ନଭେମ୍ବର ୧୪ରୁ ୨୭ ଯାଏଁ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା
ନୂଆଦିଲ୍ଲୀ: ନୂଆଦିଲ୍ଲୀର ଭାରତ ମଣ୍ଡପମଠାରେ ଆୟୋଜିତ ୪୪ତମ ଭାରତ ଅନ୍ତର୍ଜାତୀୟ ବାଣିଜ୍ୟ ମେଳାରେ ବିଶେଷ ଆକର୍ଷଣ ସାଜିଛି ‘ଓଡ଼ିଶା ମଣ୍ଡପ’। ଶୁକ୍ରବାର ଏହାକୁ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଉଦଘାଟନ କରିଛନ୍ତି। ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ବିଭିନ୍ନ ଷ୍ଟଲ ବୁଲି ଦେଖିବା ସହ ‘ଓଡ଼ିଶା ମଣ୍ଡପ’ର ଆକର୍ଷଣୀୟ ଡିଜାଇନକୁ ପ୍ରଶଂସା କରିଥିଲେ।‘ଏଥର ‘ଓଡ଼ିଶା ମଣ୍ଡପ’ବେଶ୍ ଆକର୍ଷଣୀୟ ହୋଇଛି। ଏଠାରେ ରାଜ୍ୟର ଅନନ୍ୟ କଳା, ସଂସ୍କୃତି, ଐତିହ୍ୟ ସାଙ୍ଗକୁ କୃଷି, ଶିଳ୍ପ ଓ ବାଣିଜ୍ୟ ତଥା ରାଜ୍ୟର ସାମଗ୍ରିକ…


