‘ବୈଶ୍ବିକ ଫୋରମ୍ରେ ଛାତ୍ରଛାତ୍ରୀ ଆମ ରାଜ୍ୟ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଛନ୍ତି’
ଭୁବନେଶ୍ୱର : ଟୋକିଓ ବୈଶ୍ବିକ ବିତ୍ତ ଫୋରମ୍ରେ ଓଡ଼ିଶାର ପ୍ରତିନିଧିତ୍ୱ କରିଥିବା ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଟୋକିଓରେ ଛାତ୍ରଛାତ୍ରୀମାନଙ୍କର ଚମତ୍କାର ପ୍ରଦର୍ଶନ ନିମନ୍ତେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି ଯେ, “ଆମ ଛାତ୍ରଛାତ୍ରୀଙ୍କ ସଫଳତାକୁ ନେଇ ଆମେ ଗର୍ବିତ। ବୈଶ୍ବିକ ବିତ୍ତ ଫୋରମ୍ରେ ନିଜର ନବ ସୃଜନ ଓ ନୂତନ ଉଦ୍ୟମର ପ୍ରଦର୍ଶନ ମାଧ୍ୟମରେ ଛାତ୍ରଛାତ୍ରୀମାନେ…


