୨୦୧ଟି ଗ୍ରୀଡ୍ ସମ୍ପର୍କିତ ସମସ୍ତ ତଥ୍ୟ ଓଡ଼ିଶା ଗ୍ରୀଡ୍ ଇନସାଇଟ୍ ପୋର୍ଟାଲରେ ଉପଲବ୍ଧ ରହିବ
ଭୁବନେଶ୍ୱର : ଲୋକସେବା ଭବନ ଠାରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ, ଶକ୍ତି ଏବଂ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, କନକ ବର୍ଦ୍ଧନ ସିଂହଦେଓ ଓପିଟିସିଏଲ୍ ଦ୍ୱାରା ନିର୍ମିତ ଓଡ଼ିଶା ଗ୍ରୀଡ୍ ଇନସାଇଟ୍ (ଓଗ୍ରୀ ପୋର୍ଟାଲ- ogri.optcl.co.in)ର ଶୁଭାରମ୍ଭ କରିଛନ୍ତି। ରାଜ୍ୟରେ ଥିବା ୨୦୧ଟି ଗ୍ରୀଡ୍ ସମ୍ପର୍କିତ ସମସ୍ତ ଭୌଗଳିକ ଏବଂ ବୈଷୟିକ ତଥ୍ୟ ଏହି ୱେବସାଇଟରେ ଉପଲବ୍ଧ ରହିବ। ଗ୍ରୀଡ୍ ର ଟ୍ରାନ୍ସଫରମେସନ କ୍ଷମତା, ବିଦ୍ୟୁତ୍ ଉପଲବ୍ଧତା, ବର୍ତ୍ତମାନ କେତେ ଲୋଡ ରହିଛି ଆଉ କେତେ ଅଧିକ…


