ଜାତିର ଜନକଙ୍କୁ ଶ୍ରଦ୍ଧାସୁମନ
ଭୁବନେଶ୍ୱର : ମହାତ୍ମା ଗାନ୍ଧୀଙ୍କ ନାମ କାନରେ ବାଜିଲେ, ମନ ଓ ହୃଦୟରେ ସତ୍ୟ ଓ ଅହିଂସା ଭାବ ସ୍ୱତଃ ଉଦ୍ରେକ ହୋଇଥାଏ। ଗାନ୍ଧିଜୀ ଥିଲେ ସତ୍ୟ ଓ ଅହିଂସାର ନିଷ୍ଠାପର ପୂଜାରୀ ଓ ସାଧକ, ଖୁବ୍ ଉଚ୍ଚମନା, ଦେଶପ୍ରେମୀ, ସେବକ ଓ ତ୍ୟାଗୀ। ସତ୍ୟ ପ୍ରତି ଆଗ୍ରହ ଓ ଅସତ୍ୟ ପ୍ରତି ଉପେକ୍ଷା-ଅସହଯୋଗ ତାଙ୍କର ପ୍ରଚଣ୍ଡ ଆତ୍ମଶକ୍ତିର ଅଭିବ୍ୟକ୍ତି। ଗାନ୍ଧିଜୀ ଏହି ମହାନ୍ ସମର ତୁରୀ ବଜାଇ ତତ୍କାଳୀନ ଶାସକ ଗୋଷ୍ଠୀର ମେରୁଦଣ୍ଡକୁ ଭାଙ୍ଗି ଦେଇଥିଲେ।…


