‘ପ୍ରତି ଗାଁରେ 5ଜଣ ଲକ୍ଷପତି ଦିଦି ସୃଷ୍ଟି ହେବେ ‘
ନିମାପଡ଼ା: ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ନିମାପଡ଼ାସ୍ଥିତ ନୂଆ ବାରବାଟୀ ପଡ଼ିଆ ଇଣ୍ଡୋର ଷ୍ଟାଡିୟମରେ ପ୍ରଥମ କରି ଆୟୋଜିତ ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଉଦଘାଟନ ହୋଇଯାଇଛି । ‘ଉତ୍କର୍ଷ ନିମାପଡ଼ା’ ସମ୍ମିଳନୀର ଶୁଭାରମ୍ଭ ଅବସରରେ ପ୍ରଥମେ ପି ଏମ ଶ୍ରୀ ନିମାପଡ଼ା ଉଚ୍ଚ ବିଦ୍ୟାଳୟ ପରିସରରେ ଭାରତୀୟ ସେନାର ସମ୍ମାନାର୍ଥେ “ଏକ ପେଡ୍ ସେନା କେ ନାମ୍ ” ପରିପ୍ରେକ୍ଷୀରେ ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପାଟି ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ…
