‘ସୁଭଦ୍ରା’ ହିତାଧିକାରୀମାନଙ୍କ ସାମଗ୍ରିକ ଆର୍ଥିକ ସଶକ୍ତିକରଣ ଉପରେ ଗୁରୁତ୍ୱ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ‘ସୁଭଦ୍ରା’ ରାଜ୍ୟସ୍ତରୀୟ ପରିଚାଳନା ଓ ତଦାରଖ କମିଟି ବୈଠକ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ସୁଭଦ୍ରା ଯୋଜନାର ପ୍ରଭାବୀ କାର୍ଯ୍ୟକାରିତା ସମ୍ପର୍କରେ ସମୀକ୍ଷା ଓ ତଦାରଖ କରିବା ସହ ଯୋଜନାର ଆଗାମୀ କାର୍ଯ୍ୟାନ୍ଵୟନ ଉପରେ ସୁଚିନ୍ତିତ ପରାମର୍ଶ ପ୍ରଦାନ କରିଥିଲେ। ସୁଭଦ୍ରା ହିତାଧିକାରୀମାନେ ସରକାରଙ୍କ ଅନ୍ୟ ବିଭିନ୍ନ ଯୋଜନାରୁ ଲାଭ ଉଠାଇ କିପରି ସାମଗ୍ରିକ…

ବୃକ୍ଷ ରୋପଣ ପରେ ଏହାର ସୁରକ୍ଷା ଓ ଯତ୍ନ ପ୍ରତି ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୭୫ ବର୍ଷରେ ପ୍ରଦାର୍ପଣ କରିବାକୁ ଯାଉଛନ୍ତି। ଦେଶପ୍ରତି, ବିଶେଷକରି ଓଡିଶା ପ୍ରତି, ପ୍ରଧାନମନ୍ତ୍ରୀଙ୍କ ଅନେକ ଅବଦାନ ରହିଛି। ଗତବର୍ଷ ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ଓଡିଶା ଆସି ଆମର ମା ମାନଙ୍କ ସମ୍ମାନରେ ସୁଭଦ୍ରା ଯୋଜନା ଆରମ୍ଭ କରିଥିଲେ। ଓଡିଶାର ବିକାଶ ପ୍ରତି ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତା, ଓଡିଶାବାସୀଙ୍କ ପ୍ରତି ସଦିଚ୍ଛାର ସମ୍ମାନ ଜଣାଇ ଏକ୍ ପେଡ୍ ମା କେ ନାମ୍ ଅଭିଯାନରେ ସେପ୍ଟେମ୍ବର ୧୭ ତାରିଖରେ…

ପୋଶ ଆଇନ ୨୦୧୩ ସମ୍ବନ୍ଧରେ ରାଜ୍ୟସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ(ସୁରକ୍ଷା, ନିଷେଧ ଓ ନିବାରଣ) ଆଇନ ୨୦୧୩ ସମ୍ବନ୍ଧରେ ଏକ ସମ୍ବେଦନଶୀଳ ଓ ଦକ୍ଷତା ବୃଦ୍ଧି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାସ୍ତରୀୟ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷିତ କରି ସମସ୍ତ ଜିଲ୍ଲାରେ ଥିବା ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)ସଦସ୍ୟମାନଙ୍କୁ ପ୍ରଭାବଶାଳୀ ଭାବରେ ପୋଶ ଆଇନ ବିଷୟରେ ଶିକ୍ଷା ଦେବା ଏହି ପ୍ରଶିକ୍ଷଣର ମୁଖ୍ୟ ଉଦ୍ଦେଶ୍ୟ। ମହିଳା…

ରାଜ୍ୟରେ ଅଭିଭାବକ ଶିକ୍ଷକ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ଚଳିତ ଶିକ୍ଷାବର୍ଷ ୨୦୨୫-୨୬ର ଦ୍ୱିତୀୟ ଅଭିଭାବକ, ଶିକ୍ଷକ-ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ କମିଟି ବୈଠକ ସାରା ରାଜ୍ୟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ “ଆସ ସ୍କୁଲ ଯିବା ଅଭିଯାନ”, ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ପାଇଁ ନିରାପଦ ପରିବେଶ ସୃଷ୍ଟି, ବାଳିକାମାନଙ୍କର ସୁରକ୍ଷା ଓ ନିରାପତ୍ତା ପାଇଁ ସଚେତନତା ଓ କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କ ପାଇଁ ସୁରକ୍ଷାକୁ ସୁନିଶ୍ଚିତ କରିବା, ମାଆ ପାଇଁ ଗଛଟିଏ ୨.୦, କୈଶୋର ଛାତ୍ରୀମାନଙ୍କ ପାଇଁ ଇନ୍‌ସିନେରେଟର ଓ ଭେଣ୍ଡିଂ ମେସିନ୍‌ର…

ଅଗଷ୍ଟ ୧ରୁ ୧୫ ଯାଏଁ “ଆସ ଯିବା ଅଙ୍ଗନବାଡି”ଅଭିଯାନ

ଭୁବନେଶ୍ୱର: ତୃଣମୂଳସ୍ତରରେ ସିଡିପିଓମାନଙ୍କ ଦକ୍ଷତା ହିଁ ଆମର ଶକ୍ତି। ବିକଶିତ ଓଡ଼ିଶା ୨୦୩୬ରେ ଓଡ଼ିଶାକୁ ଏକ ଅପପୁଷ୍ଟି ମୁକ୍ତ ରାଜ୍ୟରେ ପରିଣିତ କରିବା ହେଉଛି ଆମର ଲକ୍ଷ୍ୟ। ଏହି ଲକ୍ଷ୍ୟ ପୂରଣ ଦିଗରେ ଶିଶୁ ପ୍ରକଳ୍ପ ଅଧିକାରୀମାନଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ଵପୂର୍ଣ୍ଣ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ଲୋକସେବା ଭବନ ସମ୍ମେଳନ କକ୍ଷରେ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ(ସିଡିପିଓ)ମାନଙ୍କ ନିମନ୍ତେ ଏକଦିବସୀୟ ଦକ୍ଷତା ବିକାଶ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଉଦଘାଟନ ଅବସରରେ…

ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବI ଏଥିସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବI ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ପ୍ରମୁଖ ରାଜ୍ୟ ଗୁଡିକରେ ମନ୍ଦିର ପରିଚାଳନାକୁ ଅନୁଧ୍ୟାନ କରାଯାଇ ଓଡିଶା ଲାଗି ସର୍ବୋତ୍ତମ ନୀତି ପ୍ରଣୟନ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ।  ଅନ୍ୟାନ୍ୟ ଅତିଥି ଭାବେ ନରେଶ…

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ୩ଟି ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି…

ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଆମର ଲକ୍ଷ୍ୟ : ମନ୍ତ୍ରୀ

ଭୁବନେଶ୍ୱର: ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ସ୍ଥାନୀୟ କୃଷି ଭବନ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ଅଧ୍ୟକ୍ଷତା କରି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନିଷ୍ଠାପର ଉଦ୍ୟମ କରିବା ପାଇଁ ମନ୍ତ୍ରୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଆମକୁ ଆତ୍ମନିର୍ଭରଶୀଳ ସହ ମାଛ, ମାଂସ, କ୍ଷୀର,…

OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ସମ୍ପୃକ୍ତ ଛଅ ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ଯରେ ଆୟୋଜିତ ହେବାକୁ ଥିବା  OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି  କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ସମ୍ପୃକ୍ତ ଥିବା ଛଅ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡିଜିପି, କ୍ରାଇମବ୍ରାଞ୍ଚ, ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ମାଧ୍ଯମିକ ଶିକ୍ଷା ପରିଷଦର ଡାଟା ଏଣ୍ଟ୍ରି ଅପରେଟର (୧) ଜିତନ ମହାରଣା ,କଛାପଡା, ସିମୁଳିଆ, ବାଲେଶ୍ଵର (୨)…