ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଟକଳ ବଢାଇବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର: ଲୋକସେବା ଭବନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟରେ ଆରମ୍ଭ ହୋଇଥିବା ପଣ୍ଡିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପ୍ରକଳ୍ପ ଅଗ୍ରଗତି ସମ୍ପର୍କରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପାଇଁ ଜାଗା ନିରୁପଣ, ବିଦ୍ୟାଳୟ ବିଲ୍ଡିଂର ଢାଞ୍ଚା ଏବଂ ଏଥିନିମନ୍ତେ ଆବଶ୍ୟକୀୟ ବ୍ୟୟ ଅଟକଳ ବିଷୟରେ ବୈଠକର ଆଲୋଚନା ହୋଇଥିଲା। ଶିଳାନ୍ୟାସ ହୋଇଥିବା ସମସ୍ତ ବିଦ୍ୟାଳୟର ନିର୍ମାଣ କାର୍ଯ୍ୟ ତ୍ୱରିତ ଗତିରେ ଆଗକୁ ନେବା ପାଇଁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିବା ବେଳେ…


