ସଡ଼କ ଓ ସେତୁ ନିର୍ମାଣରେ ଗୁଣାତ୍ମକ ମାନ ବଜାୟ ରଖିବା ଓ ଧାର୍ଯ୍ୟ ସମୟ ମଧ୍ୟରେ ପ୍ରକଳ୍ପ ଶେଷ କରିବାକୁ ଗୁରୁତ୍ୱ
ଭୁବନେଶ୍ୱର: ଓଡ଼ିଶାରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନା(ପିଏମଜିଏସ୍ଓ୍ୱାଇ) କାର୍ଯ୍ୟକାରିତା ସଂପର୍କିତ ୩୭ତମ ରାଜ୍ୟସ୍ତରୀୟ ଷ୍ଟାଣ୍ଡିଂ କମିଟି ବୈଠକମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗ୍ରାମ୍ୟ ଉନ୍ନୟନ ବିଭାଗ କମିଶନର ତଥା ଶାସନ ସଚିବ ଯାମିନୀ ଷଡ଼ଙ୍ଗୀ ଓଡ଼ିଶାରେ ବିଗତ ବିଭିନ୍ନ ବର୍ଷରେ କରାଯାଇଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାର କାର୍ଯ୍ୟକାରିତା ଓ କାର୍ଯ୍ୟ ସଫଳତା ସଂପର୍କରେ ଉପସ୍ଥାପନ କରିଥିଲେ। ବୈଠକରେ କମିଟିର ସଦସ୍ୟ ଥିବା ପୂର୍ତ୍ତ,…
