିରତାର ସହ ନେବାର ସମୟ ଆସିଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ତଥ୍ୟ ବ୍ୟାଖ୍ୟା ଏବଂ ଅର୍ଥନୈତିକ ଫଳାଫଳ ବିଶ୍ଳେଷଣ ଉପରେ କ୍ଷମତା ସୁଦୃଢ଼ୀକରଣ ତାଲିମ

ଭୁବନେଶ୍ୱର: କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାର ଓ ଅନ୍ତର୍ଜାତୀୟ ଖାଦ୍ୟ ନୀତି ଗବେଷଣା ପ୍ରତିଷ୍ଠାନ (IFPRI)ର ମିଳିତ ଆନୁକୂଲ୍ୟରେ, “ତଥ୍ୟ ବ୍ୟାଖ୍ୟା ଏବଂ ଅର୍ଥନୈତିକ ଫଳାଫଳ ବିଶ୍ଳେଷଣ ଉପରେ କ୍ଷମତା ସୁଦୃଢ଼ୀକରଣ ତାଲିମ” ଶୀର୍ଷକ ପ୍ରଶିକ୍ଷଣର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି । ଭୁବନେଶ୍ୱରରେ ଅନୁଷ୍ଠିତ ଏହି ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମର ଲକ୍ଷ୍ୟ ଥିଲା ବିଭାଗୀୟ ଅଧିକାରୀ ଏବଂ ଅଂଶୀଦାରମାନଙ୍କୁ କୃଷି ନୀତି ପ୍ରଣୟନ ଏବଂ କ୍ଷେତ୍ର-ସ୍ତରୀୟ ଯୋଜନାରେ ସଂଯୋଜିତ କରିବା।…

ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ କେନ୍ଦୁଝର ଜିଲ୍ଲା ଗସ୍ତ

କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶକ୍ରମେ ନଗର ଉନ୍ନୟନ ଓ ଗୃହ ନିର୍ମାଣ, ବାଣିଜ୍ୟ ଏବଂ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀଙ୍କ ନେତୃତ୍ୱରେ ଏକ ବରିଷ୍ଠ ଅଧିକାରୀଙ୍କ ଦଳ କେନ୍ଦୁଝର ଗସ୍ତ କରି ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ପ୍ରଥମେ ଶ୍ରୀମତୀ ପାଢ଼ୀ କେନ୍ଦୁଝର ପୌରପାଳିକା ୯ ନମ୍ବର ୱାର୍ଡ ଅନ୍ତର୍ଗତ ସ୍ପଞ୍ଜ କଲୋନି ପରିଦର୍ଶନରେ ଯାଇ ଦୀର୍ଘ ଦିନ ଧରି ଲାଗି ରହିଥିବା ଜଳବନ୍ଦୀ ଏବଂ ଡ୍ରେନେଜ୍ ସମସ୍ୟାର କାରଣ ଅନୁସନ୍ଧାନ…

୨୦୨୫ ବର୍ଷ ପାଇଁ ବନ୍ୟାପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ୨୦୨୫ବର୍ଷ ପାଇଁ  ବନ୍ୟାପ୍ରସ୍ତୁତି ବୈଠକ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯ।ଇଛି । ବୈଠକରୁ ଜଣାଯାଇଛି ଯେ, ବନ୍ୟା ପରିଚାଳନା ପାଇଁ ସମସ୍ତ ଡିଭିଜନ, ସର୍କଲ ଏବଂ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ବନ୍ୟା ନିୟନ୍ତ୍ରଣ କକ୍ଷଗୁଡ଼ିକ ୧ଜୁନ୍ ୨୦୨୫ରୁ ୩୧ ଅକ୍ଟୋବର ୨୦୨୫ ପର୍ଯ୍ୟନ୍ତ ଚବିଶ ଘଣ୍ଟିଆ(୨୪x୭) କାର୍ଯ୍ୟକ୍ଷମ ହେବ ଏବଂ ତତସହିତ ସର୍ବୋଚ୍ଚ ଯନ୍ତ୍ରୀ, ଜଳସମ୍ପଦ ବିଭାଗ, ସେଚ ସଦନ…

ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫

ଭୁବନେଶ୍ୱର: ଓଡିଶା ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ, ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ, ପୁରୀରେ ଦି ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା ସଂସ୍କାରକୁ ଆଗକୁ ବଢାଇବା ଏବଂ ପରିବାର-ଭିତ୍ତିକ ଯତ୍ନର ଏକ ମୂଳ ସ୍ତମ୍ଭ ଭାବରେ ପୋଷ୍ୟ ସନ୍ତାନ ଗ୍ରହଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନୀତି ନିର୍ଦ୍ଧାରକ, ଆଇନ ବିଶେଷଜ୍ଞ,…

ବର୍ଷାଋତୁକାଳୀନ ରୋଗ ନିୟନ୍ତ୍ରଣ ନିମନ୍ତେ ପ୍ରସ୍ତୁତି

ଭୁବନେଶ୍ୱର: ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ପ୍ରାକ-ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ଏହି ପରିପ୍ରେକ୍ଷୀରେ ବିଭାଗୀୟ ସମ୍ମିଳନୀ କକ୍ଷଠାରେ କମିଶନର-ତଥା-ଶାସନ ସଚିବ ଅଶ୍ୱତୀ ଏସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ଅଧିନସ୍ଥ ବିଭିନ୍ନ ନିର୍ଦ୍ଦେଶାଳୟ ଦ୍ଵାରା ବର୍ତ୍ତମାନ ପର୍ଯ୍ୟନ୍ତ କରାଯାଇଥିବା ବିଭିନ୍ନ ପ୍ରସ୍ତୁତିର ସେ ସମୀକ୍ଷା କରି ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ସଘନ କରିବା ସହ…

ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟ…

 ‘ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ’

ଭୁବନେଶ୍ୱର: ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ ବୋଲି ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ପାଳନ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ଆଇନା ଏନଜିଓ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ସହଭାଗିତାରେ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଋତୁସ୍ରାବ, ମହିଳାମାନଙ୍କୁ ଈଶ୍ବରଙ୍କ…