କଫ୍ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସର କଠୋର ପଦକ୍ଷେପ
ଭୁବନେଶ୍ୱର : ବେଆଇନ କଫ୍ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା ପାଇଁ ଓଡିଶା ପୋଲିସ କଠୋର ପଦକ୍ଷେପ ଗ୍ରହଣ କରୁଛି। ବିଗତ କିଛି ଦିନ ମଧ୍ୟରେ ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଅଭିଯାନ କରାଯାଇ ବିପୁଳ ପରିମାଣର କଫ୍ ସିରପ ଜବତ ସହିତ ଚୋରା ଚାଲାଣରେ ସମ୍ପୃକ୍ତ ଅଭିଯୁକ୍ତମାନଙ୍କୁ ଗିରଫ କରିବାରେ ସଫଳ ହୋଇଛି। ମୋଟ ୬୧ଟି ମାମଲା ରୁଜୁ କରାଯିବା ସହ ମୋଟ ୭୩,୧୮୧ ବୋତଲ ନିଶାଦ୍ରବ୍ୟ ମିଶ୍ରିତ କଫ ସିରପ ଜବତ କରାଯାଇଛି।…


