ରାଜ୍ୟରେ ସର୍ବୋତ୍ତମ ମନ୍ଦିର ପରିଚାଳନା ନେଇ ଆସିବ ମାର୍ଗଦର୍ଶିକା: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର: ରାଜ୍ୟରେ ଥିବା ପୁରାତନ ମନ୍ଦିର ଗୁଡିକର ଶୃଙ୍ଖଳିତ ରୀତିନୀତି ଓ ପରିଚାଳନା ନେଇ ସର୍ବୋତ୍ତମ ନୀତି ଆସିବI ଏଥିସହିତ ମନ୍ଦିରର ଉନ୍ନତିକରଣ ଓ ସଂରକ୍ଷଣକୁ ମଧ୍ୟ ଗୁରୁତ୍ୱ ଦିଆଯିବI ଏଥିଲାଗି ଅନ୍ୟ ରାଜ୍ୟ ଯଥା ଉତ୍ତରପ୍ରଦେଶ, ଉତ୍ତରାଖଣ୍ଡ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁ ଭଳି ପ୍ରମୁଖ ରାଜ୍ୟ ଗୁଡିକରେ ମନ୍ଦିର ପରିଚାଳନାକୁ ଅନୁଧ୍ୟାନ କରାଯାଇ ଓଡିଶା ଲାଗି ସର୍ବୋତ୍ତମ ନୀତି ପ୍ରଣୟନ କରାଯିବ ବୋଲି ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ମତବ୍ୟକ୍ତ…

ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ୩ ଦିନିଆ ତାଲିମ

ଭୁବନେଶ୍ୱର: ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩  ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି। ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଇନ୍ଦ୍ରମଣୀ ତ୍ରିପାଠୀ ଉଦଘାଟନ କରିଥିଲେ। ଶ୍ରମ ବିଭାଗର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ।  ଅନ୍ୟାନ୍ୟ ଅତିଥି ଭାବେ ନରେଶ…

ବାଲେଶ୍ୱର, ଭଦ୍ରକ ଓ ଯାଜପୁର ୩ଟି ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏବଂ ସ୍ୱତନ୍ତ୍ର ରିଲିଫ କମିଶନର ଦେଓ ରଞ୍ଜନ କୁମାର ସିଂହ ମଧ୍ୟ ଉପସ୍ଥିତ ଥିଲେ। ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ଲୋକସେବା ଭବନରେ ଗଣମାଧ୍ୟମ ନିକଟରେ ବିବୃତ୍ତି ରଖି ମୁଖ୍ୟମନ୍ତ୍ରୀ କହିଥିଲେ ୩ଟି ଜିଲ୍ଲାର ୮ଟି…

ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ଆମର ଲକ୍ଷ୍ୟ : ମନ୍ତ୍ରୀ

ଭୁବନେଶ୍ୱର: ଜିଲ୍ଲା ମୁଖ୍ୟ ପ୍ରାଣିଚିକିତ୍ସା ଅଧିକାରୀଙ୍କ ସମୀକ୍ଷା ବୈଠକ ସ୍ଥାନୀୟ କୃଷି ଭବନ ଅଡିଟୋରିୟମଠାରେ ଅନୁଷ୍ଠିତ ହୋଇଯାଇଛି। ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ତଥା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ଅଧ୍ୟକ୍ଷତା କରି ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ। ମାଛ, କ୍ଷୀର, ଅଣ୍ଡା ଉତ୍ପାଦନରେ ରାଜ୍ୟକୁ ଆତ୍ମନିର୍ଭରଶୀଳ କରିବା ପାଇଁ ନିଷ୍ଠାପର ଉଦ୍ୟମ କରିବା ପାଇଁ ମନ୍ତ୍ରୀ ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଆମକୁ ଆତ୍ମନିର୍ଭରଶୀଳ ସହ ମାଛ, ମାଂସ, କ୍ଷୀର,…

OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାରେ ସମ୍ପୃକ୍ତ ଛଅ ଜଣ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (BSE), ଓଡିଶା ଆନୁକୁଲ୍ଯରେ ଆୟୋଜିତ ହେବାକୁ ଥିବା  OTET-2025 ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ଘଟଣାର ପର୍ଦ୍ଦାଫାସ କରିଛି  କ୍ରାଇମବ୍ରାଞ୍ଚ। ଏହି ଘଟଣାରେ ସମ୍ପୃକ୍ତ ଥିବା ଛଅ ଜଣ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଛି ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଡିଜିପି, କ୍ରାଇମବ୍ରାଞ୍ଚ, ବିନୟତୋଷ ମିଶ୍ର ସୂଚନା ଦେଇଛନ୍ତି। ଗିରଫ ଅଭିଯୁକ୍ତ ମାନେ ହେଉଛନ୍ତି ମାଧ୍ଯମିକ ଶିକ୍ଷା ପରିଷଦର ଡାଟା ଏଣ୍ଟ୍ରି ଅପରେଟର (୧) ଜିତନ ମହାରଣା ,କଛାପଡା, ସିମୁଳିଆ, ବାଲେଶ୍ଵର (୨)…

ଜିଲ୍ଲା ମତ୍ସ୍ୟ ଅଧିକାରୀଙ୍କ ସମୀକ୍ଷା ବୈଠକ ଅନୁଷ୍ଠିତ

ଭୁବନେଶ୍ୱର: ସ୍ଥାନୀୟ କୃଷିଭବନ ଅଡିଟୋରିଅମଠାରେ ମାନ୍ୟବର ମତ୍ସ୍ୟ ଓ ପ୍ରାଣୀସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳନନ୍ଦ ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ମତ୍ସ୍ୟ ଅଧିକାରୀମାନଙ୍କର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୀକ୍ଷା ବୈଠକରେ ୩୦ ଗୋଟି ଜିଲ୍ଲାର ଜିଲ୍ଲା ମତ୍ସ୍ୟ ଅଧିକାରୀ ଯୋଗ ଦେଇଥିଲେ। ଏଥିରେ ମନ୍ତ୍ରୀ ରାଜ୍ୟରେ କାର୍ଯ୍ୟକାରୀ ହେଉଥିବା ପ୍ରମୁଖ ଯୋଜନା ମୁଖ୍ୟମନ୍ତ୍ରୀ ମତ୍ସ୍ୟଜୀବୀ କଲ୍ୟାଣ ଯୋଜନା (MMKY)  ଏବଂ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା (PMMSY) ଅଧୀନରେ…

ପୋଶ ଆଇନ ପ୍ରଶିକ୍ଷଣରେ ଭାଗନେଲେ ରାଜ୍ୟ ସରକାରଙ୍କ ବିଭାଗୀୟ ଓ କ୍ଷେତ୍ର ଅଧିକାରୀବୃନ୍ଦ

ଭୁବନେଶ୍ୱର: ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଳିତ ଜାତିସଂଘ ଜନସଂଖ୍ୟା ପାଣ୍ଠିର ସହଭାଗିତାରେ କର୍ମକ୍ଷେତ୍ରରେ ମହିଳାମାନଙ୍କ ପ୍ରତି ଯୌନ ଉତ୍ପୀଡନ (ନିବାରଣ, ନିଷେଧ ଓ ପ୍ରତିକାର) ଆଇନ, ୨୦୧୩ ସମ୍ବନ୍ଧରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗ ଓ କ୍ଷେତ୍ରର ଆଭ୍ୟନ୍ତରୀଣ ସମିତି(ଇଣ୍ଟରନାଲ କମିଟି)  ସଦସ୍ୟମାନଙ୍କ ପାଇଁ ଏକ ଆଭାଷୀ ପ୍ରଶିକ୍ଷଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏହି ପ୍ରଶିକ୍ଷଣ ବୈଠକ ଆୟୋଜିତ ହୋଇଥିଲା। ଏଥିରେ ରାଜ୍ୟର…

ଦୁର୍ଗମ ଜିଲ୍ଲାକୁ ଯୋଗାଯୋଗ ଏବଂ ପରିବହନକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ଵର: ରାଜ୍ୟ କନଭେନସନ କେନ୍ଦ୍ର ଠାରେ ଯୋଜନା ଏବଂ ସଂଯୋଜନ ବିଭାଗ ପକ୍ଷରୁ ଆୟୋଜିତ ସମ୍ପୂର୍ଣ୍ଣତା ଅଭିଯାନ ସମ୍ମାନ ସମାରୋହରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ସପ୍ତାହ ବ୍ୟାପି ଆକାଂକ୍ଷା ହାଟ ଅଭିଯାନ ଆରମ୍ଭ କରିବା ପାଇଁ ଘୋଷଣା କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ,  ସ୍ଥାନୀୟ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଆସ୍ପିରେସନାଲ ଜିଲ୍ଲା ଏବଂ ବ୍ଲକ କାର୍ଯ୍ୟକ୍ରମ ଏକ ସଫଳ ମଡେଲ ସାବ୍ୟସ୍ତ ହୋଇଛି ବୋଲି କହିବା ସହିତ ଆଗାମୀ ଦିନ…

ମହିଳା ନେତୃତ୍ୱାଧୀନ ବୟନ ଉଦ୍ୟୋଗକୁ ପ୍ରୋତ୍ସାହନ

ଭୁବନେଶ୍ୱର: ଓଡ଼ିଶାର ବୟନ ପରମ୍ପରାକୁ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀର ସଦସ୍ୟାମାନେ ଆଗକୁ ନେଉଛନ୍ତି ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ମିଶନ ଶକ୍ତି ଭବନର ଅଡିଟରିୟମ ହଲରେ ଉପ-ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡାଙ୍କ ଉପସ୍ଥିତିରେ ବୁଣାକାର ମା ଓ ଭଉଣୀମାନଙ୍କୁ ସଶକ୍ତ କରିବା ଉଦ୍ଦେଶ୍ୟରେ ମିଶନ ଶକ୍ତି  ବିଭାଗ ସହ କେନ୍ଦ୍ର ସରକାରଙ୍କ ହସ୍ତତନ୍ତ ବିକାଶ ଆୟୋଗ ଅଧୀନରେ ଥିବା ବୁଣାକାର ସେବା କେନ୍ଦ୍ର(weavers’ service centre)ର ଏକ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଯାଇଛି। ଏହି…

ଶିଳ୍ପାଞ୍ଚଳର ବ୍ୟାପକ ଉନ୍ନତିକରଣ ଓ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ଗୁରୁତ୍ୱାରୋପ

ଭୁବନେଶ୍ୱର: ଓଡିଶା ସରକାରଙ୍କ ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ ଜଗତପୁର ଓ ଚୌଦ୍ୱାର ଶିଳ୍ପାଞ୍ଚଳ ପରିଦର୍ଶନରେ ଯାଇ ବିଭିନ୍ନ ଶିଳ୍ପ ଅନୁଷ୍ଠାନ ଓ ଉଦ୍ୟୋଗଗୁଡିକୁ ବୁଲି ଦେଖିବା ସହ ସ୍ଥାନୀୟ ଅଂଚଳର ବ୍ୟାପକ ଉନ୍ନତିକରଣ ଓ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ଉପରେ ସେ ଗୁରୁତ୍ୱାରୋପ କରିଛନ୍ତି। ମନ୍ତ୍ରୀ ଶ୍ରୀ ସ୍ୱାଇଁ ଇନ୍ଦ୍ରାଣୀ ପାଟଣାରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ସହଯୋଗରେ ପରିଚାଳିତ କମନ ଫାସିଲିଟି…