BCPPERର ଅର୍ଥନୈତିକ ଆକାର ୨୦୪୭ ସୁଦ୍ଧା ୫୦୦ ବିଲିଅନ୍ ଡଲାରରେ ପହଞ୍ଚିବ
ଭୁବନେଶ୍ବର: ଭୁବନେଶ୍ବର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ ଅଞ୍ଚଳ ବା BCPPER ପାଇଁ ଏକ ଅର୍ଥନୈତିକ ଯୋଜନାର (Economic Plan) ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅର୍ଥନୈତିକ ଯୋଜନାକୁ ନୀତି ଆୟୋଗ ପକ୍ଷରୁ ପ୍ରସ୍ତୁତ କରାଯାଇଛି। ଏହି କାର୍ଯ୍ୟକ୍ରମରେ ନୀତିଆୟୋଗର ସଦସ୍ୟ ରାଜୀବ ଗୌବା ଏବଂ ସିଇଓ ବି.ଭି.ଆର୍. ସୁବ୍ରମଣ୍ୟମ ମଧ୍ୟ ଯୋଗଦେଇଛନ୍ତି। ଏହି ଅବସରରେ ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ସେଣ୍ଟରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଅର୍ଥନୈତିକ ଯୋଜନାକୁ ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,…


