ଜାତୀୟ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫

ଭୁବନେଶ୍ୱର: ଓଡିଶା ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ବିଭାଗ, ଭାରତ ସରକାରଙ୍କ ମହିଳା ଏବଂ ଶିଶୁ ବିକାଶ ମନ୍ତ୍ରଣାଳୟର ସହଯୋଗରେ, ପୁରୀରେ ଦି ଦିନିଆ ପୋଷ୍ୟ ସନ୍ତାନ ଗ୍ରହଣ ସମ୍ମିଳନୀ ୨୦୨୫ର ଉଦଘାଟନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଦୁଇଦିନିଆ ଜାତୀୟସ୍ତରୀୟ କାର୍ଯ୍ୟକ୍ରମରେ ଶିଶୁ ସୁରକ୍ଷା ସଂସ୍କାରକୁ ଆଗକୁ ବଢାଇବା ଏବଂ ପରିବାର-ଭିତ୍ତିକ ଯତ୍ନର ଏକ ମୂଳ ସ୍ତମ୍ଭ ଭାବରେ ପୋଷ୍ୟ ସନ୍ତାନ ଗ୍ରହଣ ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ନୀତି ନିର୍ଦ୍ଧାରକ, ଆଇନ ବିଶେଷଜ୍ଞ,…

ବର୍ଷାଋତୁକାଳୀନ ରୋଗ ନିୟନ୍ତ୍ରଣ ନିମନ୍ତେ ପ୍ରସ୍ତୁତି

ଭୁବନେଶ୍ୱର: ଚଳିତ ବର୍ଷ ବର୍ଷାଋତୁକାଳୀନ ରୋଗ ପ୍ରତିରୋଧ ଓ ନିୟନ୍ତ୍ରଣ ନିମନ୍ତେ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ପ୍ରାକ-ପ୍ରସ୍ତୁତି ଆରମ୍ଭ ହୋଇସାରିଛି । ଏହି ପରିପ୍ରେକ୍ଷୀରେ ବିଭାଗୀୟ ସମ୍ମିଳନୀ କକ୍ଷଠାରେ କମିଶନର-ତଥା-ଶାସନ ସଚିବ ଅଶ୍ୱତୀ ଏସଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗ ଅଧିନସ୍ଥ ବିଭିନ୍ନ ନିର୍ଦ୍ଦେଶାଳୟ ଦ୍ଵାରା ବର୍ତ୍ତମାନ ପର୍ଯ୍ୟନ୍ତ କରାଯାଇଥିବା ବିଭିନ୍ନ ପ୍ରସ୍ତୁତିର ସେ ସମୀକ୍ଷା କରି ତୃଣମୂଳ ସ୍ତରରେ ସଚେତନତା କାର୍ଯ୍ୟକ୍ରମକୁ ସଘନ କରିବା ସହ…

ଓଡିଶାରୁ ଆରମ୍ଭ ହେଲା ବିକଶିତ କୃଷି ସଂକଳ୍ପ ଅଭିଯାନ

ଭୁବନେଶ୍ୱର: ଭାରତ ସରକାରଙ୍କ କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ପୁରୀର ସାକ୍ଷୀଗୋପାଳସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ଠାରେ ବିକଶିତ କୃଷି ସଂକଳ୍ପ ଅଭିଯାନ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ର କୃଷିମନ୍ତ୍ରୀ ଶିବରାଜ ସିଂ ଚୌହାନ୍‌ ଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ଏହି ଜାତୀୟ କାର୍ଯ୍ୟକ୍ରମକୁ “ଏକ ପେଡ ମା କେ ନାମ” ଅଭିଯାନ ଆଧାରରେ ଗଛ ଲଗାଇ ଉଦ୍‌ଘାଟନ କରିଥିଲେ । ସୂଚନାଯୋଗ୍ୟ…

 ‘ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ’

ଭୁବନେଶ୍ୱର: ସମାଜରୁ ଋତୁସ୍ରାବ ଜନିତ ନୀରବତା ଭାଙ୍ଗିବାକୁ ପଡିବ ବୋଲି ଭୁବନେଶ୍ୱରସ୍ଥିତ ରାଜ୍ୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ପାଳନ ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ମତବ୍ୟକ୍ତ କରିଛନ୍ତି। ଆଇନା ଏନଜିଓ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗର ସହଭାଗିତାରେ ବିଶ୍ଵ ଋତୁସ୍ରାବ ସ୍ଵଚ୍ଛତା ଦିବସ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଋତୁସ୍ରାବ, ମହିଳାମାନଙ୍କୁ ଈଶ୍ବରଙ୍କ…

‘ଲକ୍ଷପତି ଦିଦି ଯୋଜନା ଏକ ସମାବେଶୀ ଓ ସ୍ଥାୟୀ ବିକାଶର ରଣନୀତି’

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ମାର୍ଗଦର୍ଶନରେ ଲକ୍ଷପତି ଦିଦି ଯୋଜନା ମହିଳା ମାନଙ୍କୁ ବାର୍ଷିକ ୧ ଲକ୍ଷ ଟଙ୍କାରୁ ଅଧିକ ରୋଜଗାର କରିବାର ମାର୍ଗ ପ୍ରସ୍ତୁତ କରିଛି। ଏହା କେବଳ ରୋଜଗାରର କଥା ନୁହେଁ ପରନ୍ତୁ, ଏହାର ମୂଳ ଉଦ୍ଦେଶ୍ୟ ହେଉଛି ମହିଳା ମାନଙ୍କୁ ଆର୍ଥିକ ସ୍ୱାଧୀନତା ଦେବା ଏବଂ ଗ୍ରାମାଞ୍ଚଳ ମହିଳାଙ୍କ ମଧ୍ୟରେ ନେତୃତ୍ୱ ଭାବନା ଜାଗ୍ରତ କରିବା ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଷ୍ଟ୍ରୀୟ ଲକ୍ଷପତି ଦିଦି ସମ୍ମିଳନୀ-୨୦୨୫ ଅବସରରେ କହିଛନ୍ତି।…

ଇ-ଗଭର୍ଣ୍ଣାନ୍ସ ପ୍ରଣୟନରେ ଉତ୍କର୍ଷ ଲାଗି

ଶୁଆକାଟୀ ପଞ୍ଚାୟତକୁ ଜାତୀୟ ଜୁରି ପୁରସ୍କାର ଭୁବନେଶ୍ୱର : କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକର ଶୁଆକାଟୀ ଗ୍ରାମ ପଞ୍ଚାୟତ ୨୨ତମ ଜାତୀୟ ଇ-ଗଭର୍ଣ୍ଣାନ୍ସ ପୁରସ୍କାର ୨୦୨୫ରେ ଏକ ମର୍ଯ୍ୟାଦାଜନକ ଜୁରି ପୁରସ୍କାର ଜିତି ଓଡ଼ିଶା ଏବଂ କେନ୍ଦୁଝର ପାଇଁ ସୁନାମ ଆଣି ଦେଇଛି । ଚଳିତ ବର୍ଷ ପ୍ରଥମଥର ପାଇଁ ଗ୍ରାମ ପଞ୍ଚାୟତ ଲାଗି ଉଦ୍ଦିଷ୍ଟ ବର୍ଗରେ ଏହା ଦେଶର ଅନ୍ୟ ତିନୋଟି ସ୍ଥାନୀୟ ସଂସ୍ଥା ମଧ୍ୟରେ ସ୍ଥାନ ପାଇ ଏକ ବିରଳ ସଫଳତା ହାସଲ କରିପାରିଛି…

ଦୁର୍ବଳ ବର୍ଗର ଲୋକଙ୍କୁ ସହାୟତା ପାଇଁ ଅଧିକାରୀମାନେ ସମସ୍ତ କଲ୍ୟାଣକାରୀ ଯୋଜନା ସଂର୍ପକରେ ଭଲ ଭାବେ ଜାଣନ୍ତୁ – ରାଜ୍ୟପାଳ

ଭୁବନେଶ୍ୱର : ସମାଜର ଗରିବ ଓ ଦୁର୍ବଳ ବର୍ଗର ଲୋକମାନଙ୍କୁ ସହାୟତା କରିବା ପାଇଁ ଅଧିକାରୀମାନେ ସମସ୍ତ ଉନ୍ନୟନ ଓ କଲ୍ୟାଣକାରୀ ଯୋଜନା ସଂପର୍କରେ ଭଲଭାବରେ ଜାଣନ୍ତୁ ବୋଲି ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍ପାଟି ଆହ୍ୱାନ ଜଣାଇଛନ୍ତି । ଚଳିତ ମଇ ୨୮ ତାରିଖ ଦିନ ରାଜଭବନର ନୁ୍ୟ ଅଭିଷେକ ହଲ୍ଠାରେ ଗୋପବନ୍ଧୁ ଏକାଡେମୀ ଅଫ୍ ଆଡ୍ମିନିଷ୍ଟ୍ରେସନରେ ତାଲିମ ନେଉଥିବା ଅତିରିକ୍ତ ଜିଲ୍ଲା କଲ୍ୟାଣ ଅଧିକାରୀ ଓ ସହକାରୀ ଶ୍ରମ ଅଧିକାରୀମାନଙ୍କୁ ଉଦ୍ବୋଧନ ଦେଇ ରାଜ୍ୟପାଳ…

ଅନଲାଇନ କ୍ରିକେଟ୍ ବେଟିଂରେ ଠକାମି: ଦୁଇ ଗିରଫ

କଟକ : ଅନଲାଇନ ଗେମରେ କ୍ରିକେଟ ବେଟିଂ  ମାଧ୍ୟମରେ  ୧ କୋଟି ୮ ଲକ୍ଷ ଟଙ୍କା ଠକାମି କରିଥିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ  ଦୁଇଜଣଙ୍କୁ ଗିରଫ କରିଛି । ଦୁଇ ଅଭିଯୁକ୍ତ ହେଉଛନ୍ତି, ପଶ୍ଚିମବଙ୍ଗର ବାସିନ୍ଦା ଏସ୍.କେ. ୱାସିଉଲ୍ ଇସଲାମ୍ ଓରଫ ରୋହନ୍ ଏବଂ ଭୁବନେଶ୍ୱର ଖାରବେଳନଗର ଅଞ୍ଚଳର ଜ୍ୟୋତି ପ୍ରକାଶ ପଲ୍ଲାଇ। ପୋଲିସ ଅଭିଯୁକ୍ତଙ୍କ ଠାରୁ ପାସବୁକ୍, ଚେକ୍, ମୋବାଇଲ୍ ଫୋନ୍, ସିମ୍ କାର୍ଡ, GST ସାର୍ଟିଫିକେଟ୍, ଆଧାର ଏବଂ ପାନ କାର୍ଡ ଜବତ…

ପିଜିଟି ଶିକ୍ଷକଙ୍କ ପାଞ୍ଚ ଦିନିଆ ଦକ୍ଷତା ନିର୍ମାଣ ପ୍ରଶିକ୍ଷଣ

ଭୁବନେଶ୍ବର: ଶିକ୍ଷକ ବିକାଶ ଓ ଡିଜିଟାଲ୍ ଶିକ୍ଷାକୁ ପ୍ରାଧାନ୍ୟ ଦେଇ କେନ୍ଦ୍ରୀୟ ଶିକ୍ଷା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ସିଆଇଇଟି) ସହ ମିଳିତ ଭାବରେ  ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ନୂଆଦିଲ୍ଲୀର ଏନସିଇଆରଟିଠାରେ ଏକ ପାଞ୍ଚ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ଶ୍ରୀ ରଘୁରାମ ଆର୍ ଆୟରଙ୍କ ନେତୃତ୍ବରେ ପିଏମ-ଇ ବିଦ୍ୟା ଅଧିନରେ ବିଷୟବସ୍ତୁ ବିକାଶ କରିବା ନେଇ ଏକ…

ପ୍ରତିମାସରେ ବିଭାଗ ସ୍ତରରେ କାର୍ଯ୍ୟ ଅଗ୍ରଗତି ଓ ଖର୍ଚ୍ଚ ସମୀକ୍ଷା କରିବାକୁ ପରାମର୍ଶ

ଭୁବନେଶ୍ୱର : ସଚିବସ୍ତରୀୟ ବୈଠକ ମୁଖ୍ୟ ଶାସନସଚିବ  ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଖାରବେଳ ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍‌ ପ୍ରାବଧାନ ଅନୁସାରେ ଅପ୍ରେଲ ମାସ ସୁଦ୍ଧା ରାଜ୍ୟର ବିତ୍ତୀୟ ପ୍ରଦର୍ଶନ ସଂପର୍କରେ ଅର୍ଥ ବିଭାଗ ତରଫରୁ ସ୍ଥିତି ଉପସ୍ଥାପନ କରାଯାଇଥିଲା । ଦେଖାଯାଇଛି ଯେ, ଗତବର୍ଷ ତୁଳନାରେ ଚଳିତ ବର୍ଷ ଅପ୍ରେଲ ସୁଦ୍ଧା ସାମଗ୍ରିକ ଖର୍ଚ୍ଚ ୩୫ ପ୍ରତିଶତ ବୃଦ୍ଧି ଘଟିଥିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମ ବାବଦରେ…