ଏନ୍ଏସ୍ଏସ୍ ୫୬ତମ ପ୍ରତିଷ୍ଠା ଦିବସ ପାଳିତ
ଭୁବନେଶ୍ୱର : ଉଚ୍ଚଶିକ୍ଷା ବିଭାଗ ଆନୁକୂଲ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ୫୬ତମ ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ନିଜର ଅଭିଭାଷଣରେ ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ସୂରଜ ଏକ ସଶକ୍ତ ସମାଜ ଗଠନ ଦିଗରେ ଏନ୍ଏସ୍ଏସ୍ ସ୍ବେଚ୍ଛାସେବୀମାନଙ୍କର ରହିଥିବା ବଳିଷ୍ଠ ଭୂମିକା ସମ୍ପର୍କରେ ଆଲୋକପାତ କରିଥିଲେ। ଏଥିସହ “ଏକ ପେଡ଼ ମା’ କେ ନାମ- ୨.୦” କାର୍ଯ୍ୟକ୍ରମରେ…


